ଡେପୁଟି କଲେକ୍ଟରଙ୍କ ଘରେ ପଶିଲା ଭିଜିଲାନ୍ସ

ନୀଳଗିରି,୧୪।୮ (ପ୍ରଶାନ୍ତ କୁମାର ବିଶ୍ବାଳ): ଭିଜିଲାନ୍ସ ଜାଲରେ ଆଉ ଜାଲରେ ଆଉ ଜଣେ ବାବୁ। ନୀଳଗିରି ଡେପୁଟି କଲେକ୍ଟର ପରିକ୍ଷିତ ଜେନାଙ୍କ ଘରେ ବୁଧବାର ସକାଳୁ ଭିଜିଲାନ୍ସ ରେଡ ହୋଇଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଏହି ଚଢାଉ କରିଥିବା ଜଣାପଡିଛି। ନୀଳଗିରି ବାଲିଗୋହିରୀ ସ୍ଥିତ ଭଡ଼ାଘର ସମେତ ୧୨ଟି ସ୍ଥାନରେ ବୁଧବାର ସକାଳେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି।
ପରୀକ୍ଷିତ ଜେନାଙ୍କ ଶ୍ରୀ ଜେନା ୨୦୨୧/୨୨ ଓ ୨୨/୨୩ ବର୍ଷରେ ମୟୂରଭଞ୍ଜ ଜିଲ୍ଲା ଶୁଳିଆପଦା ବ୍ଲକରେ ବିଡିଓ ଭାବେ କାର୍ଯ୍ୟରତ ସମୟରେ ଓଡ଼ିଶା ମିନେରାଲ ବିଏରିଙ୍ଗ ଏରିଆ ଡେଭଲପମେଣ୍ଟ କର୍ପୋରେସନ ୧କୋଟିରୁ ଉଦ୍ଧର୍‌ବ ପାଣ୍ଠିର ଦୁରୁପଯୋଗ କରି ଅର୍ଥ ଆତ୍ମସାତ ଅଭିଯୋଗରେ ଏହାର ଯାଞ୍ଚ ଏବଂ ପ୍ରମାଣ ସଂଗ୍ରହ ପାଇଁ ଓଡ଼ିଶା ଭିଜିଲାନ୍ସ ତରଫରୁ ରେଡ କରାଯାଇଛି। ଏହି ଚଢ଼ାଉରେ ୬ଜଣିଆ ଭିଜିଲାନ୍ସ ଟିମର ଅଧିକାରୀଙ୍କ ମଧ୍ୟରେ ଦୁଇଜଣ ଡିଏସପି, ଜଣେ ଇନ୍ସପେକ୍ଟର, ଦୁଇଜଣ ଏଏସଆଇ ଓ ଅନ୍ୟ କର୍ମଚାରୀ ସାମିଲ ଅଛନ୍ତି।

ଏହାପୂର୍ବରୁ ସୋମବାର ଆର୍‌ଆଣ୍ଡବି(ସିଭିଲ୍‌) ଅବସରପ୍ରାପ୍ତ ମୁଖ୍ୟଯନ୍ତ୍ରୀ ତାରାପ୍ରସାଦ ମିଶ୍ର ଘରେ ଭିଜିଲାନ୍ସ ଚଢାଉ ହୋଇଥିଲା। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍‌ ତାରାପ୍ରସାଦଙ୍କ ଘର ସମେତ ଭୁବନେଶ୍ୱର, କଟକ ଓ ଝାରସୁଗୁଡ଼ାର ୯ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରଥିଲା। ଯାଞ୍ଚବେଳେ ଭିଜିଲାନ୍ସ ଟିମ୍‌ ତାରାପ୍ରସାଦଙ୍କ ଘରୁ ଅଢ଼େଇ କେଜି ସୁନା, ୩୭୦ ଗ୍ରାମର ହୀରା ଅଳଙ୍କାର, ଦାମୀ କାର୍‌ ସମେତ ବହୁ କୋଟି ଟଙ୍କାର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଠାବ କରିଛି। ଯାଞ୍ଚ ଜାରି ରହିଥିବା ସ୍ଥାନ ମଧ୍ୟରେ କଟକ ଜିଲା ଆଠଗଡ଼ସ୍ଥିତ ପୈତୃକ ଘର, ତିଗିରିଆରେ ଥିବା ଜଣେ ସମ୍ପର୍କୀୟଙ୍କ ଘର, ନୟାପଲ୍ଲୀ ନୀଳକଣ୍ଠନଗର ପ୍ଲଟ୍‌ ନଂ.୧୧୯୧ରେ ଥିବା ଅନ୍ୟ ଜଣେ ସମ୍ପର୍କୀୟଙ୍କ ଘର ଆଦି ରହିଛି। ତାଙ୍କୁ ମଙ୍ଗଳବାର ଗିରଫ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri