ନୀଳାଞ୍ଜନା କେଏଚ୍‌ଏଲ୍‌ର ନୂତନ ଏମ୍‌ଡି

ଭୁବନେଶ୍ୱର,୧୬।୩: ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ କଳିଙ୍ଗ ହସ୍ପିଟାଲ ଲିମିଟେଡ୍‌(କେଏଚ୍‌ଏଲ୍‌)ର ନୂତନ ପରିଚାଳନା ନିର୍ଦ୍ଦେଶକ (ଏମ୍‌ଡି) ଭାବେ ଅଭିଜ୍ଞ ପ୍ରଶାସିକା ନୀଳାଞ୍ଜନା ମୁଖାର୍ଜୀ ଦାୟିତ୍ୱ ଗ୍ରହଣ କରିଛନ୍ତି। ବୁଧବାର କେଏଚ୍‌ଏଲ୍‌ ପକ୍ଷରୁ ଆୟୋଜିତ ଏକ ସ୍ବତନ୍ତ୍ର ଉତ୍ସବରେ ନୀଳାଞ୍ଜନା ଆନୁଷ୍ଠାନିକ ଭାବେ ଉକ୍ତ ଦାୟିତ୍ୱ ଗ୍ରହଣ କରିଥିବା କେଏଚ୍‌ଏଲ୍‌ ପକ୍ଷରୁ କୁହାଯାଇଛି। ଏହି ପରିପ୍ରେକ୍ଷୀରେ କେଏଚ୍‌ଏଲ୍‌ର ଚେୟାରମ୍ୟାନ ଡା. ଏସ୍‌.କେ. ଦାସଙ୍କ ଅଧ୍ୟକ୍ଷତାରେ ଏକ ସ୍ବାଗତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। କେଏଚ୍‌ଏଲ୍‌ର ନୂତନ ଏମ୍‌ଡିଙ୍କୁ ସ୍ବାଗତ କରିବା ସହ ହସ୍ପିଟାଲର ଆଗାମୀ ଯୋଜନା ଓ ଆଭିମୁଖ୍ୟ ସମ୍ପର୍କରେ ଦାସ ବିସ୍ତୃତ ଆଲୋକପାତ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ କେଏଚ୍‌ଏଲ୍‌ର ବୋର୍ଡ ଅଫ୍‌ ଡାଇରେକ୍ଟୋରି (ନିର୍ଦ୍ଦେଶକ ମଣ୍ଡଳୀ) ସଦସ୍ୟଙ୍କ ସମେତ ବରିଷ୍ଠ ପରିଚାଳନା ତଥା ପରାମର୍ଶଦାତା, ହସ୍ପିଟାଲର ଏମ୍‌ଏସ୍‌, ସିଏମ୍‌ଓ, ଡାକ୍ତର ଏବଂ ନର୍ସ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ଉଲ୍ଲେଖଯୋଗ୍ୟ, ନୀଳାଞ୍ଜନା ଏହା ପୂର୍ବରୁ ଭୁବନେଶ୍ୱର ଆମ୍ରି ହସ୍ପିଟାଲର ଉପାଧ୍ୟକ୍ଷ ତଥା ୟୁନିଟ୍‌ ମୁଖ୍ୟ ଭାବେ ଦକ୍ଷତାର ସହ କାର୍ଯ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ବିପଦ! ଭାରତରେ ଜୀବନ ନେଇପାରେ ତାତି, ଯାଇପାରେ ୪.୫ ଲକ୍ଷରୁ ଅଧିକ ଜୀବନ

ନୂଆଦିଲ୍ଲୀ,୨୩।୯: ଶକ୍ତିଶାଳୀ ଏଲ୍‌ ନିନୋକୁ ନେଇ ଜଳବାୟୁ ବିଶେଷଜ୍ଞମାନେ ବଡ଼ ଚେତାବନୀ ଦେଇଛନ୍ତି । ଏକ ନୂଆ ଆକଳନ ଅନୁସାରେ, ଆଗାମୀ ୬ ମାସରେ ଏହି କାରଣ…

‘ଯିଏ ରାମଙ୍କର ହେଲେନି, ସେ କୃଷ୍ଣଙ୍କର ହୋଇପାରିବେନି’: ଅଖିଳେଶଙ୍କୁ ଟାର୍ଗେଟ୍ କଲେ…

ଲକ୍ଷ୍ନୌ,୨୩।୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ଅଯୋଧ୍ୟା, କାଶୀ ଓ ମଥୁରାକୁ ନେଇ ରାଜନୈତିକ ବୟାନବାଜି ଜୋରଦାର ହୋଇଛି। ଅଯୋଧ୍ୟାରେ ରାସ୍ତା ପ୍ରଶସ୍ତୀକରଣକୁ ନେଇ ସମାଜବାଦୀ…

ଆପଣଙ୍କର SBIରେ ଆକାଉଣ୍ଟ ଅଛି କି? ଅକ୍ଟୋବର ୧ରୁ ATMରୁ ଟଙ୍କା କାଢ଼ିବା ହେବ ମହଙ୍ଗା, ଜାଣନ୍ତୁ କେତେ କଟିବ…

ନୂଆଦିଲ୍ଲୀ,୨୩।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ’ (SBI) ନିଜ ଗ୍ରାହକମାନଙ୍କ ପାଇଁ ATM ଏବଂ ନଗଦ ଟଙ୍କା ଉଠାଣ (Cash…

ନ୍ୟାସନାଲ ପେନଚାକ ପ୍ରତିଯୋଗିତା, ସ୍ବର୍ଣ୍ଣପଦକ ବିଜେତାଙ୍କୁ ଗଞ୍ଜାମରେ ସମ୍ବର୍ଦ୍ଧନା

ଗଞ୍ଜାମ,୨୩ା୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲାଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲ୍ଡ ମେଡାଲ ହାସଲ…

ଆୟ ବର୍ହିଭୂତ ସମ୍ପତ୍ତି ଠାବ, PEO କାର୍ତ୍ତିକେଶ୍ୱର ବେହେରା ଗିରଫ

ବରଗଡ଼,୨୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଟାବାହାଲ ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) କାର୍ତ୍ତିକେଶ୍ୱର ବେହେରାଙ୍କୁ ଗିରିଫ କରିଛି ଭିଜିଲାନ୍ ଟିମ୍ । ତାଙ୍କ ଜଣାଶୁଣା ଆୟର…

କେସିଙ୍ଗାରେ ରେକର୍ଡ ବର୍ଷା, ଆତଙ୍କିତ ସ୍ଥାନୀୟ ବାସିନ୍ଦା

କେସିଙ୍ଗା,୨୩।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ବର୍ଷାରେ କେସିଙ୍ଗା ବ୍ଲକର ୨୬ଟି ଗ୍ରାମ ପଞ୍ଚାୟତରେ ଦୀର୍ଘ ଦୁଇଦିନ ଧରି ବର୍ଷା ଲାଗି ରହିଛି ।କେତେବେଳେ ବର୍ଷା ହେଉଛି ତ ଆଉ…

IPL ଅକ୍ସନ୍‌କୁ ନେଇ ବଡ଼ ଘୋଷଣା: ଡିସେମ୍ବରରେ ଏହି ସ୍ଥାନରେ ହେବ….

ନୂଆଦିଲ୍ଲୀ,୨୩।୯: IPLର ଆଗାମୀ ସିଜନ୍‌କୁ ନେଇ ପ୍ରସ୍ତୁତି ଜୋରଦାର ହେଉଥିବା ବେଳେ ଅକ୍ସନକୁ ନେଇ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି । BCCI ସଚିବ ଦେବଜିତ ସାଇକିଆଙ୍କ…

ନାଗାବଳୀ କୂଳରେ ଝଲସୁଛି କାଶତଣ୍ଡି, ଧରାପୃଷ୍ଠକୁ ଆସିବେ ଜଗତଜନନୀ

କଲ୍ୟାଣସିଂହପୁର,୨୩ା୯(ଦୀପକ କୁମାର ପରିଡା ): ​ପ୍ରକୃତିର କୋଳରେ ଏବେ ଉତ୍ସବର ଋତୁ । ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବେଲକନା ଗାଁ ନିକଟସ୍ଥ ନାଗାବଳୀ ନଦୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?