ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ନବମ ଗ୍ରାମସଭା: ଏକର ପିଛା ଏତେ କୋଟି ଦାବି କଲେ ଗ୍ରାମବାସୀ

ପାଟଣା,୧୦।୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅର୍ନ୍ତଗତ ଚେମେଣା ଓ ଯମୁନା ପଶି ର ୧୨ଟି ମୌଜା ର ଜମି କୁ ନେଇ ପ୍ରସ୍ତାବିତ ମେଗାଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ୧୨ଟି ଗ୍ରାମସଭା ମଧ୍ୟରୁ ବୁଧବାର ନବମ ଗ୍ରାମସଭା ଯମୁନାପଶି ପଞ୍ଚାୟତର କୋଡ଼ଖମଣ ଗାଁରେ ସମ୍ପର୍ଣ୍ଣ ହୋଇଛି। ମୌଜା ର ୧୫୦.୫୦ ଏକର ଘରୋଇ ଜମି ଅଧିଗ୍ରହଣ ନେଇ ଗ୍ରାମସଭାରେ ଲୋକଙ୍କ ଠାରୁ ମତାମତ ଗ୍ରହଣ କରାଯାଇଥିଲା । ଲୋକମାନେ ପ୍ରଶାସନ ନିକଟରେ ଏକର ପିଛା ୨୫ କୋଟି ଟଙ୍କା କ୍ଷତିପୂରଣ ଦାବି ସହ ଗ୍ରାମବାସୀ ଅନ୍ୟ ୩୭ଦଫା ଦାବି ଉପସ୍ଥାପନ କରିଥିଲେ । ୩୮ ଦଫା ଦାବି ମାଧ୍ୟମରେ ଗାଁର ରାସ୍ତାଘାଟ, ପାନୀୟ ଜଳ, ଶିକ୍ଷା ସ୍ବାସ୍ଥ୍ୟ , ସ୍ବାସ୍ଥ୍ୟ ଗୋ ସମ୍ପଦ ସୁରକ୍ଷା ସହ, ବନୀକରଣ,ପାରିପାର୍ଶ୍ୱିକ ବିକାଶ ଦିଗରେ ସରକାର ପଦକ୍ଷେପ ନେବାକୁ ଦାବି କରିଥିଲେ ଲୋକେ। ଆୟୋଜିତ ଗ୍ରାମସଭା ସ୍ଥାନୀୟ ସରପଞ୍ଚ ଶଶିଭୂଷଣ ନାଏକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଅତିରିକ୍ତ ଜିଲାପାଳ ତଥା ସତନ୍ତ୍ର ଭୂଅର୍ଜନ ଅଧିକାରୀ ରବୀନ୍ଦ୍ର କୁମାର ପ୍ରଧାନ, ୱାର୍ଡ଼ ସଦସ୍ୟ, ପାଟଣା ତହସିଲଦାର ଅଶିନୀ କୁମାର ନାଏକ, ପାଟଣା ବିଡ଼ିଓ ମାନସ ରଞ୍ଜନ ଦଣ୍ଡପାଟ, ଇଡକୋ ଜମି ଅଧିଗ୍ରହଣ ଅଧିକାରୀ ଜୟ କିଶୋର ପାତ୍ର ପ୍ରମୁଖ ଯୋଗ ଦେଇଥିଲେ। ପ୍ରସ୍ତାବିତ ମୋଗା ଷ୍ଟିଲ ପ୍ଲାଣ୍ଟ ପାଇଁ ଯମୁନାପଶି ପଞ୍ଚାୟତରେ ହେବାକୁ ଥିବା ୪ଟି ଗ୍ରାମସଭା ମଧ୍ୟରୁ ଆଜି କୋଡ଼ଖମଣ ଗ୍ରାମରେ ଦ୍ୱିିତୀୟ ଗ୍ରାମସଭାକୁ ମିଶାଇ ମୋଟ ୯ଟି ଗ୍ରାମସଭା ଶେଷ ହୋଇଛି । ଜେଏସଡବ୍ଲୁ ଏବଂ ପୋସ୍କୋ କମ୍ପାନୀର ମିଳିତ ସହଯୋଗରେ ପାଟଣା ବ୍ଲକର ୧୨ଟି ଗ୍ରାମରେ ୪୦ ହଜାର କୋଟି ଟଙ୍କା ବ୍ୟୟରେ ବାର୍ଷିକ ୫ ନିୟୁତ ଟନ କ୍ଷମତା ବିଶିଷ୍ଟ ଏକ ମେଗା ଇସ୍ପାତ କାରଖାନା ପ୍ରତିଷ୍ଠା ପାଇଁ ଗ୍ରାମସଭା ଅନୁଷ୍ଠିତ ହେଉଛି । ଆଜିର ଗ୍ରାମସଭାରେ ଲୋକଙ୍କର ବିଭିନ୍ନ ମୌଳକ ସମସ୍ୟାର ଯଥାଶୀଘ୍ର ସମାଧାନ କରାଯିବା ସହ, ଅନ୍ୟ ୩୮ ଦଫା ଦାବି ସମ୍ପର୍କରେ ସରକାରଙ୍କୁ ଅବଗତ କରାଯିବ ବୋଲି କେନ୍ଦୁଝର ଅତିରିକ୍ତ ଜିଲାପାଳ ରବୀନ୍ଦ୍ର ପ୍ରଧାନ କହିଛନ୍ତି।

 

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ପାକିସ୍ତାନ ଫାଇନାଲରେ ମୁହାଁମୁହିଁ ହେବେ କି? ଜାଣନ୍ତୁ ଦୁଇ ଦେଶ ମଧ୍ୟରେ ମ୍ୟାଚ କେବେ ଅନୁଷ୍ଠିତ ହେବ

ନୂଆଦିଲ୍ଲୀ,୨୧।୯: କ୍ରିକେଟରେ ଯେତେବେଳେ ଭାରତ ଓ ପାକିସ୍ତାନ ଦଳ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଉତ୍ସାହ ଚରମ ସୀମାରେ ପହଞ୍ଚିଯାଏ। ବର୍ତ୍ତମାନ ସମୟରେ ଏହି ଦୁଇ ଦେଶ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ଏମ୍‌ଏମ୍‌ଡିଆର୍‌ ବିଲ୍‌ ପ୍ରତ୍ୟାହାର ପ୍ରସ୍ତାବ ନେଇ ଲୋଡ଼ିଲେ..

ଭୁବନେଶ୍ୱର,୨୧ା୯(ରବିନାରାୟଣ ଜେନା): ଖଣି, ଖଣିଜ ଦ୍ରବ୍ୟ ବିକାଶ ଓ ନିୟନ୍ତ୍ରଣ ଆଇନ (ଏମ୍‌ଏମ୍‌ଡିଆର୍‌) ଆକ୍ଟ ପ୍ରତ୍ୟାହାର ଲାଗି ଗୃହରେ ସର୍ବସମ୍ମତିକ୍ରମେ ଏକ ପ୍ରସ୍ତାବ ପାରିତ କରିବା ଲାଗି…

ଦେହ ବ୍ୟବସାୟରୁ ବର୍ତ୍ତିବା ପାଇଁ କରାଯାଏ ବାଲ୍ୟ ନିର୍ବନ୍ଧ

ଓ୍ବାଡିଆ,୨୧ା୯: ବାଲ୍ୟ ନିର୍ବନ୍ଧ ନା ଦେହ ବ୍ୟବସାୟ। ଗାଁର ବାଳିକାମାନଙ୍କୁ ଏଭଳି ଏକ କଠିନ ପସନ୍ଦର ସମ୍ମୁଖୀନ ହେବାକୁ ପଡ଼ିଥାଏ। ଯେଉଁଠାରେ ଏହି ଅପମାନଜନକ ନାମକରଣ କୌଣସି…

ସ୍ମୃତିଶକ୍ତି ହ୍ରାସର ୬ ବର୍ଷ ପୂର୍ବରୁ ସୂଚନା ଦେବ ସାଧାରଣ ରକ୍ତ ପରୀକ୍ଷା

ୱାଶିଂଟନ,୨୧ା୯: ମାନସିକ ସ୍ମୃତିଶକ୍ତି ହ୍ରାସ ପାଇବା କିମ୍ବା ଆଲଜାଇମର୍ସ ରୋଗର ଲକ୍ଷଣ ପ୍ରକାଶ ପାଇବାର ବହୁ ବର୍ଷ କିମ୍ବା ଦଶନ୍ଧି ପୂର୍ବରୁ ମାନବ ଶରୀରରେ ଏହାର ଜୈବିକ…

ଆଜି ବିଶ୍ୱ ଆଲ୍‌ଜିମର୍ସ ଦିବସ: ଏହି ରୋଗ ହେଲେ ରୋଗୀର…

ଆମେ ସମ୍ମୁଖୀନ ହେଉଥିବା ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟା ମଧ୍ୟରୁ ‘ଆଲ୍‌ଜିମର୍ସ’ ଅନ୍ୟତମ। ଉକ୍ତ ରୋଗରେ ସ୍ମରଣ ଶକ୍ତି ଲୋପ ପାଇଯିବା ହେଉଛି ପ୍ରଧାନ ଲକ୍ଷଣ। ଏହି ରୋଗ…

ଉତ୍ତର ପ୍ରଦେଶର ଆମରୋହାରୁ ନିର୍ବାଚନ ଲଢ଼ିବେ କ୍ରିକେଟର ମହମ୍ମଦ ସାମି? ଭାଇରାଲ ହେଉଛି…

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳକୁ ପ୍ରତ୍ୟାବର୍ତ୍ତନ ପାଇଁ ଉଦ୍ୟମ କରୁଥିବା ଦ୍ରୁତ ବୋଲର ମହମ୍ମଦ ସାମି ବର୍ତ୍ତମାନ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ତେବେ ଏଥର ଏହି ଚର୍ଚ୍ଚା…

ବୁମରାଙ୍କୁ ନେଇ BCCI ସହ ଅଗରକରଙ୍କ ମଧ୍ୟରେ ମତଭେଦ; ଗାଏକୱାଡ଼ଙ୍କୁ ନେଇ ମଧ୍ୟ ବିବାଦ

ନୂଆଦିଲ୍ଲୀ,୨୧।୯: ଅଜିତ ଅଗରକରଙ୍କୁ ନେଇ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ରୋହିତ ଶର୍ମାଙ୍କ ପ୍ରସଙ୍ଗରେ ବିସିସିଆଇ (BCCI)ର ବରିଷ୍ଠ ଅଧିକାରୀ ଏବଂ ଭିଭିଏସ ଲକ୍ଷ୍ମଣଙ୍କ ସହ ମତଭେଦକୁ…

ଧାନ ଫସଲରେ ବ୍ୟାପୁଛି ନଳିପୋକ, ଚକଡ଼ା ରୋଗ, ଚିନ୍ତାରେ ଚାଷୀ

ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ): ବର୍ଷା କମିଛି। ଗୁଳୁଗୁଳି ଆରମ୍ଭ ହୋଇଛି। ଏଭଳି ସ୍ଥିତିରେ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଧାନ ଫସଲରେ ନଲିପୋକ (ପତ୍ରପୋଡ଼ା), ଚକଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?