କାରିଗର, ବୁଣାକାରଙ୍କ ପାଇଁ ‘ନୀଳାଚଳ ହାଟ’ ଉତ୍ସର୍ଗୀକୃତ

ଭୁବନେଶ୍ୱର, ୧୪।୬(ବ୍ୟୁରୋ):ପୁରୀରେ ଥିବା ନୀଳାଚଳ ହାଟକୁ କାରିଗର ଓ ବୁଣାକାରଙ୍କ ପାଇଁ ଉତ୍ସର୍ଗୀକୃତ କରାଯାଇଛି। ନୂତନ ଭାବେ ପ୍ରସ୍ତୁତ ହୋଇଥିବା ଏହି ହାଟକୁ ସୋମବାର ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ରୀତା ସାହୁ ଲୋକାର୍ପିତ କରିଛନ୍ତି। ଭୁବନେଶ୍ୱରରେ ଥିବା ଏକାମ୍ର ହାଟ ଭଳି ବର୍ଷସାରା ନିରନ୍ତର ଭାବେ କାରିଗର ଓ ବୁଣାକାରଙ୍କ ଦ୍ୱାରା ପ୍ରସ୍ତୁତ ସାମଗ୍ରୀ ପ୍ରଦର୍ଶନ ଓ ବିକ୍ରୟ କରିବା ଏହି ହାଟର ମୂଳ ଲକ୍ଷ୍ୟ ଅଟେ। ଏହି ହାଟରେ ଥିବା ୩୬ଟି ଷ୍ଟଲ ଉଭୟ ହସ୍ତଶିଳ୍ପ ଓ ହସ୍ତତନ୍ତ ପାଇଁ ଉଦ୍ଦିଷ୍ଟ। ପରିଦର୍ଶକମାନେ ନୀଳାଚଳ ହାଟରେ ହସ୍ତଶିଳ୍ପୀ ଓ ବୁଣାକାରଙ୍କ ଉତ୍ପାଦିତ ହସ୍ତଶିଳ୍ପ ତଥା ହସ୍ତତନ୍ତ ସାମଗ୍ରୀ ପ୍ରତ୍ୟକ୍ଷ ଭାବେ ଦେଖିବା ଓ କିଣିବାର ସୁଯୋଗ ପାଇପାରିବେ। ଏଥିସହିତ ସେମାନଙ୍କ ସହ ଭାବର ଆଦାନପ୍ରଦାନ କରିପାରିବେ। ଏଠାରେ ହସ୍ତଶିଳ୍ପୀ ଓ ବୁଣାକାରଙ୍କ ଦ୍ୱାରା ହସ୍ତଶିଳ୍ପ ତଥା ହସ୍ତତନ୍ତର ପ୍ରତ୍ୟକ୍ଷ ପ୍ରଦର୍ଶନର ବ୍ୟବସ୍ଥା କରାଯାଇଛି। ଫଳରେ ପରିଦର୍ଶକମାନେ ଓଡ଼ିଶାର ହସ୍ତଶିଳ୍ପ ତଥା ହସ୍ତତନ୍ତର ପ୍ରସ୍ତୁତିପ୍ରଣାଳୀ ବିଷୟରେ ପ୍ରତ୍ୟକ୍ଷ ଜ୍ଞାନ ଆହରଣ କରିପାରିବେ। ଏହି ହାଟରେ ବୟନିକା, ଅମ୍ଳାନ, ସମ୍ବଲପୁରୀ ବସ୍ତ୍ରାଳୟ ଓ ଉତ୍କଳିକା ସଂସ୍ଥାର ଷ୍ଟଲ ଖୋଲାଯାଇଛି।
ନୀଳାଚଳ ହାଟରେ ମୁକ୍ତାକାଶ ଜଳପାନ ଷ୍ଟଲ ବ୍ୟବସ୍ଥା ମଧ୍ୟ ହୋଇଛି। ସେହି ଷ୍ଟଲଗୁଡ଼ିକରେ ପାରମ୍ପରିକ ଓଡ଼ିଆ ଖାଦ୍ୟ ସହିତ ଭାରତର ଅନ୍ୟାନ୍ୟ ପ୍ରାନ୍ତର ସୁସ୍ବାଦୁ ଖାଦ୍ୟ ଉପଲବ୍ଧ ହେଉଛି। ପରିଦର୍ଶକ, ପ୍ରଦର୍ଶକ ଓ କ୍ରେତାଙ୍କ ସୁବିଧା ନିମନ୍ତେ ନୀଳାଚଳ ହାଟ ପରିସରରେ ମୁକ୍ତାକାଶ ମଞ୍ଚ, ଗ୍ରୀନ୍‌ ରୁମ୍‌ ଓ ଡର୍ମିଟୋରି ଇତ୍ୟାଦିର ସୁବିଧା ଅଛି। ନୀଳାଚଳ ହାଟ ଏପରି ଏକ ସୁନ୍ଦର ପରିକଳ୍ପନା ଯେଉଁଠାରେ ଓଡ଼ିଶାର ପୁରାତନ ସଂସ୍କୃତି ଓ ପରମ୍ପରା ସହିତ ହସ୍ତଶିଳ୍ପ ଓ ହସ୍ତତନ୍ତ ତଥା ପାରମ୍ପରିକ ସୁସ୍ବାଦୁ ଖାଦ୍ୟ ଉପଲବ୍ଧ କରାଯାଇଛି। ନୀଳାଚଳ ହାଟ ପ୍ରତିଦିନ ପୂର୍ବାହ୍ନ ୧୦ଟାରୁ ରାତି ୯ଟା ପର୍ଯ୍ୟନ୍ତ ଖୋଲା ରହୁଛି। ଏହି ହାଟର ପରିଚାଳନା ଦାୟିତ୍ବ, ରାଜ୍ୟ କଳା ଓ ହସ୍ତଶିଳ୍ପ ବିକାଶ ଅନୁଷ୍ଠାନ (ସିଡାକ୍‌), ଭୁବନେଶ୍ୱର ଉପରେ ନ୍ୟସ୍ତ ହୋଇଛି। ସୂଚନାଯୋଗ୍ୟ, ୨୦୨୦ ଅକ୍ଟୋବରରେ ଓଡ଼ିଶାରେ ଥିବା ଅର୍ବାନ ହାଟଗୁଡ଼ିକର ପରିଚାଳନା ଦାୟିତ୍ୱ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ନିଜ ହାତକୁ ନେବା ପରେ ପୁରୀ ନୀଳାଚଳ ହାଟକୁ କାରିଗର ଓ ବୁଣାକାରଙ୍କ ବ୍ୟବସାୟ ଉଦ୍ଦେଶ୍ୟରେ ନୂତନ ଭାବେ ପ୍ରସ୍ତୁତ କରାଯାଇଛି। ଓଡ଼ିଶାର ହସ୍ତଶିଳ୍ପୀ ତଥା ବୁଣାକାରଙ୍କୁ ସେମାନଙ୍କ ଉତ୍ପାଦିତ ହସ୍ତଶିଳ୍ପ ଓ ହସ୍ତତନ୍ତ ସାମଗ୍ରୀର ବଜାର ପାଇଁ ସୁଯୋଗ ସୃଷ୍ଟି କରିବା ଅର୍ବାନ ହାଟର ମୁଖ୍ୟ ଉଦ୍ଦେଶ୍ୟ ଅଟେ।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri