Posted inଖେଳ

ଆଜି ଅଲମ୍ପିକ୍ସ ମୈଦାନକୁ ଓହ୍ଲାଇବେ ନୀରଜ ଚୋପ୍ରା, ଭାରତକୁ ମିଳିପାରେ ପଦକ

ନୂଆଦିଲ୍ଲୀ, ୦୬।୦୮: ଚଳିତ ପ୍ୟାରିସ୍‌ ଅଲମ୍ପିକ୍ସରେ ଆଜି ଭାରତ ପାଇଁ ବଡ଼ ଦିନ । କାରଣ ଆଜି ହକି ଟିମ୍‌ ଅଲମ୍ପିକ୍ସରେ ଜର୍ମାନୀ ବିପକ୍ଷରେ ସେମିଫାଇନାଲ୍‌ ମ୍ୟାଚ୍‌ ଖେଳିବ । ଏଥିରେ ଜିତିବା ଅର୍ଥ ଭାରତର ଗୋଟିଏ ପଦକ ପକ୍କା । ଅନ୍ୟପଟେ ଟୋକିଓ ଅଲମ୍ପିକ୍ସରେ ଗୋଲ୍ଡ ମେଡାଲ ଜିତିଥିବା ନୀରଜ ଚୋପ୍ରା ମଧ୍ୟ ଆଜି ମୈଦାନକୁ ଓହ୍ଲାଇବେ। ଏଥିସହିତ ଷ୍ଟାର୍‌ ରେସ୍‌ଲର ବିନେଶ ଫୋଗାଟ ମଧ୍ୟ ଆଜି ମ୍ୟାଚ୍‌ରେ ପଦାର୍ପଣ କରିବେ ।

ବର୍ତ୍ତମାନ ପର୍ଯ୍ୟନ୍ତ ଭାରତ ଅଲମ୍ପିକ୍ସରେ ମାତ୍ର ୩ଟି ବ୍ରୋଞ୍ଜ ପଦକ ହାସଲ କରିଛି । ସୁଟର ମନୁ ଭାକର ଭାରତକୁ ଏଥିରୁ ୨ଟି ପଦକ ଦେଇଛନ୍ତି । ୧୦ ମିଟର ଏୟାର ପିସ୍ତଲରେ ମନୁ ବ୍ରୋଞ୍ଜ ପଦକ ହାସଲ କରିଥିବା ବେଳେ ୧୦ ମିଟର ଏୟାର ପିସ୍ତରର ମିଳିତ ଇଭେଣ୍ଟରେ ସରବଜୋତ ସିଂଙ୍କ ସହ ପୁଣି ଏକ ବ୍ରୋଞ୍ଜ ଜିତିଛନ୍ତି । ସ଼୍ବପ୍ନିଲ୍‌ କୁସାଲେ ୫୦ ମିଟର ଏୟାର ରାଇଫଲ୍‌ ୩ ପୋଜିସନ୍‌ରେ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି ।

ତେବେ ଆଜି ଟେବଲ ଟେନିସ୍‌ର ପୁରୁଷ ଟିମ୍‌ ପ୍ରି କ଼୍ବିର୍ଟର ଫାଇନାଲରେ ଚୀନ୍‌ର ଟିମ୍‌କୁ ଭେଟିବ । ଏଥିସହିତ ପୁରୁଷ ଜାଭେଲିନ୍‌ରେ ୧.୫୦ ରେ କିଶୋର ଜେନା ଯୋଗ୍ୟତା ପର୍ଯ୍ୟାୟକୁ ଓହ୍ଲାଇବେ । ଏହାପରେ ୩.୨୦ରେ ନୀରଜ ଚୋପ୍ରା ଯୋଗ୍ୟତା ପର୍ଯ୍ୟାୟକୁ ଓହ୍ଲାଇବେ । ମହିଳା ୪୦୦ ମିଟରରେ ୨.୫୦ରେ କିରଣ ପହଲ ଏବଂ ବିନେଶ ଫୋଗାଟ ୫୦ କି.ଗ୍ରା ବର୍ଗରେ ୨.୩୦ରେ ପ୍ରି କ଼୍ବାର୍ଟର ଫାଇନାଲ୍‌ ଖେଳିବେ । ୧୦.୩୦ରେ ପୁରୁଷ ହକି ଟିମ୍‌ ସେମିଫାଇନାଲ୍‌ ଖେଳିବ ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri