Posted inଜାତୀୟ

‘ଔରଙ୍ଗଜେବଙ୍କ ପୂନର୍ଜନ୍ମ ଶରଦ ପାଓ୍ବାର’, ଭାଜପା ନେତା ନୀଲେଶ ରାଣେ କହିଲେ- ନିର୍ବାଚନ ଆସୁ ଆସୁ କଲେ ମୁସଲମାନଙ୍କ ଚିନ୍ତା

ମୁମ୍ବାଇ,୯।୬: ମହାରାଷ୍ଟ୍ରର ଭାରତୀୟ ଜନତା ପାର୍ଟି(ଭାଜପା) ନେତା ନୀଲେଶ ରାଣେ ଗୁରୁବାର କହିଛନ୍ତି ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି(ଏନସିପି) ମୁଖ୍ୟ ଶରଦ ପାଓ୍ବାର ଔରଙ୍ଗଜେବଙ୍କ ପୁନର୍ଜନ୍ମ । ଏନସିପି ଏହା ବିରୋଧରେ ଶୁକ୍ରବାର ମୁମ୍ବାଇରେ ଜେଲ ଭରୋ ଆନ୍ଦୋଳନ ଘୋଷଣା କରିଛି।
ଭାଜପା ନେତା ତଥା ପୂର୍ବତନ ଏମପି ନୀଲେଶ ରାଣେ ମରାଠି ଭାଷାରେ ଟୁଇଟ କରି ଲେଖିଛନ୍ତି କି ନିର୍ବାଚନ ପାଖେଇ ଆସୁ ଆସୁପାଓ୍ବାର ମୁସଲିମ ସମାଜ ପାଇଁ ଚିନ୍ତାଗ୍ରସ୍ତ ହୋଇଯାଇଛନ୍ତି। କେବେ କେବେ ଲାଗୁଛି କି ଶରଦ ପାଓ୍ବାର ଔରଙ୍ଗଜେବଙ୍କ ପୁନର୍ଜନ୍ମ।

ସୂଚନାଯୋଗ୍ୟ, କୋହ୍ଲାପୁରରେ ଉତ୍ତେଜନା ପରେ ଏନସିପି ମୁଖ୍ୟ ଶରଦ ପାୱାର କହିଛନ୍ତି ଯେ ପରିସ୍ଥିତି ଏପରି ଯେ ମୁସଲମାନ ଏବଂ ଖ୍ରୀଷ୍ଟିଆନ ଧର୍ମର ଲୋକଙ୍କ ବିଷୟରେ ଚିନ୍ତା କରିବା ଉଚିତ। ବାସ୍ତବରେ, ମହାରାଷ୍ଟ୍ରର କିଛି ମୁସଲମାନ ଯୁବକଙ୍କ ନାମରେ କୋହ୍ଲାପୁରରେ ଔରଙ୍ଗଜେବ ଏବଂ ଟିପୁ ସୁଲତାନଙ୍କ ଫଟୋ ଷ୍ଟାଟସ ରଖଇବାରୁ କୋହ୍ଲାପୁରରେ ହିଂସା ଉପୁଜିଥିଲା।

ଜୁନ ୭ରେ ହିନ୍ଦୁତ୍ୱ ସଂଗଠନ କୋହ୍ଲାପୁରରେ ଏକ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏହି ସମୟରେ ଅନେକ ସ୍ଥାନରେ ପଥର ଫିଙ୍ଗିବା ଏବଂ ହିଂସା ପରିସ୍ଥିତି ଦେଖି ପୋଲିସ ଲାଠିଚାର୍ଡ କରିଥିଲା। ଏହି ମାମଲାରେ ଏପର୍ଯ୍ୟନ୍ତ ୩୬ଜଣଙ୍କୁ ଗିରଫ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଠ୍ୟପୁସ୍ତକ ତ୍ରୁଟି ଘଟଣା; ମନୋଜ ପାଢ଼ୀଙ୍କୁ ସର୍ତ୍ତମୂଳକ ଜାମିନ, କୋର୍ଟ ରଖିଲେ ଏହି ସର୍ତ୍ତ

କଟକ,୫।୮(ପ୍ରଭୁକଲ୍ୟାଣ ପାଲ୍): ସ୍କୁଲ ପାଠ୍ୟ ପୁସ୍ତକ ତ୍ରୁଟି ମାମଲାରେ ଏସସିଇଆରଟିର ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ସର୍ତ୍ତ ମୂଳକ ଜାମିନ ପ୍ରଦାନ କରାଯାଇଛି । କଟକ ସ୍ୱତନ୍ତ୍ର…

ପୁଅ ହେବ ତ ଏମିତି… ପାଲିଙ୍କିରେ ମାତା-ପିତାଙ୍କୁ ବସାଇ ୧୫ କିମି ପଦଯାତ୍ରା, ଝୁମରନାଥ ଧାମ ଦର୍ଶନ କରାଇଲେ

