ବିକ୍ରୟ ଟିମ୍‌କୁ ସମ୍ମାନିତ କଲା ନାଇନ୍‌

ନୂଆଦିଲ୍ଲୀ,୧୭।୫ ସ୍ବଚ୍ଛତା ଓ ବ୍ୟକ୍ତିଗତ ଯତ୍ନ କ୍ଷେତ୍ରରେ ବିଭିନ୍ନ ଉତ୍ପାଦ ପ୍ରସ୍ତୁତ କରୁଥିବା ଦେଶର ପ୍ରମୁଖ କମ୍ପାନୀ ନାଇନ୍‌ ପକ୍ଷରୁ ନିକଟରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ କମ୍ପାନୀ ତା’ର ବିକ୍ରୟ ଦଳକୁ ସମ୍ମାନିତ କରିଥିଲା। ଫଳରେ ସେମାନଙ୍କର ମନୋବଳ ବୃଦ୍ଧି ହେବା ସହ କାର୍ଯ୍ୟ କ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ସାରା ଭାରତର ବିଭିନ୍ନ ରାଜ୍ୟରୁ ଏହାର ବିକ୍ରୟ ଦଳର ସଦସ୍ୟମାନେ ଉକ୍ତ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ। ଉକ୍ତ କାର୍ଯ୍ୟକ୍ରମର ଶୁଭାରମ୍ଭ ପ୍ରଦୀପ ପ୍ରଜ୍ୱଳନ ସହ ଶ୍ରୀଗଣେଶ ବନ୍ଦନାରୁ ଆରମ୍ଭ ହୋଇଥିଲା। ଏହି ଅବସରରେ ନାଇନ୍‌ର ପ୍ରତିଷ୍ଠାତା ଅମର ତୁଲସ୍ଥାନ ଏବଂ ଏହାର ସହ-ପ୍ରତିଷ୍ଠାତା ଗୌରବ ବଥୱାଲଙ୍କ ସମେତ ଶରତ ଖେମ୍‌କା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ସେହିଭଳି କମ୍ପାନୀର ବିକ୍ରୟ ଦଳର ବରିଷ୍ଠ ସଦସ୍ୟ ତାରାଚନ୍ଦ୍ର ଚହର, ବିଜୟ ଶର୍ମାଙ୍କ ସମେତ ବହୁ ବରିଷ୍ଠ କର୍ମଚାରୀ ମଧ୍ୟ ସମାରୋହ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଅପରପକ୍ଷରେ ବିକ୍ରୟ ଦଳକୁ ସମ୍ବୋଧିତ କରି ଅମର ତୁଲସ୍ଥାନ କହିଥିଲେ ଯେ, ଗୋଟିଏ କମ୍ପାନୀର ବିକ୍ରୟ ଦଳ ସେହି କମ୍ପାନୀର ଶକ୍ତି ହୋଇଥାଏ। ସେହିପରି ଆମର ବିକ୍ରୟ ଟିମ୍‌ ଆମ ପରିବାର ସଦସ୍ୟ ସହ ଆମର ଶକ୍ତି ବୋଲି ଅମର ମତବ୍ୟକ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅବସରବେଳେ ଦରକାର ୧କୋଟି ଟଙ୍କା? ଏହି ଫର୍ମୂଲାରେ ୫ମାସରେ ମିଳିଯିବ ଟଙ୍କା, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୨୩।୧୨:ଲୋକମାନେ ପ୍ରାୟତଃ ଅବସର ସମୟରେ କୋଟି କୋଟି ଟଙ୍କାର କର୍ପସ ପାଇବାର ସ୍ୱପ୍ନ ଦେଖନ୍ତି, କିନ୍ତୁ କେବଳ କିଛି ଲୋକ ଏହି ସୱପ୍ନକୁ ପୂରଣ କରିପାରିବେ।...

ଏପ୍ରିଲ ପରେ ବନ୍ଦ ହୋଇଯିବ ଏହି ୬ଟି ବଡ଼ ବ୍ୟାଙ୍କ? ଆକାଉଣ୍ଟ ଥିଲେ କଣ କରିବେ…

ନୂଆଦିଲ୍ଲୀ,୨୩।୧୨: କେନ୍ଦ୍ର ସରକାର ପୁଣିଥରେ ବ୍ୟାଙ୍କିଙ୍ଗ କ୍ଷେତ୍ରରେ ବଡ଼ ପରିବର୍ତ୍ତନ ପାଇଁ ପ୍ରସ୍ତୁତି କରୁଛନ୍ତି। ରିପୋର୍ଟ ଅନୁଯାୟୀ ସରକାର ଛଅଟି ବଡ଼ ସରକାରୀ ବ୍ୟାଙ୍କକୁ ପରସ୍ପର...

8th Pay Commissionକୁ ନେଇ ଆସିଲା ବଡ଼ ଅପ୍‌ଡେଟ: ଜାନୁଆରୀରେ ବଢିଯିବ…

ନୂଆଦିଲ୍ଲୀ,୨୩।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ୨୦୨୬ ବର୍ଷ ଏକ ଗୁରୁତ୍ୱପୂର୍ଣ୍ଣ ବର୍ଷ ହେବାକୁ ଯାଉଛି। ୭ମ ବେତନ କମିଶନର ଅବଧି ୩୧...

Gold Price Today : ୨୪ ଶହ ଟଙ୍କା ବଢ଼ିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦାମ୍

ନୂଆଦିଲ୍ଲୀ,୨୩।୧୨: ଚଳିତ ବର୍ଷ ସୁନା ମୂଲ୍ୟରେ ତୀବ୍ର ବୃଦ୍ଧି ଘଟିଛି। ଡିସେମ୍ବର ୨୨ ତାରିଖରେ ବିଶ୍ୱ ସୁନା ମୂଲ୍ୟ ପ୍ରଥମ ଥର ପାଇଁ ପ୍ରତି ଆଉନ୍ସ...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ନୂଆ ବର୍ଷ ପୂର୍ବରୁ EPFO ଜାରି କଲା ନୂଆ ଗାଇଡଲାଇନ୍‌, ଜାଣିରଖନ୍ତୁ…

ନୂଆଦିଲ୍ଲୀ,୨୨।୧୨: କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ (EPFO) କର୍ମଚାରୀ ପେନସନ ଯୋଜନା (EPS) ସହିତ ଜଡିତ ଭୁଲ କିମ୍ବା ଅସମ୍ପୂର୍ଣ୍ଣ ଯୋଗଦାନର ମାମଲାଗୁଡ଼ିକର ସମାଧାନ ପାଇଁ...

UPI ପେମେଣ୍ଟରେ ନୂତନ ସୀମା ନିର୍ଣ୍ଣୟ କରିବ NPCI, ଏପରି ହେଉଛି ଠକେଇ

ନୂଆଦିଲ୍ଲୀ,୨୨।୧୨: ୟୁନିଫାଇଡ୍ ପେମେଣ୍ଟସ୍ ଇଣ୍ଟରଫେସ୍ (UPI) ମାଧ୍ୟମରେ ହେଉଥିବା ଆର୍ଥିକ ଜାଲିଆତିକୁ ରୋକିବା ପାଇଁ ନ୍ୟାସନାଲ ପେମେଣ୍ଟସ୍ କର୍ପୋରେସନ୍ ଅଫ୍ ଇଣ୍ଡିଆ (NPCI) ଏକ ଗୁରୁତ୍ୱପୂର୍ଣ୍ଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri