ଯୁବଚାଷୀଙ୍କ ପ୍ରେରଣା ନୀଳକଣ୍ଠ

ନିଶ୍ଚିନ୍ତକୋଇଲି,୨୭ା୧୨(ସ୍ବ.ପ୍ର.): ଦିନକୁ ଦିନ ଚାଷ ଜମି କମି ଯାଉଥିବାବେଳେ ପଲ୍ଲୀରୁ ଦିଲ୍ଲୀ ସବୁଠି କୋଠାବାଡ଼ି ଦେଖିବାକୁ ମିଳୁଛି। ଅପରପକ୍ଷେ ଅଧିକ ଲାଭ ଆଶାରେ କ୍ଷେତରେ ରାସାୟନିକ ସାର, କୀଟନାଶକ ବ୍ୟବହାର କରାଯାଉଛି। ଏହାକୁ ଖାଇ ଲୋକେ ଦୁରାରୋଗ୍ୟ ବ୍ୟାଧିରେ ପୀଡ଼ିତ ହେଉଛନ୍ତି। ଏଭଳିସ୍ଥିତିରେ ଜଣେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ପରିଣତ ବୟସରେ ଛାତ ଉପରେ କିଚେନ ଗାର୍ଡେନ କରି ଯୁବ ଚାଷୀଙ୍କ ପାଇଁ ପ୍ରେରଣା ପାଲଟିଛନ୍ତି। କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ବଡ଼କ୍ଷୀର ପଞ୍ଚାୟତ ଅନ୍ତର୍ଗତ ଗୋପପୁର( ରଙ୍ଗମୁଣ୍ଡାଇ ) ଗ୍ରାମର ନୀଳକଣ୍ଠ ନନ୍ଦ ସରକାରୀ ଚାକିରିରୁ ଅବସର ନେବା ଘରେ ଛାତ ଉପରେ ପରିବା ଚାଷ ପାଇଁ ଇଚ୍ଛା କରିଥିଲେ। ଏନେଇ ବର୍ଜ୍ୟବସ୍ତୁ ଭାବେ ପରିଗଣିତ ପ୍ଲାଷ୍ଟିକ ଡବା, ଟିଣ ଓ ପଲିଥିନକୁ ଏକତ୍ର କରି ଛାତ ଉପରେ ପରିବା ଓ ଫୁଲ ଚାଷ ଆରମ୍ଭ କରିଥିଲେ। ରାସାୟନିକ ସାର ପ୍ରୟୋଗ ନ କରି ସମ୍ପୂର୍ଣ୍ଣ ଜୈବିକ ପଦ୍ଧତିରେ ଚାଷ କରିଥିଲେ। ଏବେ ତାଙ୍କ ଘର ଛାତ ଉପରେ କ୍ଷେତ ଭଳି ପନିପରିବା ହୋଇଛି। ଭଲ ପନିପରିବା ହେବା ଯୋଗୁ ଲକ୍‌ଡାଉନ ସମୟରେ ପରିବା ଦର ହୁ ହୁ ହୋଇ ବଢ଼ିଥିବାବେଳେ ନୀଳକଣ୍ଠଙ୍କ ଉପରେ କୌଣସି ପ୍ରଭାବ ପଡ଼ି ନ ଥିଲା। ଏହି ସମୟରେ ସେ ପଡ଼ୋଶୀଙ୍କୁ ପନିପରିବା ଦେଇ ସମସ୍ତଙ୍କ ପାଇଁ ପ୍ରେରଣା ପାଲଟିଥିଲେ। ତାଙ୍କଠାରୁ ଉତ୍ସାହିତ ହୋଇ ସ୍ଥାନୀୟ ଅଞ୍ଚଳରେ ବହୁ ଲୋକ ଏବେ ଛାତ ଉପରେ ପରିବା ଚାଷ କରିବା ଆରମ୍ଭ କରିଛନ୍ତି। ଏ ସମ୍ପର୍କରେ ନୀଳକଣ୍ଠ କୁହନ୍ତି, ଛାତ ଉପରେ ଜୈବିକ ପ୍ରଣାଳୀରେ ପରିବା ଚାଷ କଲେ ସତେଜ ପନିପରିବା ଖାଇ ସୁସ୍ଥ ଓ ନୀରୋଗ ରହିବା ସହ ନିଜ ଆର୍ଥତ୍କ ମାନଦଣ୍ଡକୁ ସୁଦୃଢ଼ କରାଯାଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri