୨୦୧୯-୨୦ର ନବମ ଶ୍ରେଣୀ ପିଲା ଦେବେ ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର, ୯।୨(ବ୍ୟୁରୋ)- ଆସନ୍ତା ମେ’ ୩ତାରିଖରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ୨୦୧୯-୨୦ଶିକ୍ଷାବର୍ଷରେ ନବମ ଶ୍ରେଣୀରେ ପଢ଼ୁଥିବା ସବୁ ଛାତ୍ରୀଛାତ୍ର ମେ’ ମାସରେ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ବାର୍ଷିକ ସାର୍ଟିଫିକେଟ୍‌ ପରୀକ୍ଷା ଦେବେ। ଏହା ସବୁ ଓଡ଼ିଆ ମାଧ୍ୟମ ପିଲାଙ୍କ ପାଇଁ ପ୍ରଯୁଜ୍ୟ ହେବ। ଏ ନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।

ଉଲ୍ଲେଖଯୋଗ୍ୟ, କୋଭିଡ୍‌ ଯୋଗୁ ରାଜ୍ୟର ସବୁ ଶିକ୍ଷାନୁଷ୍ଠାନ ୨୦୨୦ ମାର୍ଚ୍ଚ ମାସରୁ ବନ୍ଦ ରହିଥିଲା। ତେଣୁ ନବମ ଶ୍ରେଣୀର ବାର୍ଷିକ ପରୀକ୍ଷା ଅନୁଷ୍ଠିତ ହୋଇପାରି ନ ଥିଲା। ପରବର୍ତ୍ତୀ ସମୟରେ ୨୦୨୧ ଜାନୁୟାରୀରୁ ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କୁ ପରୀକ୍ଷା ପ୍ରସ୍ତୁତ  ନିମନ୍ତେ କୋଭିଡ୍‌ ନିୟମାବଳୀ ପାଳନ କରି ସ୍କୁଲ ଖୋଲାଯାଇଛି। ତଥାପି ପିଲାଙ୍କର ମାନସିକ ଚାପକୁ ଦୃଷ୍ଟିରେ ରଖି ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ପିଲାଙ୍କ ଆବଶ୍ୟକତାକୁ ଭିତ୍ତିକରି ସେମାନଙ୍କ ଡାଉଟ୍‌ କ୍ଲିଅର ପାଇଁ ସ୍ବତନ୍ତ୍ର କ୍ଲାସ ମଧ୍ୟ ବିଦ୍ୟାଳୟସ୍ତରରେ କରାଯିବ। ସେହିପରି ୨୦୧୯-୨୦ ଶିକ୍ଷାବର୍ଷରେ ରାଜ୍ୟରେ ଏକାଦଶ ଶ୍ରେଣୀରେ ପଢ଼ୁଥିବା ସମସ୍ତ ଛାତ୍ରୀଛାତ୍ର ମଧ୍ୟ ମେ’ରେ ହେବାକୁ ଥିବା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ଦେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

ବିବାଦ ପରେ ମୁହଁ ଖୋଲିଲେ ପୂର୍ବତନ ସେନାମୁଖ୍ୟ: ”ଏହା ହିଁ ବହିର…”

ନୂଆଦିଲ୍ଲୀ,୧୦।୨: ନିଜର ଅପ୍ରକାଶିତ ବହିକୁ ନେଇ ବିବାଦ ଜୋର ଧରିବା ପରେ ମୁହଁ ଖୋଲିଛନ୍ତି ପୂର୍ବତନ ସ୍ଥଳସେନା ମୁଖ୍ୟ ଜେନେରାଲ ଏମ୍.ଏମ୍. ନରଭାଣେ। ତାଙ୍କର ଏହି ଆତ୍ମଜୀବନୀ…

ଅନ୍ୟ ରାଜ୍ୟରେ ପ୍ରେମକରି ବିବାହ ପଡ଼ିଲା ମହଙ୍ଗା: ସ୍ତ୍ରୀ ଦୁଇ ଛୁଆଙ୍କୁ ନେଇ ପଳାଇଲେ, ଅନ୍ତିମ ସତ୍କାର ପାଇଁ ବି ଆସିଲେନି…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଗ୍ରାମର କାହ୍ନୁ ଡାକୁଆ (୪୦) ସୋମବାର ଭଞ୍ଜନଗର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି। ମତ୍ୟୁପରେ…

ସୋସିଆଲ ମିଡିଆ କ୍ରିଏଟର୍ସଙ୍କ ପାଇଁ ବଡ଼ ସୁଯୋଗ: DD Newsରେ ଦେଖାଇପାରିବେ ଆପଣଙ୍କ କଣ୍ଟେଟ୍‌, ମିଳିବ ଟଙ୍କା…

ନୂଆଦିଲ୍ଲୀ,୧୦।୨: ଯଦି ଆପଣ ଜଣେ କଣ୍ଟେଣ୍ଟ କ୍ରିଏଟର, ତେବେ ଆପଣଙ୍କ ପାଇଁ ପ୍ରତିଭା ପ୍ରଦର୍ଶନ କରିବା ଏବଂ ଟଙ୍କା ରୋଜଗାର କରିବାର ଏକ ମହାନ ସୁଯୋଗ ଆସିଛି।…

କ୍ୟାନସର ହସପିଟାଲକୁ ପୂର୍ଣ୍ଣ କାର୍ଯ୍ୟକ୍ଷମ କରାଯାଉ: ସାଂସଦ ପ୍ରଦୀପ ପୁରୋହିତ

ବରଗଡ,୧୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ କ୍ୟାନସର ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହି ଦୃଷ୍ଟିରୁ ବରଗଡ଼ କ୍ୟାନସର ହସପିଟାଲକୁ ଶୀଘ୍ର ପୂର୍ଣ୍ଣ କାର୍ଯ୍ୟକ୍ଷମ କରିବା ଦିଗରେ…

ଓଡ଼ିଶାରେ ୪,୧୦୦ କୋଟିର ପୁଞ୍ଜିନିବେଶକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦,୦୦୦ ନିଯୁକ୍ତି

ଭୁବନେଶ୍ୱର,୧୦।୨: ଓଡ଼ିଶା ଶିଳ୍ପାୟନ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ମଙ୍ଗଳବାର ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ରାଜ୍ୟ ସରକାର ୪,୧୧୧.୮୦ କୋଟି…

ବଡ ନିର୍ଦେଶ ଦେଲେ ଓଡିଶା ହାଇକୋର୍ଟ, ପେଣ୍ଡିଂ ଚାଲାଣ କାଟିବା ବାଧ୍ୟତାମୂଳକ

ଭୁବନେଶ୍ୱର,୧୦।୨: ଗାଡି ଚଳାଉଥିବା ଲୋକମାନଙ୍କ ପାଇଁ ଏକ ବଡ଼ ଖବର। ଏଣିକି ଗାଡ଼ିର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର ବା PUCC ପାଇବାକୁ ହେଲେ, ସମସ୍ତ ପେଣ୍ଡିଂ ଟ୍ରାଫିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri