ଭାଜପା ଛାଡ଼ିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ, ବିଜେଡିରେ ହୋଇପାରନ୍ତି ସାମିଲ

ନୀଳଗିରି, ୨୯।୩(ପ୍ରଶାନ୍ତ କୁମାର ବିଶ୍ବାଳ): ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଭାରତୀୟ ଜନତା ପାର୍ଟି(ଭାଜପା)ରୁ ଇସ୍ତଫା ଦେଇଛନ୍ତି ନୀଳଗିରି ବିଧାୟକ ଛାଡିଲେ ସୁକାନ୍ତ। ଶୁକ୍ରବାର ନୀଳଗିରି ବିଧାୟକ ଇଂ ସୁକାନ୍ତ କୁମାର ନାୟକ ନୀଳଗିରି କାର୍ଯ୍ଯାଳୟରେ ଏକ ଖବରଦାତା ସମ୍ମିଳନୀ ଆୟୋଜନ କରି ଭାଜପାରୁ ଇସ୍ତଫା ଦେଇଥିବାର ସୂଚନା ଦେଇଛନ୍ତି। ଏହା ସହ ସେ ତାଙ୍କ ପ୍ରାଥମିକ ସଭ୍ୟ ପଦରୁ ଇସ୍ତଫା ଦେଇଥିବା ବିଜେପି ସଭାପତି ମନମୋହନ ସାମଲଙ୍କୁ ଚିଠି ମାଧ୍ୟମରେ ଜଣାଇଛନ୍ତି।

ଭାଜପା ଛାଡ଼ିବା ପରେ ନାୟକ କେଉଁ ଦଳରେ ଯୋଗଦେବେ ଏନେଇ ସେ ମୁହଁ ଖୋଲିନାହାନ୍ତି। ବିଧାୟକ ନାୟକ ବିଜେଡିରେ ଯୋଗଦାନ ନିଷ୍ପତ୍ତି ନେଇପାରନ୍ତି ବୋଲି ତାଙ୍କ ନିକଟତମ ସହଯୋଗୀଙ୍କ ପାଖରୁ ଶୁଣିବାକୁ ମିଳୁଛି। ସୁକାନ୍ତ ଭାଜପା ଛାଡ଼ିବା ସଂକ୍ରାନ୍ତରେ ଗତ କିଛିଦିନ ହେବ ଆଭାସ ମିଳିଥିଲା। ତାଙ୍କୁ ଭାଜପା ଦଳରେ ଅଣଦେଖା ପ୍ରମୁଖ ବିଷୟ ହୋଇଥିବା କୁହାଯାଉଛି।

ସୁକାନ୍ତ ଛାତ୍ର ଜୀବନରୁ ବିଜୁବାବୁଙ୍କ ନୀତି ଆଦର୍ଶକୁ ଅନୁସରଣ କରି ସମାଜସେବାରେ ନିଜକୁ ନିୟୋଜିତ କରିଥିଲେ। ନିଜ ପଞ୍ଚାୟତରେ ୧୯୯୨ରୁ ୧୯୯୪ ପର୍ଯ୍ୟନ୍ତ ସମିତି ସଭ୍ୟ ଭାବେ ନିର୍ବାଚିତ ହୋଇ ଲୋକଙ୍କର ସେବା ଆରମ୍ଭ କରିଥିଲେ। ପରେ ୧୯୯୪ ମସିହାରେ ଯୁବ ଇଞ୍ଜିନିୟର ଭାବରେ ଓଡ଼ିଶା ସରକାରଙ୍କ ଜଳସେଚନ ବିଭାଗରେ ଯୋଗଦେଇ ଚାକିରୀ ଜୀବନ ଆରମ୍ଭ କରିଥିଲେ। ୨୦୧୪ ମସିହାରେ ଜଳସେଚନ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ଥିବା ବେଳେ ସରକାରୀ ଚାକିରୀରୁ ଇସ୍ତଫା ଦେଇ ଜନସେବାକୁ ଆପଣେଇ ନେଇଥିଲେ।

୨୦୧୪ରେ ନୀଳଗିରି ନିର୍ବାଚନ ମଣ୍ଡଳୀରେ ବିଜେଡ଼ିରୁ ସୁକାନ୍ତ ପ୍ରାର୍ଥୀ ହୋଇ ନିଜର ନିକଟତମ ପ୍ରତିଦ୍ୱନ୍ଦୀ ବିଜେପିର ମହିଳା ପ୍ରାର୍ଥୀ ସୁଷମା ବିଶ୍ବାଳଙ୍କୁ ୧୩ ହଜାର ୭ ଶହ ଖଣ୍ଡ ଭୋଟରେ ପରାଜିତ କରି ନୀଳଗିରି ନିର୍ବାଚନ ମଣ୍ଡଳୀରେ ନିଜର ଲୋକପ୍ରିୟତା ଦର୍ଶାଇଥିଲେ। ପରବର୍ତ୍ତୀ ୨୦୧୯ ମସିହା ନିର୍ବାଚନରେ ଜିଲା ସଭାପତିଙ୍କ ସହିତ ମନୋମାଳିନ୍ୟ ଯୋଗୁଁ ବିଜେଡ଼ି ଦଳ ଛାଡି ଭାରତୀୟ ଜନତା ପାର୍ଟିରରେ ଯୋଗ ଦେଇଥିଲେ। ଉକ୍ତ ନିର୍ବାଚନରେ ସନ୍ତୋଷ ଖଟୁଆ କଡ଼ା ଟକ୍କର ଦେଇଥିଲେ ହେଁ ସୁକାନ୍ତ କୁମାର ନାୟକ ବାଜି ମାରି ନେଇଥିଲେ। ସୁକାନ୍ତ ୬୯୫୧୭ ଖଣ୍ଡ ଭୋଟ ପାଇଥିବା ବେଳେ ସନ୍ତୋଷ ଖଟୁଆ ୬୭୫୧୭ ଖଣ୍ଡ ଭୋଟ ପାଇ ପରାଜିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ସହ ଫୋନରେ କଥା ହେଲେ ମୋଦି, ଏହି ସବୁ ବିଷୟକୁ ନେଇ ଆଲୋଚନା…

