ଭାଜପା ଛାଡ଼ିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ, ବିଜେଡିରେ ହୋଇପାରନ୍ତି ସାମିଲ

ନୀଳଗିରି, ୨୯।୩(ପ୍ରଶାନ୍ତ କୁମାର ବିଶ୍ବାଳ): ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଭାରତୀୟ ଜନତା ପାର୍ଟି(ଭାଜପା)ରୁ ଇସ୍ତଫା ଦେଇଛନ୍ତି ନୀଳଗିରି ବିଧାୟକ ଛାଡିଲେ ସୁକାନ୍ତ। ଶୁକ୍ରବାର ନୀଳଗିରି ବିଧାୟକ ଇଂ ସୁକାନ୍ତ କୁମାର ନାୟକ ନୀଳଗିରି କାର୍ଯ୍ଯାଳୟରେ ଏକ ଖବରଦାତା ସମ୍ମିଳନୀ ଆୟୋଜନ କରି ଭାଜପାରୁ ଇସ୍ତଫା ଦେଇଥିବାର ସୂଚନା ଦେଇଛନ୍ତି। ଏହା ସହ ସେ ତାଙ୍କ ପ୍ରାଥମିକ ସଭ୍ୟ ପଦରୁ ଇସ୍ତଫା ଦେଇଥିବା ବିଜେପି ସଭାପତି ମନମୋହନ ସାମଲଙ୍କୁ ଚିଠି ମାଧ୍ୟମରେ ଜଣାଇଛନ୍ତି।

ଭାଜପା ଛାଡ଼ିବା ପରେ ନାୟକ କେଉଁ ଦଳରେ ଯୋଗଦେବେ ଏନେଇ ସେ ମୁହଁ ଖୋଲିନାହାନ୍ତି। ବିଧାୟକ ନାୟକ ବିଜେଡିରେ ଯୋଗଦାନ ନିଷ୍ପତ୍ତି ନେଇପାରନ୍ତି ବୋଲି ତାଙ୍କ ନିକଟତମ ସହଯୋଗୀଙ୍କ ପାଖରୁ ଶୁଣିବାକୁ ମିଳୁଛି। ସୁକାନ୍ତ ଭାଜପା ଛାଡ଼ିବା ସଂକ୍ରାନ୍ତରେ ଗତ କିଛିଦିନ ହେବ ଆଭାସ ମିଳିଥିଲା। ତାଙ୍କୁ ଭାଜପା ଦଳରେ ଅଣଦେଖା ପ୍ରମୁଖ ବିଷୟ ହୋଇଥିବା କୁହାଯାଉଛି।

ସୁକାନ୍ତ ଛାତ୍ର ଜୀବନରୁ ବିଜୁବାବୁଙ୍କ ନୀତି ଆଦର୍ଶକୁ ଅନୁସରଣ କରି ସମାଜସେବାରେ ନିଜକୁ ନିୟୋଜିତ କରିଥିଲେ। ନିଜ ପଞ୍ଚାୟତରେ ୧୯୯୨ରୁ ୧୯୯୪ ପର୍ଯ୍ୟନ୍ତ ସମିତି ସଭ୍ୟ ଭାବେ ନିର୍ବାଚିତ ହୋଇ ଲୋକଙ୍କର ସେବା ଆରମ୍ଭ କରିଥିଲେ। ପରେ ୧୯୯୪ ମସିହାରେ ଯୁବ ଇଞ୍ଜିନିୟର ଭାବରେ ଓଡ଼ିଶା ସରକାରଙ୍କ ଜଳସେଚନ ବିଭାଗରେ ଯୋଗଦେଇ ଚାକିରୀ ଜୀବନ ଆରମ୍ଭ କରିଥିଲେ। ୨୦୧୪ ମସିହାରେ ଜଳସେଚନ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ଥିବା ବେଳେ ସରକାରୀ ଚାକିରୀରୁ ଇସ୍ତଫା ଦେଇ ଜନସେବାକୁ ଆପଣେଇ ନେଇଥିଲେ।

୨୦୧୪ରେ ନୀଳଗିରି ନିର୍ବାଚନ ମଣ୍ଡଳୀରେ ବିଜେଡ଼ିରୁ ସୁକାନ୍ତ ପ୍ରାର୍ଥୀ ହୋଇ ନିଜର ନିକଟତମ ପ୍ରତିଦ୍ୱନ୍ଦୀ ବିଜେପିର ମହିଳା ପ୍ରାର୍ଥୀ ସୁଷମା ବିଶ୍ବାଳଙ୍କୁ ୧୩ ହଜାର ୭ ଶହ ଖଣ୍ଡ ଭୋଟରେ ପରାଜିତ କରି ନୀଳଗିରି ନିର୍ବାଚନ ମଣ୍ଡଳୀରେ ନିଜର ଲୋକପ୍ରିୟତା ଦର୍ଶାଇଥିଲେ। ପରବର୍ତ୍ତୀ ୨୦୧୯ ମସିହା ନିର୍ବାଚନରେ ଜିଲା ସଭାପତିଙ୍କ ସହିତ ମନୋମାଳିନ୍ୟ ଯୋଗୁଁ ବିଜେଡ଼ି ଦଳ ଛାଡି ଭାରତୀୟ ଜନତା ପାର୍ଟିରରେ ଯୋଗ ଦେଇଥିଲେ। ଉକ୍ତ ନିର୍ବାଚନରେ ସନ୍ତୋଷ ଖଟୁଆ କଡ଼ା ଟକ୍କର ଦେଇଥିଲେ ହେଁ ସୁକାନ୍ତ କୁମାର ନାୟକ ବାଜି ମାରି ନେଇଥିଲେ। ସୁକାନ୍ତ ୬୯୫୧୭ ଖଣ୍ଡ ଭୋଟ ପାଇଥିବା ବେଳେ ସନ୍ତୋଷ ଖଟୁଆ ୬୭୫୧୭ ଖଣ୍ଡ ଭୋଟ ପାଇ ପରାଜିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଣ୍ଡିଆନଙ୍କ ସହ ଅଧିକାରୀଙ୍କ ଗସ୍ତ ନେଇ ପ୍ରଶ୍ନ ଉଠାଇଲା ଭାଜପା

ଭୁବନେଶ୍ୱର, ୨୯ା୪(ସୁନିତ୍‌ ମିଶ୍ର):ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଶନିବାର ପୁରୀ ଗସ୍ତ ବେଳେ ବିଳମ୍ବିତ ରାତିରେ ତାଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ସ୍ବତନ୍ତ୍ର ସଚିବ ଭିନିଲ୍‌...

ପ୍ରଚାରରେ ପିଲାଙ୍କୁ ଲଗାଇବା ମନା

ଭୁବନେଶ୍ୱର,୨୯ା୪ (ପି.ଟି.):ନିର୍ବାଚନୀ ସଭା ଓ ରାଲିରେ ପିଲାମାନଙ୍କୁ ନିୟୋଜିତ ନ କରିବା ପାଇଁ ନିର୍ବାଚନ କମିଶନ ଓଡ଼ିଶାର ରାଜନୈତିକ ଦଳଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। ବିଭିନ୍ନ ଦଳର...

ବଢୁଛି ଇଟାଭାଟି, ପ୍ରଶାସନର ରହୁନି ଅଙ୍କୁଶ

ପଟ୍ଟାମୁଣ୍ଡାଇ, ୨୯ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅଞ୍ଚଳରେ କିଛିଦିନ ହେଲା ଗ୍ରୀଷ୍ମ ପ୍ରବାହ ବଢ଼ି ପ୍ରବଳ ଖରା ସାଙ୍ଗକୁ ଗରମ ଓ...

ଏହିସବୁ ଆସନ ପାଇଁ ଏପର୍ଯ୍ୟନ୍ତ ପ୍ରାର୍ଥୀ ଘୋଷଣା କରିନାହାନ୍ତି ୩ ଦଳ

ଭୁବନେଶ୍ୱର,୨୯ା୪(ସୁନୀତ୍‌ ମିଶ୍ର):ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ସୋମବାରଠାରୁ ନାମାଙ୍କନପତ୍ର ଦାଖଲ ଆରମ୍ଭ ହେବ। ହେଲେ ଅଦ୍ୟାବଧି ବିଜେଡି, ଭାଜପା ତା’ର ପ୍ରାର୍ଥୀ ତାଲିକା ଘୋଷଣା...

ଝୁଲାଇ ରଖିଲା ବିଜେଡି, ବିରୋଧୀଙ୍କ ପ୍ରଚାର ଜୋରଦାର

ଯାଜପୁର,୨୯ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲା କୋରେଇ ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପା ଓ କଂଗ୍ରେସ ପ୍ରାର୍ଥୀ ଚୂଡାନ୍ତ ହୋଇଥିବାବେଳେ ବିଜେଡି ଏଯାଏ ଝୁଲାଇ ରଖିଛି। ତେଣୁ ଶାସକ ଦଳର...

ଆଜି ୩ୟ ପର୍ଯ୍ୟାୟ ଭୋଟ ଲାଗି ବିଜ୍ଞପ୍ତି

ଭୁବନେଶ୍ୱର, ୨୯ା୪(ସୁନିତ୍‌ ମିଶ୍ର):ଦେଶର ଷଷ୍ଠ ଏବଂ ଓଡ଼ିଶାର ୩ୟ ପର୍ଯ୍ୟାୟ ନିର୍ବାଚନ ଲାଗି ସୋମବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ଅର୍ଥାତ୍‌ ୩ୟ ପର୍ଯ୍ୟାୟ ଲାଗି...

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ଏହି ୩ ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର, ୨୮।୪: କଂଗ୍ରେସ ପକ୍ଷରୁ ରହିବାର ୨ଟି ଲୋକ ସଭା ଏବଂ ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ୮ ବିଧାନସଭା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri