Posted inଜାତୀୟ

୯ ଜଣଙ୍କୁ କୀର୍ତ୍ତି ଚକ୍ର, ୧୯ଙ୍କୁ ଶୌର୍ଯ୍ୟ ଚକ୍ର

ନୂଆଦିଲ୍ଲୀ,୧୫ା୮(ପି.ଟି.): ୮୦ତମ ସ୍ବାଧୀନତା ଦିବସର ଦିନକ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୭୮ଟି ସାହସିକତା ପୁରସ୍କାରକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେଥିରୁ ୧୩ଟି ପୁରସ୍କାର ମରଣୋତ୍ତର ଭାବେ ପ୍ରଦାନ କରାଯିବ। ଉକ୍ତ ପୁରସ୍କାର ମଧ୍ୟରେ ୯ଟି କୀର୍ତ୍ତି ଚକ୍ର, ୧୯ ଶୌର୍ଯ୍ୟଚକ୍ର, ୫ ସେନା ପଦକର ବାର୍‌ ଏବଂ ୩୬ ସେନା ପଦକ ରହିଛି। ଅଶୋକ ଚକ୍ର ପରେ କୀର୍ତ୍ତିଚକ୍ର ଭାରତର ଦ୍ୱିତୀୟ ସର୍ବୋଚ୍ଚ ଶାନ୍ତି ସମୟର ବୀରତ୍ୱ ପୁରସ୍କାର ହୋଇଥିବାବେଳେ ଶୌର୍ଯ୍ୟଚକ୍ର ୩ୟ ସର୍ବୋଚ୍ଚ ବୀରତ୍ୱ ପୁରସ୍କାର। କୀର୍ତ୍ତି ଚକ୍ର ପାଇବାକୁ ଥିବା ଯବାନଙ୍କ ମଧ୍ୟରେ ଲ୍ୟୁଟ୍‌ନାଣ୍ଟ କଲୋନେଲ ମନୋଜ ଫ୍ରାନ୍ସିସ୍‌ ଏବଂ ମେଜର ଜିତେନ୍ଦ୍ର ରାଠି ରହିଛନ୍ତି। ଅନ୍ୟ ୭ କୀର୍ତ୍ତିଚକ୍ର ମରଣୋତ୍ତର ଭାବେ ପ୍ରଦାନ କରାଯିବ। ସେମାନଙ୍କ ମଧ୍ୟରେ ଅଛନ୍ତି ହାବିଲଦାର ଗଜେନ୍ଦ୍ର ସିଂ, ହେଡ୍‌ କନ୍‌ଷ୍ଟେବଲ ଜଗବୀର ସିଂ ଏବଂ ବଶିର ଅହମଦ, କନଷ୍ଟେବଲ ଯଶଓ୍ବନ୍ତ ସିଂ, ବଲବିନ୍ଦର ସିଂ, ତାରିକ୍‌ ହୁସେନ୍‌ ଏବଂ ଇନ୍ସପେକ୍ଟର ସୁନିଲ କୁମାର। ଏହା ବ୍ୟତୀତ ସିଆର୍‌ଫିଏଫ୍‌କୁ ୨୪ଟି ବୀରତ୍ୱ ମେଡାଲ, ଉଲ୍ଲେଖନୀୟ ସେବା ପାଇଁ ୫ ରାଷ୍ଟ୍ରପତି ପଦକ (ପିଏସ୍‌ଏମ୍‌), ଏବଂ ପ୍ରଶଂସନୀୟ ସେବା ପାଇଁ ୫୭ଟି ମେଡାଲ ମିଳିବାକୁ ଥିବା ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଶୁକ୍ରବାର ପ୍ରକାଶିତ ବିଜ୍ଞପ୍ତିରେ କୁହାଯାଇଛି। ସୀମା ସୁରକ୍ଷା ବଳ (ବିଏସ୍‌ଏଫ୍‌)କୁ ୨୦ଟି ବୀରତା ପଦକ ଏବଂ ୪୭ଟି ରାଷ୍ଟ୍ରପତି ଉଲ୍ଲେଖନୀୟ ସେବା ପଦକ ଓ ପ୍ରଶଂସନୀୟ ସେବା ପଦକ ମିଳିବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

Gen Zଙ୍କ ସହ Gen Alphaଙ୍କ ପାଇଁ ବଡ଼ ଘୋଷଣା କଲେ ମୋଦି, ମାଗଣାରେ ମିଳିବ…

ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ Gen Z ଏବଂ Gen Alphaଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

ଇରାନ ଯୁଦ୍ଧ ମଧ୍ୟରେ ସ୍ବାଧିନତା ଦିବସରେ ବଡ଼ କଥା କହିଲେ ପ୍ରଧାନମନ୍ତ୍ରୀ , ସାରା ବିଶ୍ୱ ଚକିତ!

ନୂଆଦିଲ୍ଲୀ,୧୫।୮: ୮୦ତମ ସ୍ବାଧୀନତା ଦିବସ ଅବସରରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ ତାଙ୍କ ଭାଷଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇରାନ-ଆମେରିକା ଉତ୍ତେଜନାକୁ ଇଙ୍ଗିତ କରି କହିଥିଲେ ଯେ ଶକ୍ତି ସଙ୍କଟର…

ଇତିହାସ ରଚିଲେ ପ୍ରଧାନମନ୍ତ୍ରୀ ମୋଦି; ୧୩ ଥର ପାଇଁ ଲାଲକିଲ୍ଲାର ପ୍ରାଚୀରରୁ ତ୍ରିରଙ୍ଗା ଉତ୍ତୋଳନ କରି ସ୍ଥାପନ କଲେ ନୂଆ ରେକର୍ଡ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର ୮୦ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାରୁ ଲଗାତାର ୧୩ତମ ଥର ପାଇଁ ତ୍ରିରଙ୍ଗା ଉତୋଳନ କରିଛନ୍ତି।…

ଆଜି ଲଘୁୁଚାପକୁ ଫେରିବ ଅବପାତ, ଏହି ଦିନ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୧୫।୮ (ବନ୍ଦନା ସେଠୀ):ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସକ୍ରିୟ ଅବପାତ ଶନିବାର ସୁଦ୍ଧା ଅବପାତଟି ଦୁର୍ବଳ ହୋଇ ପୁଣି ଲଘୁଚାପ କ୍ଷେତ୍ରକୁ ଫେରିବାର…

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

ଲାଲ୍‌କିଲ୍ଲାରେ ପ୍ରଥମଥର ‘ବନ୍ଦେ ମାତରମ୍‌’: ବିକଶିତ ରାଷ୍ଟ୍ର ଗଢ଼ିବା ଦିଗରେ…

ନୂଆଦିଲ୍ଲୀ,୧୫।୮: ଚଳିତବର୍ଷ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭ ସୁଦ୍ଧା ଭାରତକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri