ଜିଲା ଦାବିରେ ନୀଳଗିରି ୧୨ଘଣ୍ଟା ବନ୍ଦ

ନୀଳଗିରି, ୪।୧୦(ପ୍ରଶାନ୍ତ ବିଶ୍ୱାଳ)ବାଲେଶ୍ୱର ଜିଲା ନୀଳଗିରିକୁ ଜିଲା ଦାବିରେ ମଙ୍ଗଳବାର ଜିଲା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ୧୨ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଥିଲା। ଏହି ଡାକରାକୁ ନୀଳଗିରିର ଜନସାଧାରଣ ସମର୍ଥନ ଦେବା ସହ ଦୋକାନ ବଜାର, ସମସ୍ତ ଅଫିସ୍‌ ବନ୍ଦ ଓ ଗାଡ଼ି ମୋଟର ଚଳାଚଳ ବନ୍ଦ ରହିଥିଲା।
ନୀଳଗିରିକୁ ସ୍ବତନ୍ତ୍ର ଜିଲା ଘୋଷଣା ଦାବିରେ ବିଭିନ୍ନ ସମୟରେ ସରକାରଙ୍କ ଠାରେ ଦାବି ହୋଇଆସୁଛି। ଗତ ସେପ୍ଟେମ୍ବର ୧୬ତାରିଖରେ ଏନେଇ ଏକ ବିଶାଳ ଜନସମାବେଶରେ ନୀଳଗିରିକୁ ତୁରନ୍ତ ସରକାର ଜିଲା ଘୋଷଣା କରନ୍ତୁ ବୋଲି ଦୃଢ଼ ଦାବି ମଧ୍ୟ ହୋଇଥିଲା। ନୀଳଗିରି ଉପଜିଲାପାଳଙ୍କ ଜରିଆରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓଡ଼ିଶାର ରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ ହେଁ ସରକାରଙ୍କ ପକ୍ଷରୁ କୌଣସି ସକରାତ୍ମକ ପରିଣାମ ମିଳିପାରିଲା ନାହିଁ। ସ୍ବାଧୀନ ଭାରତରେ ରାଜତନ୍ତ୍ରର ବିଲୋପ କରି ପ୍ରଥମ ଗଡ଼ଜାତ ରାଜ୍ୟ ଭାବେ ସ୍ବାଧୀନ ଭାରତରେ ମିଶ୍ରଣ ସମୟରେ ନୀଳଗିରିକୁ ସ୍ବତନ୍ତ୍ର ଅଧିକାର ମିଳିବ ବୋଲି ଚୁକ୍ତି ହୋଇଥିଲା। ଚୁକ୍ତି ଅନୁଯାୟୀ ନୀଳଗିରିକୁ ବିଶେଷ ଅଧିକାର ସ୍ବରୂପ ଜିଲା ମାନ୍ୟତା ପାଇବାକୁ ହକ୍‌ଦାର ବୋଲି ନୀଳଗିରି ଜିଲା କ୍ରିୟାନୁଷ୍ଠାନ କମିଟି ଆବାହକ ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡ଼ଙ୍ଗୀ ମତବ୍ୟକ୍ତ କରିଛନ୍ତି। ସ୍ବାଭିମାନୀ ନୀଳଗିରିବାସୀ ତାର ହକ୍‌ ପାଇଁ ଲଘୁଚାପଜନିତ ବର୍ଷାକୁ ଖାତିର ନ କରି ଜିଲା କ୍ରିୟାନୁଷ୍ଠାନ କମିଟିର ଆହ୍ବାନରେ ମଙ୍ଗଳବାର ସକାଳ ୬ଟାରୁ ବନ୍ଦ ଡାକରା ଦିଆଯାଇଥିଲା। ସମସ୍ତ ଅଫିସ୍‌ ଓ ଦୋକାନ ବଜାର ବନ୍ଦ ଥିବା ବେଳେ ୧୯ନଂ. ରାଜ୍ୟ ରାଜପଥ ନୀଳଗିରି ବାଇପାସ୍‌ ଛକଠାରେ ରାସ୍ତା ଉପରେ ବହୁ ଯାନବାହନ ଅଟକି ରହିଥିଲା। ପୂର୍ବତନ ବିଧାୟକ ଷଡ଼ଙ୍ଗୀଙ୍କ ସମେତ ବାଉଁଶବଣିଆ ସରପଞ୍ଚ ନିରଞ୍ଜନ ବାରିକ, କମ୍ୟୁନିଷ୍ଟ ନେତା କୈଳାସ ଚନ୍ଦ୍ର ପଣ୍ଡା, ଶ୍ୟାମସୁନ୍ଦରପୁର ସରପଞ୍ଚ ପୁରୁଷୋତ୍ତମ ସେଠୀ, ପୂର୍ବତନ ଏନ୍‌ଏସି ଅଧ୍ୟକ୍ଷ ରାଧାଗୋବିନ୍ଦ ଖଟୁଆ, ମନୋରଞ୍ଜନ ବେହେରା, ଦୟାନିଧି ମିଶ୍ର, ବାଞ୍ଛାନିଧି ପାତ୍ର, ସୁରେଶ ବେହେରା, ପ୍ରଫୁଲ୍ଲ ବେହେରା, ଜଶବନ୍ତ ରାଉତ, ସୁଧାରଞ୍ଜନ ମହାପାତ୍ର, ଗଦାଧର ପରିଡ଼ା, କିଶୋର ଦାସ, କୃଷ୍ଣଚନ୍ଦ୍ର ନାୟକ, ଦେବେନ୍ଦ୍ର ପଣ୍ଡା ଓ ସୁରେଶ ଦାସ ପ୍ରମୁଖଙ୍କ ସମେତ ନୀଳଗିରି ଉପଖଣ୍ଡର ବିଭିନ୍ନ ପ୍ରାନ୍ତରୁ ବହୁ ବୁଦ୍ଧିଜୀବୀ ଉପସ୍ଥିତ ରହିବା ସହ ଦାବି ପୂରଣ ନ ହେବା ପର୍ୟ୍ୟନ୍ତ ଆଗକୁ ଆନ୍ଦୋଳନକୁ ଆହୁରି ତୀବ୍ର କରାଯିବ ବୋଲି କମିଟି ଚେତାବନୀ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପାଟଣା:ରଘୁନାଥ ଜିଉ ମଠରେ ରାମନବମୀ ଉତ୍ସବ,ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶ୍ରୀରାମ ଝଣ୍ଡା ଯାତ୍ରା

ପାଟଣା, ୨୭।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ମହାସମାରୋହରେ ପବିତ୍ର ରାମ ନବମୀ ଉତ୍ସବ ପାଳିତ ହୋଇଯାଇଛି। ରଘୁନାଥ ଜିଉ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri