Posted inରାଜ୍ୟ

ପର୍ଯ୍ୟଟକଙ୍କ ପାଇଁ ଆରମ୍ଭ ହେଲା ‘ନିମନ୍ତ୍ରଣ’

ଭୁବନେଶ୍ୱର, ୪।୯ (ବ୍ୟୁରୋ): ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ (ଓଟିଡିସି)ର ୪୨ତମ ପ୍ରତିଷ୍ଠା ଦିବସ ଅବସରରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖାଣ୍ଟି ଓଡ଼ିଆ ବ୍ୟଞ୍ଜନ ରେଷ୍ଟୁରାଣ୍ଟ ‘ନିମନ୍ତ୍ରଣ’ର ଶୁଭାରମ୍ଭ କରିଛନ୍ତି। ମୁଖ୍ୟମନ୍ତ୍ରୀ ଓଟିଡିସିକୁ ଜନ୍ମଦିନର ଶୁଭେଚ୍ଛା ଜଣାଇବା ସହିତ ‘ନିମନ୍ତ୍ରଣ’ ଜରିଆରେ ପାରମ୍ପରିକ ଓଡ଼ିଆ ବ୍ୟଞ୍ଜନର ପ୍ରୋତ୍ସାହନ ଉଦ୍ୟମକୁ ପ୍ରଶଂସା କରିଛନ୍ତି। ଓଡ଼ିଶା ପର୍ଯ୍ୟଟନ ଉପରେ ଆସ୍ଥା ପ୍ରକଟ କରି ନିଗମ ତା’ର ପ୍ରତିବଦ୍ଧତା ପ୍ରଦର୍ଶନ କରି ଭାରତ ପର୍ଯ୍ୟଟନରେ ଏହାର ମାନକୁ ଉଚ୍ଚା କରିପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି।
ଶହୀଦନଗରସ୍ଥିତ ରମାଦେବୀ ବିଶ୍ୱବିଦ୍ୟାଳୟ ନିକଟରେ ଖୋଲିଥିବା ‘ନିମନ୍ତ୍ରଣ’ ରେଷ୍ଟୁରାଣ୍ଟର ପରିଚାଳନା ଦାୟିତ୍ୱ ଓଟିଡିସି ତୁଲାଇବ। ଓଡ଼ିଆ ଖାଦ୍ୟକୁ ଲୋକପ୍ରିୟ କରି ବ୍ୟଞ୍ଜନ-ପର୍ଯ୍ୟଟନର ପ୍ରୋତ୍ସାହନ କରିବା ଏହାର ମୁଖ୍ୟ ଉଦ୍ଦେଶ୍ୟ। ଏହା ହେଉଛି ଓଟିଡିସି ରେଷ୍ଟୁରାଣ୍ଟ ଶୃଙ୍ଖଳର ପ୍ରଥମ ଆଉଟ୍‌ଲେଟ୍‌। ଆଗାମୀ ଦିନରେ ପୁରୀ ବ୍ଲୁଫ୍ଲାଗ୍‌ ବେଳାଭୂମି ଓ ୧୭୦୦ ଶତାବ୍ଦୀର ଐତିହ୍ୟ ସମ୍ବଲପୁରର ରାନୀ ବଖ୍ରୀ ପ୍ୟାଲେସ୍‌ଠାରେ ଏହାର ଦୁଇଟି ଆଉଟ୍‌ଲେଟ୍‌ ଖୋଲାଯିବ। କାର୍ଯ୍ୟକ୍ରମରେ ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଯୋଗଦେଇ କହିଲେ, ସ୍ଥାନୀୟ ବ୍ୟଞ୍ଜନ ପର୍ଯ୍ୟଟକଙ୍କୁ ସ୍ଥାନ ବା ଅଞ୍ଚଳ ସମ୍ବନ୍ଧରେ ଧାରଣା ଜନ୍ମାଇବାକୁ୍‌ ବାଧ୍ୟକରେ। ଓଡ଼ିଶା ପର୍ଯ୍ୟଟନର ଅଭିନବ ଉଦ୍ୟମ ‘ନିମନ୍ତ୍ରଣ’ ମାଧ୍ୟମରେ ରାଜ୍ୟର ବ୍ୟଞ୍ଜନ ପର୍ଯ୍ୟଟନର ବିକାଶ ଘଟିବା ସହ ପର୍ଯ୍ୟଟକଙ୍କ ମଧ୍ୟରେ ଓଡ଼ିଶାର ସାଂସ୍କୃତିକ ବିବିଧତାକୁ ଜାଣିବାକୁ ସୁଯୋଗ ସୃଷ୍ଟି ହୋଇପାରିବ। ପର୍ଯ୍ୟଟନ ବିଭାଗ ପ୍ରମୁଖ ସଚିବ ସୁରେନ୍ଦ୍ର କୁମାର କହିଲେ, ଗ୍ରାହକଙ୍କୁ ଓଡ଼ିଆ ପାରମ୍ପରିକ ଭୋଜନ ଯୋଗାଇବା ସକାଶେ ମେନ୍ୟୁ ପ୍ରସ୍ତୁତ କରାଯାଇଛି। ଏଥିରେ ଓଡ଼ିଆ ପ୍ରାକ୍‌ ଭୋଜନ ଖାଦ୍ୟ, ମୁଖ୍ୟ ଭୋଜନ, ପାନୀୟ, ମିଷ୍ଟାନ୍ନ ପ୍ରଭୃତି ରହିଥିବା ଯୋଗୁ ଏହା ଭ୍ରମଣକାରୀଙ୍କ ମଧ୍ୟରେ ଖାଇବା ସଉକ ସୃଷ୍ଟି କରିବ ବୋଲି ସେ ମତ ରଖିଥିଲେ। କୋଭିଡ୍‌ ମହାମାରୀ ପରବର୍ତ୍ତୀ ପର୍ଯ୍ୟଟନ ପୁନରୁଦ୍ଧାର କାର୍ଯ୍ୟକ୍ରମରେ ଏହି ରେଷ୍ଟୁରାଣ୍ଟ ପ୍ରକଳ୍ପ ହାତକୁ ନିଆଯାଇଛି। କଟକ ମହାନଦୀଠାରେ ଥିବା ସିଲ୍‌ଭର ସିଟି ବୋଟ୍‌ କ୍ଲବ୍‌, ପୁରୀର ବ୍ଲୁ ଫ୍ଲାଗ୍‌ ବେଳାଭୂମି ଓ ଚନ୍ଦ୍ରଭାଗା ବେଳାଭୂମିରେ ଖାଦ୍ୟ ପାନୀୟ ବ୍ୟବସ୍ଥା କରାଯିବା ଭଳି ଅନେକ ପଦକ୍ଷେପ ନିଆଯାଇଛି ବୋଲି ଓଟିଡିସ ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର କହିଥିଲେ। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭି.କେ. ପାଣ୍ଡିଆନ, ପର୍ଯ୍ୟଟନ ନିର୍ଦ୍ଦେଶକ ସଚିନ ଆର୍‌. ଯାଦବ ଏବଂ ଅନ୍ୟ ବିଭାଗୀୟ ଅଧିତ୍କାରୀ ପ୍ରମୁଖ ଉପସ୍ଥିତ ଥିଲେ।
ଓଟିଡିସିର ସ୍ଥାପନା ଦିବସକୁ ସ୍ମରଣୀୟ କରିବା ପାଇଁ ଏହି ଅବସରରେ ସେଠାରେ ଏକ କୁଇଣ୍ଟାଲ ଓଜନର ପୋଡ଼ପିଠା ପ୍ରସ୍ତୁତ କରାଯାଇଥିଲା। ଶୁଦ୍ଧ ଓଡ଼ିଆ ବ୍ୟଞ୍ଜନ ପ୍ରଣାଳୀକୁ ଲୋକପ୍ରିୟ କରିବା ଉଦ୍ଦେଶ୍ୟରେ ଏକ ରନ୍ଧନ ପ୍ରତିଯୋଗିତା ‘ଆମ ହାଣ୍ଡିଶାଳ’ ଆୟୋଜନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ ବଡ଼ ଖୁଲାସା, ସକାଳୁ କାହିଁକି ହୁଏ ହାର୍ଟଆଟାକ୍….

