୨୦୧୯-୨୦ର ନବମ ଶ୍ରେଣୀ ପିଲା ଦେବେ ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର, ୯।୨(ବ୍ୟୁରୋ)- ଆସନ୍ତା ମେ’ ୩ତାରିଖରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ୨୦୧୯-୨୦ଶିକ୍ଷାବର୍ଷରେ ନବମ ଶ୍ରେଣୀରେ ପଢ଼ୁଥିବା ସବୁ ଛାତ୍ରୀଛାତ୍ର ମେ’ ମାସରେ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ବାର୍ଷିକ ସାର୍ଟିଫିକେଟ୍‌ ପରୀକ୍ଷା ଦେବେ। ଏହା ସବୁ ଓଡ଼ିଆ ମାଧ୍ୟମ ପିଲାଙ୍କ ପାଇଁ ପ୍ରଯୁଜ୍ୟ ହେବ। ଏ ନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।

ଉଲ୍ଲେଖଯୋଗ୍ୟ, କୋଭିଡ୍‌ ଯୋଗୁ ରାଜ୍ୟର ସବୁ ଶିକ୍ଷାନୁଷ୍ଠାନ ୨୦୨୦ ମାର୍ଚ୍ଚ ମାସରୁ ବନ୍ଦ ରହିଥିଲା। ତେଣୁ ନବମ ଶ୍ରେଣୀର ବାର୍ଷିକ ପରୀକ୍ଷା ଅନୁଷ୍ଠିତ ହୋଇପାରି ନ ଥିଲା। ପରବର୍ତ୍ତୀ ସମୟରେ ୨୦୨୧ ଜାନୁୟାରୀରୁ ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କୁ ପରୀକ୍ଷା ପ୍ରସ୍ତୁତ  ନିମନ୍ତେ କୋଭିଡ୍‌ ନିୟମାବଳୀ ପାଳନ କରି ସ୍କୁଲ ଖୋଲାଯାଇଛି। ତଥାପି ପିଲାଙ୍କର ମାନସିକ ଚାପକୁ ଦୃଷ୍ଟିରେ ରଖି ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ପିଲାଙ୍କ ଆବଶ୍ୟକତାକୁ ଭିତ୍ତିକରି ସେମାନଙ୍କ ଡାଉଟ୍‌ କ୍ଲିଅର ପାଇଁ ସ୍ବତନ୍ତ୍ର କ୍ଲାସ ମଧ୍ୟ ବିଦ୍ୟାଳୟସ୍ତରରେ କରାଯିବ। ସେହିପରି ୨୦୧୯-୨୦ ଶିକ୍ଷାବର୍ଷରେ ରାଜ୍ୟରେ ଏକାଦଶ ଶ୍ରେଣୀରେ ପଢ଼ୁଥିବା ସମସ୍ତ ଛାତ୍ରୀଛାତ୍ର ମଧ୍ୟ ମେ’ରେ ହେବାକୁ ଥିବା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ଦେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri