Posted inଜାତୀୟ

ମେଣ୍ଟ ବଦଳାଇ ନବମ ପାଳି, ନୀତୀଶଙ୍କ ପଞ୍ଚମ ଶିବିର ପରିବର୍ତ୍ତନ

ନୂଆଦିଲ୍ଲୀ,୨୯।୧: ୧ ଦଶନ୍ଧି ମଧ୍ୟରେ ଏହା ହେଉଛି ନୀତୀଶଙ୍କ ପଞ୍ଚମ ଶିବିର ପରିବର୍ତ୍ତନ। ବାରମ୍ବାର ମେଣ୍ଟ ବଦଳାଉଥିବାରୁ ତାଙ୍କୁ ରାଜନୈତିକ ମହଲରେ ‘ପଲ୍‌ଟୁ ରାମ’ ଓ ‘ପଲଟୁ କୁମାର’ ଭଳି ଆଖ୍ୟା ଦିଆଯାଇଛି। ନୀତୀଶ ୨୦୦୦ ମାର୍ଚ୍ଚରେ ଭାଜପା ସମର୍ଥନରେ ପ୍ରଥମ ଥର ମୁଖ୍ୟମନ୍ତ୍ରୀ ରୂପେ ଶପଥ ନେଇଥିଲେ।

୨୦୦୫ ନଭେମ୍ବରରେ ଦ୍ୱିତୀୟ ଓ ୨୦୧୦ ନଭେମ୍ବରରେ ତୃତୀୟ ଥର ପାଇଁ ଭାଜପା ସହ ମିଶି ସରକାର ଗଢ଼ିଥିଲେ। ୨୦୧୫ ଫେବୃୟାରୀରେ ରାଷ୍ଟ୍ରୀୟ ଜନତା ଦଳ (ଆର୍‌ଜେଡି) ଏବଂ କଂଗ୍ରେସ ସମର୍ଥନରେ ଚତୁର୍ଥ ଥର ପାଇଁ ବିହାର ମୁଖ୍ୟମନ୍ତ୍ରୀ ହୋଇଥିଲେ। ଏହି ମହାମେଣ୍ଟ ସମର୍ଥନରେ ନୀତୀଶ ୨୦୧୫ ନଭେମ୍ବରରେ ପଞ୍ଚମ ଥର କ୍ଷମତାସୀନ ହୋଇଥିଲେ।

କିନ୍ତୁ ୨୦୧୭ ଜୁଲାଇରେ ମହାମେଣ୍ଟରୁ ଓହରି ଭାଜପା ସମର୍ଥନରେ ଷଷ୍ଠ ଥର ମୁଖ୍ୟମନ୍ତ୍ରୀ ରୂପେ ଶପଥ ନେଇଥିଲେ। ସେହିପିର ୨୦୨୦ ନଭେମ୍ବରରେ ଭାଜପା ସମର୍ଥନରେ ସପ୍ତମ ଥର ମୁଖ୍ୟମନ୍ତ୍ରୀ ହୋଇଥିଲେ। କିନ୍ତୁ ଭାଜପା ମହାରାଷ୍ଟ୍ରରେ ଶିବସେନାର ବିଭାଜନ ଭଳି ବିହାରରେ ଜେଡିୟୁକୁ ଭାଙ୍ଗିଦେବ ବୋଲି ଆଶଙ୍କା କରି ୨୦୨୨ ଅଗଷ୍ଟରେ ସେ ଏନ୍‌ଡିଏ ଛାଡ଼ି ପୁଣି ମହାମେଣ୍ଟକୁ ଫେରିଥିଲେ।

ସେହି ସମୟରେ ସେ ଆର୍‌ଜେଡି-କଂଗ୍ରେସର ସମର୍ଥନରେ ଅଷ୍ଟମ ଥର ଶପଥ ଗ୍ରହଣ କରିଥିଲେ। ନୀତୀଶ ରବିବାର ଭାଜପା ସମର୍ଥନରେ ନବମ ଥର ବିହାର ମୁଖ୍ୟମନ୍ତ୍ରୀ ରୂପେ ଶପଥ ଗ୍ରହଣ କରି ନୂଆ ରେକର୍ଡ ସୃଷ୍ଟି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ରାମଙ୍କୁ ଚୋରି କରିଛି’, ମୁଖ୍ୟମନ୍ତ୍ରୀଙ୍କ ବୟାନକୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ,୨୯।୯: ଭଗବାନ ରାମ ଓ ଭଗବାନ ଶିବଙ୍କୁ ନେଇ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେବନ୍ତ ରେଡ୍ଡୀଙ୍କ ମନ୍ତବ୍ୟକୁ ନେଇ ରାଜନୀତି ଚର୍ଚ୍ଚା ତେଜ ହୋଇଛି । ଦିଲ୍ଲୀରେ…

ବଙ୍ଗ ରାଜନୀତିରେ ହଇଚଇ; ଉପନିର୍ବାଚନ ପୂର୍ବରୁ ଦିଦିଙ୍କୁ ବଡ଼ ଝଟକା, ୧୦୦ରୁ ଅଧିକ….

କୋଲକାତା,୨୯।୯: ପଶ୍ଚିମବଙ୍ଗରେ ଆଗାମୀ ଉପନିର୍ବାଚନ ପୂର୍ବରୁ ତୃଣମୂଳ କଂଗ୍ରେସ (TMC)ରେ ଦଳୀୟ ପରିବର୍ତ୍ତନକୁ ନେଇ ଚର୍ଚ୍ଚା ଜୋର ଧରିଛି । ମାଲଦା ଜିଲାର ମହିଷ ବାଥାନୀ ଅଞ୍ଚଳର…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅଟଳ CJP, ଆସାମରୁ ଏଭଳି ଚେତାବନୀ ଦେଲେ ଆଶୁତୋଷ ରାଙ୍କା

ଗୁଆହାଟୀ,୨୯।୯: ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ନାମରେ ଭୋଟର ତାଲିକାରୁ ୧୩ କୋଟି ଲୋକଙ୍କ ନାମକୁ ବାଦ୍‌ ଦିଆଯାଇଥିବା ଅଭିଯୋଗକୁ ନେଇ ସିଇସି ଜ୍ଞାନେଶ କୁମାରଙ୍କ ଇସ୍ତଫା…

ଇଏ କି ଭକ୍ତ-୨

ଗଣେଶ ପୂଜାରୁ ପାର୍ବଣ ଋତୁ ଆରମ୍ଭ ହୋଇଯାଇଛି। ଓଡ଼ିଶାର ଖୋର୍ଦ୍ଧା ଜିଲାର ଜଟଣୀରେ ୨୬ ସେପ୍ଟେମ୍ବରରେ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା ଚାଲୁଥିବା ବେଳେ ଏକ ବ୍ୟାଙ୍କ୍‌ର ତାଜା…

କେନ୍ଦ୍ର-ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ୬ଷ୍ଠ ଶ୍ରେଣୀ ପିଲାଙ୍କୁ ୩ ଭାଷା ନୀତିରୁ…

ନୂଆଦିଲ୍ଲୀ,୨୯।୯(ପି.ଟି.): କେନ୍ଦ୍ର ସରକାରଙ୍କ ୩ ଭାଷା ନୀତିରୁ ୭ମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ବାଦ୍‌ ଦିଆଯାଇଥିବାବେଳେ ବର୍ତ୍ତମାନର ୬ଷ୍ଠ ଶ୍ରେଣୀ ପିଲାଙ୍କୁ ମଧ୍ୟ ଉକ୍ତ ନୀତିରୁ ବାଦ୍‌ ଦେବା…

ଡବ୍ଲ୍ୟୁଏଚ୍‌ଓ-ୟୁନିସେଫ୍‌ ରିପୋର୍ଟରେ ଚାଞ୍ଚଲ୍ୟକର ତଥ୍ୟ, ଭାରତର ୫ କୋଟି ସ୍କୁଲ ପିଲାଙ୍କୁ ମିଳୁନି…

ନୂଆଦିଲ୍ଲୀ,୨୯।୯(ପି.ଟି.): ଭାରତର ବିଦ୍ୟାଳୟଗୁଡ଼ିକରେ ପାଖାପାଖି ଏକ-ପଞ୍ଚମାଂଶ ପିଲାଙ୍କୁ ପରିମଳ ସେବା ଉପଲବ୍ଧ ହେଉନାହିଁ, ଯାହାକି ବିଶ୍ୱରେ ସର୍ବାଧିକ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଏବଂ ୟୁନିସେଫ୍‌ର ଯୁଗ୍ମ…

ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା; ଟଙ୍କା ବ୍ୟାଗ୍‌ ଲୁଟିନେଲେ ଦୁର୍ବୃତ୍ତ, ଅଞ୍ଚଳରେ ଚାଞ୍ଚଲ୍ୟ

ପାଟଣା,୨୯।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା କେନ୍ଦେଇପୋଷି-ପାଟଣା ରାସ୍ତାର ଭୀମାପଡ଼ା ଜଙ୍ଗଲ ନିକଟରେ ସୋମବାର ବିଳମ୍ବିତ ରାତିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ରାତି ୧୦ଟା…

୨୭ ସେପ୍ଟେମ୍ବର କ୍ରିକେଟର ଐତିହାସିକ ଦିନ: ଗୋଟିଏ ଦିନରେ ଦେଖିବାକୁ ମିଳିଲା ୬ ଶତକ, ତାଲିକାରେ ଦେଖନ୍ତୁ ଅଛନ୍ତି କିଏ…

ନୂଆଦିଲ୍ଲୀ,୨୯।୯: ୨୭ ସେପ୍ଟେମ୍ବର ରବିବାର ଦିନିକିଆ କ୍ରିକେଟ ପାଇଁ ଏକ ଐତିହାସିକ ଦିନ ହୋଇଛି। ଗୋଟିଏ ଦିନରେ ଖେଳାଯାଇଥିବା ୩ଟି ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚରେ ମୋଟ ୬ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?