ଲକ୍ଷ୍ନୌ,୫।୮: ଉତ୍ତର ପ୍ରଦେଶର ଲଲିତପୁର ଜିଲାରୁ ସାମ୍ନାକୁ ଆସିଛି ଭକ୍ତି, ସେବା ଓ ସଂସ୍କାରର ଏକ ପ୍ରେରଣାଦାୟକ ଚିତ୍ର । ବାର କସ୍ବାର ମୋତିଖେଡ଼ା ଗ୍ରାମର ବାସିନ୍ଦା…

କ୍ଷମା ମାଗିଲେ ଜୁକରବର୍ଗ: ମୋଦି ସରକାରଙ୍କୁ କହିଲେ, ବହୁତ ଟଙ୍କା ମିଳିଥିଲା…

ନୂଆଦିଲ୍ଲୀ,୫।୮: ମାର୍କ ଜୁକରବର୍ଗ CSAM କଣ୍ଟେଣ୍ଟ, ଡିପଫେକ୍ କଣ୍ଟେଣ୍ଟ ଏବଂ ପ୍ଲାଟଫର୍ମ ପରିଚାଳନାରେ ହୋଇଥିବା ଭୁଲ୍ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି। ସେମାନଙ୍କୁ ସ୍ପଷ୍ଟ କରାଯାଇଥିଲା ଯେ…

୨୦୨୭ ODI ବିଶ୍ୱକପକୁ ନେଇ ଆସିଲା ବଡ଼ ଅପଡେଟ: କାର୍ଯ୍ୟସୂଚୀ ଘୋଷଣା କଲା ICC

ନୂଆଦିଲ୍ଲୀ,୫।୮: 2027 ODI ବିଶ୍ୱକପର କାର୍ଯ୍ୟସୂଚୀକୁ ନେଇ ଏକ ବଡ଼ ଅପଡେଟ ପ୍ରକାଶ ପାଇଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଟୁର୍ଣ୍ଣାମେଣ୍ଟର ଯୋଗ୍ୟତା ପର୍ଯ୍ୟାୟ ପାଇଁ ତାରିଖ…

ବିଭିନ୍ନ ସରକାରୀ ଅନୁଷ୍ଠାନକୁ ଅଚାନକ ଗସ୍ତ କଲେ ଜିଲାପାଳ, କାର୍ଯ୍ୟପ୍ରଣାଳୀ ଅନୁଧ୍ୟାନ କରି…

ନବରଙ୍ଗପୁର,୫ା୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାପାଳ ଡ. ମହେଶ୍ୱର ସ୍ବାଇଁ ବୁଧବାର ନନ୍ଦାହାଣ୍ଡି ବ୍ଲକ ଅନ୍ତର୍ଗତ ନନ୍ଦାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର (CHC), ନିସ୍ନାହାଣ୍ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ…

ବେକରେ ଓଢ଼ଣୀ ବାନ୍ଧି ଝୁଲିପଡ଼ିଲେ ଦଶମ ଶ୍ରେଣୀ ଛାତ୍ରୀ, ପଢ଼ା ଖାତା ଜବତ କରି ପୋଲିସ…

ଝରିଗାଁ,୫ା୮(କିଶୋର ଚନ୍ଦ୍ର ମଣ୍ଡଳ): ବେକରେ ଓଢ଼ଣୀ ଦେଇ ଝୁଲି ପଡ଼ିଛନ୍ତି ଜଣେ ଦଶମ ଶ୍ରେଣୀ ଛାତ୍ରୀ। ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚଚା ପଞ୍ଚାୟତ ଅନ୍ତର୍ଗତ ଗବାଗୁଡ଼ା…

ସୁପ୍ରିମକୋର୍ଟ ଛାତ୍ରମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ସପକ୍ଷରେ ନାହାନ୍ତି

ନୂଆଦିଲ୍ଲୀ,୫।୮: ଜଣେ ଆବେଦନକାରୀ କୌଣସି ରାଜନୈତିକ ସମାଧାନ ଆଧାରରେ ଛାତ୍ର ପ୍ରତିବାଦ ସମୟରେ ବିଶୃଙ୍ଖଳା ସମ୍ବନ୍ଧୀୟ ମାମଲା ପ୍ରତ୍ୟାହାର କରିବାକୁ ବିରୋଧ କରିଛନ୍ତି। ଆବେଦନରେ ଆୟୋଜକଙ୍କ ଉପରେ…

ଫିଲ୍ମ ନା ଆଉ କିଛି…କେଉଁଥିରୁ ଏତେଟଙ୍କା କମାନ୍ତି ଉଦୟନିଧି ଷ୍ଟାଲିନ୍‌? ଜାଣନ୍ତୁ ନେଟଓ଼୍ବର୍ଥ

ନୂଆଦିଲ୍ଲୀ,୫।୮: ତାମିଲନାଡୁ ରାଜନୀତିରେ ଆଜିକାଲି ପ୍ରବଳ ହଲଚଲ ଦେଖିବାକୁ ମିଳୁଛି। ତାଞ୍ଜାଭୁରରେ ଆୟୋଜିତ ଏକ ଜନସଭା ସମୟରେ ଅଭିନେତ୍ରୀ ତ୍ରିଷା କୃଷ୍ଣନଙ୍କୁ ନେଇ ଦିଆଯାଇଥିବା ବିବାଦୀୟ ବକ୍ତବ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri