ଖୋଲିଲା ମଝିଘରିଆଣିଙ୍କ ୯ ହୁଣ୍ଡି: ମିଳିଲା ୧ କୋଟି ୪ ଲକ୍ଷ, ୧୨ ବିଦେଶୀ ନୋଟ୍‌ ସହ ୩୮ ଗ୍ରାମ ସୁନା

ରାୟଗଡ଼ା, ୭।୭ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରର ୯ଟି ହୁଣ୍ଡି ସୋମବାର ଖୋଲାଯାଇ ଗଣତି କରାଯାଇଛି। ହୁଣ୍ଡିରୁ ନଗଦ ୧ କୋଟି ୪ ଲକ୍ଷ ୩୬ ହଜାର ୯୬୩ ଟଙ୍କା ସହିତ ୩୮ ଗ୍ରାମ ସୁନା ଓ ୨୫୦୫ ଗ୍ରାମ ରୁପା ବାହାରିଥିବା ଜଣାପଡ଼ିଛି। ଏଥିସହିତ ୫ଟି ଦେଶର ୧୨ଟି ବିଦେଶୀ ନୋଟ୍‌ ମଧ୍ୟ ବାହାରିଛି। ବିଦେଶରେ ରହୁଥିବା କୌଣସି ଭକ୍ତ ମା’ଙ୍କ ଦର୍ଶନ ପାଇଁ ଆସି ଏହି ବିଦେଶୀ ଟଙ୍କା ହୁଣ୍ଡିରେ ଦାନ କରିଥିବା ଅନୁମାନ କରାଯାଉଛି।

ସୋମବାର ସକାଳ ୯ଟାରେ ମାଜିଷ୍ଟ୍ରେଟ ଓ ପୋଲିସ ଉପସ୍ଥିତିରେ ମନ୍ଦିର ପରିଚାଳନା କମିଟି ତରଫରୁ ହୁଣ୍ଡି ଖୋଲାଯାଇ ଦୀର୍ଘ ୮ ଘଣ୍ଟା ଧରି ଗଣତି ହୋଇଥିଲା। ଏହା ପୂର୍ବରୁ ଜାନୁଆରୀ ୨୭ରେ ହୁଣ୍ଡିରୁ ନଗଦ ୯୪ ଲକ୍ଷ ୪୯ ହଜାର ୫୪ ଟଙ୍କା ସହିତ ୯୩ ଗ୍ରାମ ସୁନା ଓ ୨୧୭୦ ଗ୍ରାମ ରୁପା ବାହାରିଥିଲା। ଏଥିସହିତ ବିଭିନ୍ନ ପ୍ରକାର ୧୨ଟି ବିଦେଶୀ ନୋଟ ମଧ୍ୟ ବାହାରିଥିଲା।

ସୂଚନା ଥାଉକି, ବର୍ଷକୁ ୩ରୁ ୪ ଥର ହୁଣ୍ଡି ଖୋଲାଯାଇ ଗଣତି କରାଯାଉଛି। ହେଲେ ଚଳିତ ଥର ପ୍ରାୟ ୬ ମାସ ପରେ ମା’ଙ୍କ ହୁଣ୍ଡି ଖୋଲାଯାଇଛି। ସୋମବାର ହୁଣ୍ଡିରୁ ବାହାରିଥିବା ଟଙ୍କା ଓଡ଼ିଶା ଗ୍ରାମୀଣ ବ୍ୟାଙ୍କରେ ଗଚ୍ଛିତ ରଖାଯାଇଛି। ସେହିଭଳି ସୁନା ଓ ରୁପା ଜିଲା କୋଷାଗାରରେ ରଖାଯାଇଛି। ଏହି ଗଣତିରେ ବ୍ୟାଙ୍କ କର୍ମଚାରୀଙ୍କ ସମେତ ଅନେକ ସ୍ବେଚ୍ଛାସେବୀ ସାମିଲ ହୋଇଥିଲେ। ହୁଣ୍ଡି ଖୋଲି ଗଣତି ବେଳେ ପୋଲିସ ଓ ମନ୍ଦିର ସୁରକ୍ଷା କର୍ମୀଙ୍କ ଦ୍ୱାରା ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ: ଯୋଗଦେବେ ୫୦ ହଜାରରୁ ଉର୍ଦ୍ଧ୍ୱ କର୍ମକର୍ତ୍ତା

ଭଞ୍ଜନଗର,୨୬/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗୀ ଠାରେ ଶୁକ୍ରବାର ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ ହୋଇଯାଇଛି । ଏହା ରବିବାର ପର୍ଯ୍ୟନ୍ତ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...

ଫେଲ ମାରିଲା ‘ମେଡ ଇନ ଚାଇନା’! ଥାଇଲ୍ୟାଣ୍ଡ ବିରୋଧରେ ପ୍ରୟୋଗ ସମୟରେ ଫାଟିଲା ରକେଟ ସିଷ୍ଟମ, ୮ ସେନା ମୃତ

ବ୍ୟାଙ୍କକ,୨୬।୧୨: ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିର ଚାଇନାର JF-17 ଥଣ୍ଡର ଲଢୁଆ ବିମାନ ଲିବିଆକୁ ବିକ୍ରି କରିଥାଇପାରନ୍ତି, କିନ୍ତୁ ବାସ୍ତବତା ହେଉଛି ଚାଇନା ଅସ୍ତ୍ରଶସ୍ତ୍ରର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri