Posted inଖେଳ

ଅକ୍ଷୟ କୁମାରଙ୍କ ଅଭିନେତ୍ରୀଙ୍କ ସହ ଯୋଡି ହୋଇଥିଲା ଏହି କ୍ରିକେଟରଙ୍କ ନାମ: ଏନ୍‌କାଉଣ୍ଟରରେ ସହିଦ ହୋଇଥିଲେ ବାପା

ଫିଲ୍ମ କଳାକାର ଏବଂ କ୍ରିକେଟରଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ବହୁତ ପୁରୁଣା। ନବାବ ପଟୌଦୀ-ଶର୍ମିଲା ଟାଗୋରଙ୍କ ଠାରୁ ଆରମ୍ଭ କରି ବିରାଟ କୋହଲି-ଅନୁଷ୍କା ଶର୍ମାଙ୍କ ପର୍ଯ୍ୟନ୍ତ ଏହାର ବହୁତ ବଡ଼ ଉଦାହରଣ। ମାତ୍ର ଏମିତି ବି କିଛି ନାମ ରହିଛି ଯେଉଁମାନଙ୍କ ନାମ ପରସ୍ପର ସହ ଯୋଡି ହୋଇଛି ମାତ୍ର ସେମାନଙ୍କ ପ୍ରେମ ସଫଳ ହୋଇପାରି ନାହିଁ। ସେମାନଙ୍କ ମଧ୍ୟରୁ ଜଣେ ହେଲେ ଭାରତୀୟ କ୍ରିକେଟ ଟିମ୍‌ର ମୁଖ୍ୟ ପ୍ରଶିକ୍ଷକ ରବି ଶାସ୍ତ୍ରୀ ଏବଂ ଅଭିନେତ୍ରୀ ନିମ୍ରତ କୌର। କିନ୍ତୁ ଏହି ଯୋଡି କେବେହେଲେ ସେମାନଙ୍କ ସମ୍ପର୍କକୁ ସର୍ବ ସମ୍ମୁଖରେ ସ୍ବୀକାର କରି ନାହାନ୍ତି। ଉଭୟ ଏହାକୁ କେବଳ ଗୁଜବ ବୋଲି କହିଥିଲେ। ଆଜି ଅର୍ଥାତ ମାର୍ଚ୍ଚ ୧୩ ହେଉଛି ନିମ୍ରତଙ୍କର ଜନ୍ମଦିନ। ଅକ୍ଷୟ କୁମାରଙ୍କ ସୁପରହିଟ୍‌ ଫିଲ୍ମ ‘ଏୟାରଲିପ୍ଟ’ରେ ତାଙ୍କୁ ଦେଖିବାକୁ ମିଳିଥିଲା।
ନିମ୍ରତଙ୍କର ଜନ୍ମ ରାଜସ୍ଥାନର ପିଲାନୀରେ ହୋଇଥିଲା। ତାଙ୍କ ବାପା ଆର୍ମୀରେ ଥିଲେ। ମାତ୍ର ଆତଙ୍କବାଦୀଙ୍କ ସହ ଏନ୍‌କାଉଣ୍ଟର ବେଳେ ସେ ସହିଦ ହୋଇଥିଲେ। ଏକ ସମୟ ଥିଲା ନିମ୍ରତଙ୍କ ନାମ କ୍ରିକେଟର ରବି ଶାସ୍ତ୍ରୀଙ୍କ ସହ ଯୋଡାଯାଇଥିଲା। ଏହି ସମୟରେ ରବି ବିବାହିତ ଥିଲେ। ମାତ୍ର ସେ ସ୍ତ୍ରୀଙ୍କ ଠାରୁ ଛାଡପତ୍ର ନେଇ ଅଲଗା ରହୁଥିଲେ। ହେଲେ ଉଭୟ ସେମାନଙ୍କ ସମ୍ପର୍କକୁ କେବଳ ଏକ ଗୁଜବ ବୋଲି କହିଆସୁଥିଲେ। ମିଡିଆର ରିପୋର୍ଟ ଅନୁଯାୟୀ, ୨୦୧୫ରେ ଉଭୟଙ୍କ ସାକ୍ଷାତ ଏକ ଜର୍ମାମ କାର ଲଞ୍ଚ୍‌ ଅବସରରେ ହୋଇଥିଲା। ଏହା ପରେ ଉଭୟଙ୍କ ମଧ୍ୟରେ ବନ୍ଧୁତ୍ୱ ଏବଂ ଶେଷରେ ପ୍ରେମରେ ବଦଳିଯାଇଥିଲା। ପ୍ରାୟ ୨ ବର୍ଷ ପର୍ଯ୍ୟନ୍ତ ଉଭୟ ପରସ୍ପରକୁ ଡେଟ୍‌ କରିଥିଲେ ବୋଲି କୁହାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅନ୍ତୋଷ, ଟିପିଏସ୍‌ଓଡିଏଲ୍‌ କାର୍ଯ୍ୟାଳୟ ଘେରାଉ ଚେତାବନୀ ତେଜିଲା

ହିଞ୍ଜିଳିକାଟୁ,୧୨।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଅଞ୍ଚଳରେ ବିଦ୍ୟୁତ୍‌ ସେବାକୁ ନେଇ ଦିନକୁ ଦିନ ଅସନ୍ତୋଷ ତୀବ୍ର ହେବାରେ ଲାଗିଛି। ବିନା ସୂଚନାରେ ପ୍ରତିଦିନ ୨ରୁ ୫…

୧୫୦ ବର୍ଷ ଟେଷ୍ଟ କ୍ରିକେଟ୍‌ ଇତିହାସରେ ଦ୍ୱିତୀୟଥର ଘଟିଲା ଏହି ଘଟଣା: ବିରଳ ରେକର୍ଡ କଲେ ଏହି ବ୍ୟାଟ୍ସମ୍ୟାନ୍‌

ଡର୍ବାନ,୧୨।୧୦:ଟେଷ୍ଟ କ୍ରିକେଟ୍‌ରେ ବେଳେବେଳେ ଏପରି କିଛି ବିରଳ ରେକର୍ଡ ଦେଖିବାକୁ ମିଳେ, ଯାହା କ୍ରିକେଟ୍‌ପ୍ରେମୀଙ୍କୁ ଆଶ୍ଚର୍ଯ୍ୟ କରିଦିଏ। ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଡର୍ବାନର କିଙ୍ଗ୍ସମିଡ…

ସେବା ସେତୁରେ ଲୋକଙ୍କ ଗୁହାରି ଶୁଣିଲା ପ୍ରଶାସନ, ସମାଧାନର ଭରସା ଦେଲେ ଅଧିକାରୀ

ପାଟଣା, ୧୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ବ୍ଲକ ଅନ୍ତର୍ଗତ ଖିରେଇଟାଙ୍ଗିରୀ ପଞ୍ଚାୟତ ପରିସରରେ ସୋମବାର ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ…

ବଳାତ୍କାର ମାମଲାରେ ଆସିଲା ବଡ଼ ରାୟ: ପୀଡ଼ିତାଙ୍କୁ…

ନବରଙ୍ଗପୁର, ୧୨/୧୦ (ସଦାଶିବ ପ୍ରହରାଜ): ଏକ ବଳାତ୍କାର ମାମଲାର ବିଚାର କରି ନବରଙ୍ଗପୁର ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ୍ ବାସୁଦେବ ଆଚାର୍ଯ୍ୟ ଅଭିଯୁକ୍ତ ଡେଭିଡ୍ ଗରଡ଼ାଙ୍କୁ…

ମାତ୍ର ୩୫ ପଇସାରେ ୧୦ ଲକ୍ଷର ବୀମା କଭର୍‌! କାହାକୁ ମିଳିବ ଏହି ଲାଭ, ଜାଣନ୍ତୁ ରେଳବାଇର ନିୟମ

ନୂଆଦିଲ୍ଲୀ, ୧୨।୧୦: ଯଦି ଆପଣ ନିୟମିତ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଅନଲାଇନରେ ଟିକେଟ ବୁକ କରୁଛନ୍ତି, ତେବେ ଟିକେଟ ବୁକିଂ ସମୟରେ ମିଳୁଥିବା ରେଳ ଯାତ୍ରା…

ମୁହଁତୋଡ ଜବାବ ଦେଲେ କ୍ୟାଟ୍ରିନା: କହୁ କହୁ କହିଦେଲେ…

ପୁଣି ଚର୍ଚ୍ଚାରେ ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌। ଓଜନ ବୃଦ୍ଧିକୁ ନେଇ ସୋସିଆଲ ମିଡିଆରେ ଟ୍ରୋଲ ହେବାପରେ ଏବେ ସେ ନିଜ ଷ୍ଟାଇଲିସ ଲୁକକୁ ନେଇ ସାଉଁଟିଛନ୍ତି…

ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ଏମିତି କାରନାମା କଲେ ଅଭିଷେକ ଶର୍ମା: କ୍ରିକେଟ୍‌ ଜଗତରେ ଖେଳିଗଲା…

ଇନ୍ଦୋର,୧୩।୧୦: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ୍‌ରେ ନିଜ ବିସ୍ଫୋରକ ବ୍ୟାଟିଂରେ ନୂଆ ରେକର୍ଡ କରିଛନ୍ତି ଭାରତୀୟ ଓପନର୍‌ ଅଭିଷେକ ଶର୍ମା। ଗୋଟିଏ କ୍ୟାଲେଣ୍ଡର ବର୍ଷରେ ସର୍ବାଧିକ ଛକା ମାରିବା…

ସରକାରଙ୍କ ବଡ଼ ଯୋଜନା! ଦୁର୍ଘଟଣାରେ କୃଷକଙ୍କ ମୃତ୍ୟୁ ହେଲେ ପରିବାରକୁ ମିଳିବ ୫ ଲକ୍ଷ ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ, ୧୨।୧୦: ଚାଷୀ ଦିନରାତି ପରିଶ୍ରମ କରି ନିଜ ପରିବାରର ଗୁଜୁରାଣ ମେଣ୍ଟାଇଥାନ୍ତି। କିନ୍ତୁ ବେଳେବେଳେ ଏକ ଦୁର୍ଘଟଣା ପୂରା ପରିବାରର ଜୀବନକୁ ବଦଳାଇ ଦେଇଥାଏ। ପରିବାରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?