ନୀଳଗିରି ଏନ୍‌ଏସି ଶଟ୍‌ଡାଉନ୍‌

ସଜନାଗଡ଼,୭ା୮(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରିରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏହି ଏନ୍‌ଏସିକୁ ଶଟଡାଉନ ଘୋଷଣା କରାଯାଇଛି। ଗୁରୁବାର ରାତି ୧୨ଟାରୁ ମଙ୍ଗଳବାର ପୂର୍ବାହ୍ନ ୫ଟା ପର୍ଯ୍ୟନ୍ତ ଶଟ୍‌ଡାଉନ୍‌ ରଖିବାକୁ ଘୋଷଣା କରିଛନ୍ତି ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ। ନିୟମ ମୁତାବକ ଓମଫେଡ୍‌ ଓ ମେଡିସିନ ଦୋକାନ ୨୪ ଘଣ୍ଟିଆ ଖୋଲା ରହିବା ସହ ପରିବା ଓ ଗ୍ରୋସରୀ ଦୋକାନ ସକାଳ ୬ରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ, ବ୍ୟାଙ୍କଗୁଡ଼ିକ ସକାଳ ୮ରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଅଧା କର୍ମଚାରୀରେ ଖୋଲାଯିବା ସହ ସାଧାରଣ ଗ୍ରାହକମାନେ ସକାଳ ୮ରୁ ୧୧ଟା ପର୍ଯ୍ୟନ୍ତ ସେବା ପାଇପାରିବେ। ସେହିପରି ଆମ୍ବୁଲାନ୍ସ, ଅଗ୍ନିଶମ ସେବା, ପିଇବା ପାଣି ଓ ବିଦ୍ୟୁତ ସରବରାହ କାର୍ଯ୍ୟକ୍ରମ କମ୍‌ କର୍ମଚାରୀରେ ଜାରି ରହିବା ସହ ସାନିଟାଇଜେସନ ଓ କରୋନା ସମ୍ପର୍କିତ କାର୍ଯ୍ୟକ୍ରମ ଜାରି ରହିବ। ଇଲେକ୍ଟ୍ରୋନିକ୍ସ ଓ ପ୍ରିଣ୍ଟ ମିଡିଆ ପାଇଁ ଜିଲା ଆରକ୍ଷୀ ଅଧୀକ୍ଷକ ନିଷ୍ପତ୍ତି ନେବେ ବୋଲି ଜଣାପଡ଼ିଛି।
ସୂଚନାଯୋଗ୍ୟ, ନୀଳଗିରି ବ୍ଲକରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୧ରେ ପହଞ୍ଚି ଥିବାବେଳେ ନୀଳଗିରି ଏନ୍‌ଏସିରେ ମୋଟ ୧୨ ଜଣ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଗୁରୁବାର ଏନ୍‌ଏସି ଅଞ୍ଚଳରୁ ୮ ଜଣ ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି। ସେଥିମଧ୍ୟରୁ ନୀଳଗିରି କୃଷି ଅଧିକାରୀ ଓ ନୀଳଗିରି ବ୍ଲକ କାର୍ଯ୍ୟାଳୟରେ ଜଣେ ଲେଖାଏ କାର୍ଯ୍ୟରତ କର୍ମଚାରୀ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଯୁଦ୍ଧ ଯୋଗୁ ବନ୍ଦ ଥିବା ଏୟାର ଇଣ୍ଡିଆ ଏକ୍ସପ୍ରେସ ପଶ୍ଚିମ ଏସିଆ ସେବା ପୁନର୍ବାର ଆରମ୍ଭ କରିଛି

ନୂଆଦିଲ୍ଲୀ,୨।୭: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଥିଲା; କିନ୍ତୁ, ଉତ୍ତେଜନା ହ୍ରାସ ପରେ, ଏୟାର ଇଣ୍ଡିଆ ଏକ୍ସପ୍ରେସ ଏକ ଗୁରୁତ୍ୱପୂର୍ଣ୍ଣ…

WhatsApp ପରେ, ସରକାର ଏବେ Telegram ସହ ସିଗନାଲ ଉପରେ ମଧ୍ୟ ରଖିଛନ୍ତି ନଜର

ନୂଆଦିଲ୍ଲୀ,୨।୭: WhatsAppର ୟୁଜରନେମ ଫିଚରକୁ ବନ୍ଦ କରିବା ପରେ, ସରକାର ଏବେ Telegram ଏବଂ ସିଗନାଲ ବିରୁଦ୍ଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରନ୍ତି। ଏହି ଦୁଇଟି ପ୍ଲାଟଫର୍ମ…

ଜନଗହଳିପୂର୍ଣ୍ଣ ସ୍ଥାନରୁ ମଦ ଦୋକାନ ସ୍ଥାନାନ୍ତର ଦାବି, ମଦ୍ୟପଙ୍କ ଉପଦ୍ରବରେ…

ବଞ୍ଚୋ,୨ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ସହରର ଜନଗହଳିପୂର୍ଣ୍ଣ ଅଞ୍ଚଳରେ ଥିବା ବିଦେଶୀ ମଦ ଦୋକାନକୁ ଏକ ଉପଯୁକ୍ତ ଓ ଖୋଲା ସ୍ଥାନକୁ ସ୍ଥାନାନ୍ତର କରିବା ଦାବିରେ ଗୁରୁବାର ଆନନ୍ଦପୁର…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା; ତିଆରି ହେବ ମହାଲକ୍ଷ୍ମୀ କରିଡର, ୫୦୦ ମହିଳା…

ଭୁବନେଶ୍ବର,୨।୭: ୧ କୋଟି ସଂଶୋଧିତ ଲକ୍ଷ୍ମୀପୁରାଣ ବାଣ୍ଟିବେ ରାଜ୍ୟ ସରକାର । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ସୂଚନା ଦେଇଛନ୍ତି । ନୂଆ ସଂଶୋଧିତ ଲକ୍ଷ୍ମୀପୁରାଣକୁ ନମିତା ଅଗ୍ରୱାଲ…

ଅବ୍ୟବସ୍ଥା ଘେରରେ ବିଦ୍ୟାଳୟ: ୪ ବର୍ଷ ବିତିଯାଇଥିଲେ ସୁଦ୍ଧା ସମ୍ପୂର୍ଣ୍ଣ ହୋଇନାହିଁ ଶ୍ରେଣୀଗୃହ

କେସିଙ୍ଗା,୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କାଣ୍ଡେଲ ଗ୍ରାମସ୍ଥିତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଗତ ୨୪.୭.୧୯୮୩ରେ ସ୍ଥାପିତ ହୋଇଛି। ଏହି ବିଦ୍ୟାଳୟରେ ତତ୍କାଳୀନ…

ହଠାତ ଲାଲ ହେଲା ଭେନେଜୁଏଲାର ଆକାଶ, Video ଦେଖି ଚମକି ପଡ଼ିଲେ ଭୂକମ୍ପରୁ ଉଠିଥିବା ଲୋକେ

କାରାକାସ୍‌,୨।୭: ଭେନେଜୁଏଲାର ରାଜଧାନୀ କାରାକାସରେ ସମ୍ପ୍ରତି ଦେଖାଯାଇଥିବା ଏକ ଦୃଶ୍ୟ ଲୋକମାନଙ୍କୁ ଆଶ୍ଚର୍ଯ୍ୟ କରିଦେଇଥିଲା। ଭୂମିକମ୍ପର ଧ୍ୱଂସଲୀଳାରେ ପୂର୍ବରୁ ସ୍ତବ୍ଧ ଥିବା ସହର ଉପରର ସମଗ୍ର ଆକାଶ…

ନିର୍ବାଚନ ଲଢ଼ିବେ ପ୍ରଶାନ୍ତ କିଶୋର? ଉପନିର୍ବାଚନ ଘୋଷଣା ପରେ ଜୋର ଧରିଛି ଚର୍ଚ୍ଚା

ପାଟନା,୨।୭: ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନ ଘୋଷଣା କରାଯାଇଛି। ଏହି ଆସନ ପାଇଁ ଭୋଟ ଜୁଲାଇ ୩୦ ରେ ହେବ ଏବଂ ଭୋଟ ଗଣତି…

ଦୁଇଟି ଦେଶ ଦେଇ ଗତି କରିବ ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ଶୋଭାଯାତ୍ରା; ତାଙ୍କୁ କେଉଁଠାରେ କବର ଦିଆଯିବ ଜାଣନ୍ତୁ

ତେହରାନ,୨।୭: ଇରାନର ଦିବଂଗତ ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପାଇଁ ରାଜ୍ୟସ୍ତରୀୟ ଅନ୍ତିମ ସଂସ୍କାର ଜୁଲାଇ ୪ ରେ ଆରମ୍ଭ ହେବ ଏବଂ ତାଙ୍କୁ ୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri