ନୀଳଗିରି ବିଧାୟକଙ୍କୁ କରୋନା

ବାଲେଶ୍ୱର ଅଫିସ, ୬।୭-ବାଲେଶ୍ୱର ଜିଲା ନୀଳଗିରି ବିଧାୟକ ଇଂ. ସୁକାନ୍ତ ନାୟକ କରୋନା ଭୂତାଣୁରେ ସଂକ୍ରମିତ ହୋଇଛନ୍ତି। ଏହି ଖବର ପ୍ରଚାରିତ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି। ବିଧାୟକ ନାୟକ ଗତ ୧ତାରିଖରେ କୌଣସି କାର୍ଯ୍ୟରେ ଭୁବନେଶ୍ୱର ଯାଇଥିଲେ। ପରେ ସେଠାରୁ ଆସି ୨ତାରିଖରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀଙ୍କ ସହ ମିଶି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ୩ ତାରିଖରେ ବାଲେଶ୍ୱର ସଦର ବିଧାୟକ ମଦନମୋହନ ଦତ୍ତଙ୍କ ଏକାଦଶାହ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଏହାପରେ ତାଙ୍କ ଦେହ ଅସୁସ୍ଥ ଲାଗିବାରୁ ସେ ଉକ୍ତ ଦିନ କରୋନା ଟେଷ୍ଟ ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାବ୍‌ ଦେଇଥିଲେ। ସୋମବାର ରିପୋର୍ଟ ପଜିଟିଭ୍‌ ଆସିଥିବା ଜଣାପଡ଼ିଛି। ବିଧାୟକ ପ୍ରତ୍ୟହ ଗାଁଠାରୁ ସହର ପର୍ଯ୍ୟନ୍ତ ଲୋକମାନଙ୍କୁ ମାସ୍କ ପିନ୍ଧାଇ କରୋନା ସମ୍ପର୍କରେ ସଚେତନତା କରାଇ ହଜାର ହଜାର ମାସ୍କ ବଣ୍ଟନ କରିଥିଲେ। ବିଭିନ୍ନ ସରକାରୀ ଓ ବେସରକାରୀ ବୈଠକରେ ସେ ଯୋଗଦେଇଛନ୍ତି। ତାଙ୍କର କଣ୍ଟାକ୍ଟ ଟ୍ରେସିଂ ବାହାର କରିବା କଷ୍ଟସାଧ୍ୟ ବୋଲି ସାଧାରଣରେ ଚର୍ଚ୍ଚା ହେଉଛି। ସ୍ବାସ୍ଥ୍ୟ ବିଭାଗ ଓ ଜିଲା ପ୍ରଶାସନ ପକ୍ଷରୁ ତାଙ୍କୁ କୋଭିଡ୍‌-୧୯ ହସ୍‌ପିଟାଲର ଚିକିତ୍ସା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଉଥିବା ଜିଲା ମୁଖ୍ୟ ଚିକିତ୍ସାଳୟର ଡିପିଏମ୍‌ ଅନୀଲ କୁମାର ମହାନ୍ତି ସୂଚନା ଦେଇଛନ୍ତି।
ବିଧାୟକଙ୍କ ବ୍ୟତୀତ ବାଲେଶ୍ୱର ଜିଲାରେ ସୋମବାର ଆଉ ୧୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୨ଜଣ ହୋମ୍‌ କ୍ୱାରାଣ୍ଟାଇନ୍‌, ଜଣେ କ୍ୱାରାଣ୍ଟାଇନ୍‌ ସେଣ୍ଟର ହୋଇଥିବା ବେଳେ ୧୧ ଲୋକାଲ କେସ୍‌ ଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ ୩ଜଣ ତାମିଲନାଡୁ, ଦିଲ୍ଲୀ ଓ ମୁମ୍ବାଇ ଫେରନ୍ତା ବୋଲି ଜିଲା ମାଜିଷ୍ଟ୍ରେଟ୍‌ ବାଲେଶ୍ୱର ଟ୍ବିଟ୍‌ କରି ଜଣାଇଛନ୍ତି। ଜିଲାରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୧୨ରେ ପହଞ୍ଚତ୍ଛି। ଅନ୍ୟପକ୍ଷରେ ଜିଲାରେ ସୋମବାର ଆଉ ୩ଜଣ ସୁସ୍ଥ ହୋଇଥିବାରୁ ମୋଟ ସୁସ୍ଥ ସଂଖ୍ୟା ୩୨୪ରେ ପହଞ୍ଚତ୍ଛି। ଅନ୍ୟ ୮୬ ଜଣ ବିଭିନ୍ନ କୋଭିଡ୍‌-୧୯ ହସ୍‌ପିଟାଲରେ ଚିକିତ୍ସାଧୀନ ରହିଥିବା ବେଳେ ୨ଜଣଙ୍କର ମୃତ୍ୟୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ଥାନ ପୌର ନିର୍ବାଚନ, ୧୦ରୁ ୪ରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କଲା ଭାଜପା

ଜୟପୁର,୧୪ା୯: ରାଜସ୍ଥାନ ପୌର ନିର୍ବାଚନରେ ଶାସକ ଭାଜପା ୧୦ଟି ପୌର ନିଗମ ମଧ୍ୟରୁ ୪ଟିରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏଥିସହିତ ଶାସକ ଦଳ ୪,୧୭୯ଟି ଓ୍ବାର୍ଡ…

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?