ନୂଆଦିଲ୍ଲୀ,୩୦।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଫୋନ୍‌ରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି । ଦୁଇ ନେତା ବାଣିଜ୍ୟ, ପ୍ରତିରକ୍ଷା, ଶକ୍ତି,…

ଅନଲାଇନ୍ ଗେମିଂ-ବେଟିଂ ନାଁରେ କୋଟି କୋଟି ଟଙ୍କାର ସାଇବର ଠକେଇ! ଗଞ୍ଜାମରେ ଗିରଫ ହେଲେ ଆଉ ଜଣେ ଅଭିଯୁକ୍ତ

ଛତ୍ରପୁର,୩୦।୯(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : ଅନଲାଇନ୍ ଗେମିଂ, ବେଟିଂ ଓ ଇନଭେଷ୍ଟମେଣ୍ଟ ଆପ୍ ମାଧ୍ୟମରେ ଅଧିକ ଲାଭର ପ୍ରଲୋଭନ ଦେଖାଇ ଠକେଇ କରୁଥିବା ଏକ ସାଇବର ନେଟୱର୍କକୁ…

ମହଙ୍ଗା ପଡିଲା ମୋଡିଫାଏଡ୍ ସାଇଲେନ୍ସର ଲଗାଇବା! ଟାଉନ୍ ଥାନା ପୋଲିସର ଚଢ଼ାଉ, ୭ ବାଇକ୍ ଜବତ

ଭବାନୀପାଟଣା,୩୦।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ବଢ଼ୁଥିବା ଶବ୍ଦ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ଏବଂ ମୋଟର ଯାନ ଆଇନର କଡ଼ାକଡ଼ି ପାଳନ ଲକ୍ଷ୍ୟରେ ସ୍ଥାନୀୟ…

ପ୍ରଧାନ ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା; ବାଜିଲା ବାଜା, ଗ୍ରାମ ପରିକ୍ରମା କଲେ ଛାତ୍ରୀଛାତ୍ର

କେସିଙ୍ଗା,୩୦ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ପଞ୍ଚାୟତ ଚିଚର୍ଲା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କୃଷ୍ଣଚନ୍ଦ୍ର ନାୟକଙ୍କୁ ବୁଧବାର ଅବସର କାଳୀନ ବିଦାୟ…

ଲିଫ୍ଟ ମାଗି ବାଇକରେ ବସିଲେ; ରାସ୍ତାରେ ମାଡ଼ ମାରି ଟଙ୍କା-ବ୍ରେସଲେଟ୍ ଲୁଟିନେଲେ ଦୁର୍ବୃତ୍ତ, ଥାନାରେ ଏତଲା

ଦିଗପହଣ୍ଡି,୩୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ହାଇସ୍କୁଲ ନିକଟରେ ଲୁଟ୍ ହୋଇଥିବା ନେଇ ଅଭିଯୋଗ ହୋଇଛି । ବୁଗୁଡ଼ା ଥାନା କଞ୍ଚୁରୁ…

କେନ୍ଦ୍ରାପଡ଼ାରେ ଗୁରୁ-ଶିଷ୍ୟା ସମ୍ପର୍କରେ କଳଙ୍କ: ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ, ନୃତ୍ୟ ଶିକ୍ଷକ ଗିରଫ

ଡେରାବିଶ, ୩୦।୯(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ଅଂଚଳର ଏକ ବିଦ୍ୟାଳୟର ନୃତ୍ୟ ଶିକ୍ଷକ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ…

ଫସଲ କ୍ଷୟକ୍ଷତି ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି

ଛତ୍ରପୁର,୩୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଘୁଚାପଜନିତ ବର୍ଷାରେ ଗଞ୍ଜାମ ଜିଲାର ବହୁ ଚାଷୀ କ୍ଷତିଗ୍ରସ୍ତ ହୋଇଥିବାରୁ କ୍ଷୟକ୍ଷତିର ସଠିକ୍‌ ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି କରିଛି…

ବାଲିଗୁଡ଼ାରେ ଓଡ଼ିଶା ବନ୍ଦ ଡାକରା ବିଫଳ: ଖୋଲା ରହିଲା ଦୋକାନ ବଜାର, ଗଡ଼ିଲା ଗାଡ଼ିମୋଟର

ବାଲିଗୁଡ଼ା,୩୦ା୯(ସଞ୍ଜୟ କୁମାର ପାଣିଗ୍ରାହୀ): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ବାଲିଗୁଡ଼ାରେ ପରିଲକ୍ଷିତ ହୋଇନାହିଁ। ବନ୍ଦ ସତ୍ତ୍ୱେ ସହରରେ ସ୍ବାଭାବିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?