ନୂଆଦିଲ୍ଲୀ,୨୨।୧୨: ସକାଳ ସମୟ ହୃଦୟ ପାଇଁ ଏକ ବିଶେଷ ବିପଦପୂର୍ଣ୍ଣ ସମୟ ଭାବରେ ବିବେଚନା କରାଯାଏ। ସକାଳେ ହୃଦଘାତର ସଂଖ୍ୟା ଅଧିକ ଥାଏ । ବିଶେଷକରି...

ଭୟଙ୍କର ଦୁର୍ଘଟଣା: ଏକାବେଳକେ ୨ ବାଇକ୍‌କୁ ଧକ୍କା ଦେଲା କାର୍‌,ପରେ…

ଗଞ୍ଜାମ,୨୨।୧୨(ଅନାଥ ତରାଇ): ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି...

ଏକାଠି ଜିଇଁବା ଏକାଠି ମରିବା….ସ୍ବାମୀ ମୃତ୍ୟୁର ୬ ଘଣ୍ଟା ପରେ ଦୁନିଆରୁ ବିଦାୟ ନେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: କୁହାଯାଏ ଯେ ପ୍ରକୃତ ପ୍ରେମ ଜୀବନସାରା ରହିଥାଏ । ସମସ୍ତିପୁର ଜିଲ୍ଲାର ରୋସେରାର ଏହି ହୃଦୟ ବିଦାରକ ଘଟଣା ଏହାର ପ୍ରମାଣ ଦେଉଛି ।...

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

ଆଉ ୨ ଦିନ ପରେ କ୍ରିସ୍‌ମାସ

ଭୁବନେଶ୍ୱର,୧୯ା୧୨- ଆସନ୍ତା ୨୫ ତାରିଖ ଗୁରୁବାର ବଡ଼ଦିନ ବା କ୍ରିସ୍‌ମସ। ଭୁବନେଶ୍ୱରରେ ଥିବା କ୍ୟାଥୋଲିକ୍‌ ଓ ବାପଟିଷ୍ଟ ଚର୍ଚ୍ଚରେ ଖ୍ରୀଷ୍ଟ ଧର୍ମାବଲମ୍ୱୀମାନେ ଏକାଠି ହୋଇ ପ୍ରଭୁ...

ସମ୍ବିତଙ୍କୁ ସମର୍ଥନ କଲେ ପ୍ରମିଳା ମଲ୍ଲିକ, କହିଲେ ପାଣ୍ଡିଆନ୍‌ ଆମ….

ଭୁବନେଶ୍ୱର,୨୨।୧୨:  ପାଣ୍ଡିଆନଙ୍କୁ ନେଇ ବିଜେଡି ନେତା ସମ୍ବିତ ରାଉତରାୟ ଦେଇଥିବା ବୟାନକୁ ସମର୍ଥନ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସମ୍ବିତ ଯାହା...

ନୂଆ ବର୍ଷ ଆରମ୍ଭରୁ ବଦଳିଯିବ ଏସବୁ ନିୟମ: ସାଧାରଣ ଲୋକଙ୍କ ପକେଟ୍‌ ଉପରେ ପଡିବ ବଡ଼ ପ୍ରଭାବ

ନୂଆଦିଲ୍ଲୀ,୨୨।୧୨: ଡିସେମ୍ବର ମାସ ଆଉ କିଛି ଦିନ ପରେ ଚାଲିଯିବ, ଏବଂ ନୂତନ ବର୍ଷ ଆସିବ। ଏହା ସହିତ, ନିୟମାବଳୀରେ ଅନେକ ପରିବର୍ତ୍ତନ ଦେଖାଯିବ ଯାହା...

ରାଜନୀତିକୁ ସରଗରମ କରୁଛି ଲୁଲୁ-ବୁଲୁଙ୍କ ବୟାନବାଜି

ଭଦ୍ରକ,୨୨।୧୨(ସନାତନ ରାଉତ):ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲ(ଲୁଲୁ) ଓ କଂଗ୍ରେସର ଯୁବନେତା ଅସିତ୍‌ ପଟ୍ଟନାୟକ(ବୁଲୁ)ଙ୍କ ବୟାନବାଜି ଭଦ୍ରକ ରାଜନୀତିକୁ ସରଗରମ କରୁଛି। ଲୁଲୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri