କାରିଗର, ବୁଣାକାରଙ୍କ ପାଇଁ ‘ନୀଳାଚଳ ହାଟ’ ଉତ୍ସର୍ଗୀକୃତ

ଭୁବନେଶ୍ୱର, ୧୪।୬(ବ୍ୟୁରୋ):ପୁରୀରେ ଥିବା ନୀଳାଚଳ ହାଟକୁ କାରିଗର ଓ ବୁଣାକାରଙ୍କ ପାଇଁ ଉତ୍ସର୍ଗୀକୃତ କରାଯାଇଛି। ନୂତନ ଭାବେ ପ୍ରସ୍ତୁତ ହୋଇଥିବା ଏହି ହାଟକୁ ସୋମବାର ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ରୀତା ସାହୁ ଲୋକାର୍ପିତ କରିଛନ୍ତି। ଭୁବନେଶ୍ୱରରେ ଥିବା ଏକାମ୍ର ହାଟ ଭଳି ବର୍ଷସାରା ନିରନ୍ତର ଭାବେ କାରିଗର ଓ ବୁଣାକାରଙ୍କ ଦ୍ୱାରା ପ୍ରସ୍ତୁତ ସାମଗ୍ରୀ ପ୍ରଦର୍ଶନ ଓ ବିକ୍ରୟ କରିବା ଏହି ହାଟର ମୂଳ ଲକ୍ଷ୍ୟ ଅଟେ। ଏହି ହାଟରେ ଥିବା ୩୬ଟି ଷ୍ଟଲ ଉଭୟ ହସ୍ତଶିଳ୍ପ ଓ ହସ୍ତତନ୍ତ ପାଇଁ ଉଦ୍ଦିଷ୍ଟ। ପରିଦର୍ଶକମାନେ ନୀଳାଚଳ ହାଟରେ ହସ୍ତଶିଳ୍ପୀ ଓ ବୁଣାକାରଙ୍କ ଉତ୍ପାଦିତ ହସ୍ତଶିଳ୍ପ ତଥା ହସ୍ତତନ୍ତ ସାମଗ୍ରୀ ପ୍ରତ୍ୟକ୍ଷ ଭାବେ ଦେଖିବା ଓ କିଣିବାର ସୁଯୋଗ ପାଇପାରିବେ। ଏଥିସହିତ ସେମାନଙ୍କ ସହ ଭାବର ଆଦାନପ୍ରଦାନ କରିପାରିବେ। ଏଠାରେ ହସ୍ତଶିଳ୍ପୀ ଓ ବୁଣାକାରଙ୍କ ଦ୍ୱାରା ହସ୍ତଶିଳ୍ପ ତଥା ହସ୍ତତନ୍ତର ପ୍ରତ୍ୟକ୍ଷ ପ୍ରଦର୍ଶନର ବ୍ୟବସ୍ଥା କରାଯାଇଛି। ଫଳରେ ପରିଦର୍ଶକମାନେ ଓଡ଼ିଶାର ହସ୍ତଶିଳ୍ପ ତଥା ହସ୍ତତନ୍ତର ପ୍ରସ୍ତୁତିପ୍ରଣାଳୀ ବିଷୟରେ ପ୍ରତ୍ୟକ୍ଷ ଜ୍ଞାନ ଆହରଣ କରିପାରିବେ। ଏହି ହାଟରେ ବୟନିକା, ଅମ୍ଳାନ, ସମ୍ବଲପୁରୀ ବସ୍ତ୍ରାଳୟ ଓ ଉତ୍କଳିକା ସଂସ୍ଥାର ଷ୍ଟଲ ଖୋଲାଯାଇଛି।
ନୀଳାଚଳ ହାଟରେ ମୁକ୍ତାକାଶ ଜଳପାନ ଷ୍ଟଲ ବ୍ୟବସ୍ଥା ମଧ୍ୟ ହୋଇଛି। ସେହି ଷ୍ଟଲଗୁଡ଼ିକରେ ପାରମ୍ପରିକ ଓଡ଼ିଆ ଖାଦ୍ୟ ସହିତ ଭାରତର ଅନ୍ୟାନ୍ୟ ପ୍ରାନ୍ତର ସୁସ୍ବାଦୁ ଖାଦ୍ୟ ଉପଲବ୍ଧ ହେଉଛି। ପରିଦର୍ଶକ, ପ୍ରଦର୍ଶକ ଓ କ୍ରେତାଙ୍କ ସୁବିଧା ନିମନ୍ତେ ନୀଳାଚଳ ହାଟ ପରିସରରେ ମୁକ୍ତାକାଶ ମଞ୍ଚ, ଗ୍ରୀନ୍‌ ରୁମ୍‌ ଓ ଡର୍ମିଟୋରି ଇତ୍ୟାଦିର ସୁବିଧା ଅଛି। ନୀଳାଚଳ ହାଟ ଏପରି ଏକ ସୁନ୍ଦର ପରିକଳ୍ପନା ଯେଉଁଠାରେ ଓଡ଼ିଶାର ପୁରାତନ ସଂସ୍କୃତି ଓ ପରମ୍ପରା ସହିତ ହସ୍ତଶିଳ୍ପ ଓ ହସ୍ତତନ୍ତ ତଥା ପାରମ୍ପରିକ ସୁସ୍ବାଦୁ ଖାଦ୍ୟ ଉପଲବ୍ଧ କରାଯାଇଛି। ନୀଳାଚଳ ହାଟ ପ୍ରତିଦିନ ପୂର୍ବାହ୍ନ ୧୦ଟାରୁ ରାତି ୯ଟା ପର୍ଯ୍ୟନ୍ତ ଖୋଲା ରହୁଛି। ଏହି ହାଟର ପରିଚାଳନା ଦାୟିତ୍ବ, ରାଜ୍ୟ କଳା ଓ ହସ୍ତଶିଳ୍ପ ବିକାଶ ଅନୁଷ୍ଠାନ (ସିଡାକ୍‌), ଭୁବନେଶ୍ୱର ଉପରେ ନ୍ୟସ୍ତ ହୋଇଛି। ସୂଚନାଯୋଗ୍ୟ, ୨୦୨୦ ଅକ୍ଟୋବରରେ ଓଡ଼ିଶାରେ ଥିବା ଅର୍ବାନ ହାଟଗୁଡ଼ିକର ପରିଚାଳନା ଦାୟିତ୍ୱ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ନିଜ ହାତକୁ ନେବା ପରେ ପୁରୀ ନୀଳାଚଳ ହାଟକୁ କାରିଗର ଓ ବୁଣାକାରଙ୍କ ବ୍ୟବସାୟ ଉଦ୍ଦେଶ୍ୟରେ ନୂତନ ଭାବେ ପ୍ରସ୍ତୁତ କରାଯାଇଛି। ଓଡ଼ିଶାର ହସ୍ତଶିଳ୍ପୀ ତଥା ବୁଣାକାରଙ୍କୁ ସେମାନଙ୍କ ଉତ୍ପାଦିତ ହସ୍ତଶିଳ୍ପ ଓ ହସ୍ତତନ୍ତ ସାମଗ୍ରୀର ବଜାର ପାଇଁ ସୁଯୋଗ ସୃଷ୍ଟି କରିବା ଅର୍ବାନ ହାଟର ମୁଖ୍ୟ ଉଦ୍ଦେଶ୍ୟ ଅଟେ।


Enter your email to get our daily news in your inbox.

All Right Reserved By Dharitri.Com

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri