ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ: ଶତରୁଦ୍ର ମହାଯଜ୍ଞରେ ପୂଜାର୍ଚ୍ଚନା କଲେ ଖଣି ମନ୍ତ୍ରୀ

ଦିଗପହଣ୍ଡି,୨୬।୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା  ଦିଗପହଣ୍ଡି ସହର ଉପକଣ୍ଠ  କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ ଶତରୁଦ୍ର ମହାଯଜ୍ଞର ତୃତୀୟ ଦିବସରେ ମଙ୍ଗଳବାର ରାଜ୍ୟ ଖଣି,ଇସ୍ପାତ,ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଯୋଗଦେଇଥିଲେ।ଯଜ୍ଞ ପରିଚାଳନା କମିଟିର ନିମନ୍ତ୍ରଣ ରକ୍ଷାକରି ମନ୍ତ୍ରୀ ପହଞ୍ଚିବା ପରେ ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା କରାଯାଇଥିଲା।ମନ୍ତ୍ରୀ ମହାଯଜ୍ଞ ସ୍ଥଳ ପରିଦର୍ଶନ କରିବା ସହ  ପୂଜାର୍ଚ୍ଚନା କରିଥିଲେ।ଯଜ୍ଞ ପରିଚାଳନା କମିଟି ସଭାପତି ତଥା ଦିଗପହଣ୍ଡି ଏନଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡା, ଉଦ୍ୟୋକ୍ତା ଅମ୍ବିକା ପ୍ରସାଦ ସେଠୀ,ପୂର୍ବତନ ବ୍ଲକ ଅଧ୍ୟକ୍ଷ ବିପିନ ଚନ୍ଦ୍ର ପ୍ରଧାନ,ପୂର୍ବତନ ସରପଞ୍ଚ କେ. ହରିବନ୍ଧୁ ରେଡ୍ଡୀ, ବଡ଼ଖେମୁଣ୍ଡି ରାଜପୁତ୍ର ସିଦ୍ଧାନ୍ତ ଗଙ୍ଗଦେବ,ମହନ୍ତ ଚିନ୍ମୟାନନ୍ଦ ଦାସ,ସରକାରୀ ଓକିଲ ପରେଶ ଚନ୍ଦ୍ର ରଥ, ବିଜୟ ପ୍ରଧାନ, ବାପି ପ୍ରଧାନ,ଭବାନୀ ଶଙ୍କର ପଣ୍ଡା,ପ୍ରଶାନ୍ତ ପୂଜାରୀ ପ୍ରମୁଖ ବହୁ ଗଣ୍ୟମାନ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।   ଯଜ୍ଞକୁଣ୍ଡ ସ୍ଥଳରେ ମୁଖ୍ୟ  କର୍ତ୍ତା ରୂପେ ଗୈାରାଙ୍ଗ ସାହୁ ଓ ତାଙ୍କ ସହଧର୍ମିଣୀ କୁମୁଦିନୀ ସାହୁ ଙ୍କ ସମେତ ଦିଗପହଣ୍ଡି ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ ମିଶ୍ର ଓ ତାଙ୍କ ସହଧର୍ମିଣୀ ସଙ୍ଗୀତା ତ୍ରିପାଠୀ , ଶିକ୍ଷକ ସୁବ୍ରତ କୁମାର ପାଢୀ ଓ ସଂଯୁକ୍ତା ପାଳ , ପ୍ରଦୀପ ପଣ୍ଡା ଓ ମନୀକା ପଣ୍ଡା , ରମା ବଲ୍ଲଭ ପଣ୍ଡା ଓ ସୁକାନ୍ତି ପଣ୍ଡା ପ୍ରମୁଖ ଯଜ୍ଞକର୍ତ୍ତା ରୂପେ ଆସନ ଅଳଙ୍କୃତ କରିଥିଲେ ।ପଣ୍ଡିତ ଭବାନୀ ଶଙ୍କର ତ୍ରିପାଠୀ ଯଜ୍ଞ ସ୍ଥଳରେ ଦେବତାଙ୍କ ଧ୍ୟାନାଧିବାସ ପୂଜାର୍ଚ୍ଚନା କରିବା ପରେ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ରତ୍ନମୁଦ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।   ମହାଯଜ୍ଞ ପରିଚାଳନା କମିଟି ଉପଦେଷ୍ଟା ପୂର୍ବତନ ଏନଏସି ଅଧ୍ୟକ୍ଷ ଭି.ରବି ନାରାୟଣ ରାଜୁ, ପ୍ରମୋଦ ପାଣିଗ୍ରାହୀ, ଭି.ଧର୍ମ ରାଜୁ,ରାମନାଥ ବିଷୋୟୀ, କାଉନସିଲର ଦୀପକ ମିଶ୍ର,ନୀଳମାଧବ ଗୌଡ଼, ବିଚିତ୍ରାନନ୍ଦ ପଟ୍ଟନାୟକ, କମିଟି ଉପ ସଭାପତି ବସନ୍ତ ପଟ୍ଟନାୟକ , କେ. ତାରକେଶ୍ୱର ଦୋରା , ଏସ୍ .ଗାନ୍ଧୀ , ସୁଶାନ୍ତ ପ୍ରଧାନ , ସମ୍ପାଦକ ସୁରେନ୍ଦ୍ର ବିଷୋୟୀ , ସହ-ସମ୍ପାଦକ ବିପ୍ରଚରଣ ସେଠୀ , ନିରାକାର ପ୍ରଧାନ , ହର୍ଷ ପ୍ରଧାନ ଏବଂ କୋଷାଧ୍ୟକ୍ଷ କୋରେଶୁ ସେଠୀ , କାର୍ଯ୍ୟକର୍ତ୍ତା ଅର୍ଦ୍ଦୁ.ଗୋବିନ୍ଦ , ଭଗବାନ ଦୋରା  , ଶଙ୍କର ପାଢ଼ୀ , କ୍ଷେତ୍ରବାସୀ ପ୍ରଧାନ , ପଞ୍ଚାନନ ସ୍ବାଇଁ ପ୍ରମୁଖ ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରୁଛନ୍ତି।  ଏହି  ମହାଯଜ୍ଞ ଜ୍ୟେଷ୍ଠ ଶୁକ୍ଳ ଦ୍ଵାଦଶୀ ତିଥି ୨୮ ତାରିଖ ଗୁରୁବାର ପୂର୍ଣ୍ଣାହୁତି ହେବା କାର୍ଯ୍ୟକ୍ରମ ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଜିଲା ଯୁବ କଂଗ୍ରେସ ସଭାପତିରୁ ଓପିସିସି ସମ୍ପାଦକ: ମହମ୍ବଦ ସାହେବଙ୍କୁ ମିଳିଲା ଗୁରୁଦାୟିତ୍ୱ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): ନିଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ସଭାପତିଙ୍କ ଅନୁମୋଦନ କ୍ରମେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପାଇଁ କାର୍ଯ୍ୟକାରୀ କମିଟି ଓ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଜମିରେ ପାଣି ମଡ଼ାଇବା ବିବାଦରୁ ହତ୍ୟା ଉଦ୍ୟମ: ପ୍ରସାଦ ଖାଉଥିବା ବେଳେ ଖଣ୍ଡା ଚୋଟ, ଅଭିଯୁକ୍ତ ଗଲେ ଜେଲ୍

ଦିଗପହଣ୍ଡି,୫।୯(ଅଶେଷ ନାଥ ମିଶ୍ର): ଜମିରେ ପାଣି ମଡ଼ାଇବା ବିବାଦକୁ କେନ୍ଦ୍ର କରି ଜଣଙ୍କୁ ଖଣ୍ଡାରେ ଆକ୍ରମଣ କରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗଞ୍ଜାମ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri