Posted inଜାତୀୟ

ନିପା ଭାଇରସ୍‌ ଆତଙ୍କ, ୧୧ ଜଣଙ୍କଠାରେ ଲକ୍ଷଣ, ୨୫୧ ଜଣ ଆଇସୋଲେଶନ୍‌ରେ…

ଥିରୁଭାନନ୍ତପୁରମ୍‌,୭।୯: କେରଳରେ କରୋନା ମହାମାରୀ ସହିତ ନିପା ଭାଇରସ ସଂକ୍ରମଣ ବଢ଼ିବାରେ ଲାଗିଛି। ଇତିମଧ୍ୟରେ ରାଜ୍ୟରେ ୧୧ ଜଣଙ୍କଠାରେ ନିପା ଲକ୍ଷଣ ପ୍ରକାଶ ପାଇଛି। ସେହିପରି ମାଓ୍ବୁରରେ ନିପା ଯୋଗୁ ମୃତ୍ୟୁ ଘଟିଥିବା ୧୨ ବର୍ଷର ଶିଶୁଙ୍କ ସଂସ୍ପର୍ଶରେ ଆସିଥିବା ୨୫୧ଜଣଙ୍କୁ ଚିହ୍ନଟ କରାଯାଇ ଆଇସୋଲେଶନରେ ରଖାଯାଇଛି। ୪୮ ଜଣ ଲୋକଙ୍କୁ ସୁରକ୍ଷା ଦୃଷ୍ଟିରୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ୩୧ ଜଣ କୋଝିକୋଡ ବାସିନ୍ଦା।

ଅନ୍ୟମାନଙ୍କ ମଧ୍ୟରେ ଓ୍ବାଇନାଡ୍‌, ମଲ୍ଲପୁରମ୍‌ ଏବଂ ପଲ୍ଲକଡ଼ ବାସିନ୍ଦା ମଧ୍ୟ ରହିଛନ୍ତି। ଲକ୍ଷଣ ପ୍ରକାଶ ପାଇଥିବା ୧୧ ଜଣଙ୍କ ମଧ୍ୟରୁ ୮ ଜଣ ହାଇ ରିସ୍କ୍‌ ଆକ୍ରାନ୍ତଙ୍କ ନମୁନା ପରୀକ୍ଷା ପାଇଁ ପୁଣେ ସ୍ଥିତ ନ୍ୟାଶନାଲ ଇନଷ୍ଟିଚ୍ୟୁଟ ଅଫ ଭିରୋଲୋଜିକୁ ପଠାଯାଇଥିବା ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ବୀଣା ଜର୍ଜ କହିଛନ୍ତି।

ମୃତ ଶିଶୁଙ୍କ ସଂସ୍ପର୍ଶରେ ଆସିଥିବା ୨୫୧ ଜଣଙ୍କ ମଧ୍ୟରେ ୧୨୯ ଜଣ ସ୍ବାସ୍ଥ୍ୟକର୍ମୀ ରହିଛନ୍ତି। ମେଡ଼ିକାଲ ଟିମ୍‌ ପକ୍ଷରୁ ଲଗାତାର ସେମାନଙ୍କ ଉପରେ ତୀକ୍ଷ୍‌ଣ ନଜର ରଖାଯାଇଥିବା ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି।

ରାଜ୍ୟ ପ୍ରାଣୀ ବିଭାଗ ପକ୍ଷରୁ ଏକ ସ୍ବତନ୍ତ୍ର ଦଳ ଆକ୍ରାନ୍ତ ବ୍ୟକ୍ତିମାନଙ୍କ ବାସସ୍ଥାନ ନିକଟରେ ଥିବା ଗଛ ଯାଞ୍ଚ୍‌ କରି ସେଠାରେ ବାଦୁଡ଼ି ରହିଛି କି ନାହିଁ ତଦାରଖ କରୁଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ତଳେ ପଡ଼ିଥିବା ଫଳ ଭଲ ଭାବେ ଧୋଇ ଖାଇବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri