Posted inଖେଳ

ଆଜି ଅଲମ୍ପିକ୍ସ ମୈଦାନକୁ ଓହ୍ଲାଇବେ ନୀରଜ ଚୋପ୍ରା, ଭାରତକୁ ମିଳିପାରେ ପଦକ

ନୂଆଦିଲ୍ଲୀ, ୦୬।୦୮: ଚଳିତ ପ୍ୟାରିସ୍‌ ଅଲମ୍ପିକ୍ସରେ ଆଜି ଭାରତ ପାଇଁ ବଡ଼ ଦିନ । କାରଣ ଆଜି ହକି ଟିମ୍‌ ଅଲମ୍ପିକ୍ସରେ ଜର୍ମାନୀ ବିପକ୍ଷରେ ସେମିଫାଇନାଲ୍‌ ମ୍ୟାଚ୍‌ ଖେଳିବ । ଏଥିରେ ଜିତିବା ଅର୍ଥ ଭାରତର ଗୋଟିଏ ପଦକ ପକ୍କା । ଅନ୍ୟପଟେ ଟୋକିଓ ଅଲମ୍ପିକ୍ସରେ ଗୋଲ୍ଡ ମେଡାଲ ଜିତିଥିବା ନୀରଜ ଚୋପ୍ରା ମଧ୍ୟ ଆଜି ମୈଦାନକୁ ଓହ୍ଲାଇବେ। ଏଥିସହିତ ଷ୍ଟାର୍‌ ରେସ୍‌ଲର ବିନେଶ ଫୋଗାଟ ମଧ୍ୟ ଆଜି ମ୍ୟାଚ୍‌ରେ ପଦାର୍ପଣ କରିବେ ।

ବର୍ତ୍ତମାନ ପର୍ଯ୍ୟନ୍ତ ଭାରତ ଅଲମ୍ପିକ୍ସରେ ମାତ୍ର ୩ଟି ବ୍ରୋଞ୍ଜ ପଦକ ହାସଲ କରିଛି । ସୁଟର ମନୁ ଭାକର ଭାରତକୁ ଏଥିରୁ ୨ଟି ପଦକ ଦେଇଛନ୍ତି । ୧୦ ମିଟର ଏୟାର ପିସ୍ତଲରେ ମନୁ ବ୍ରୋଞ୍ଜ ପଦକ ହାସଲ କରିଥିବା ବେଳେ ୧୦ ମିଟର ଏୟାର ପିସ୍ତରର ମିଳିତ ଇଭେଣ୍ଟରେ ସରବଜୋତ ସିଂଙ୍କ ସହ ପୁଣି ଏକ ବ୍ରୋଞ୍ଜ ଜିତିଛନ୍ତି । ସ଼୍ବପ୍ନିଲ୍‌ କୁସାଲେ ୫୦ ମିଟର ଏୟାର ରାଇଫଲ୍‌ ୩ ପୋଜିସନ୍‌ରେ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି ।

ତେବେ ଆଜି ଟେବଲ ଟେନିସ୍‌ର ପୁରୁଷ ଟିମ୍‌ ପ୍ରି କ଼୍ବିର୍ଟର ଫାଇନାଲରେ ଚୀନ୍‌ର ଟିମ୍‌କୁ ଭେଟିବ । ଏଥିସହିତ ପୁରୁଷ ଜାଭେଲିନ୍‌ରେ ୧.୫୦ ରେ କିଶୋର ଜେନା ଯୋଗ୍ୟତା ପର୍ଯ୍ୟାୟକୁ ଓହ୍ଲାଇବେ । ଏହାପରେ ୩.୨୦ରେ ନୀରଜ ଚୋପ୍ରା ଯୋଗ୍ୟତା ପର୍ଯ୍ୟାୟକୁ ଓହ୍ଲାଇବେ । ମହିଳା ୪୦୦ ମିଟରରେ ୨.୫୦ରେ କିରଣ ପହଲ ଏବଂ ବିନେଶ ଫୋଗାଟ ୫୦ କି.ଗ୍ରା ବର୍ଗରେ ୨.୩୦ରେ ପ୍ରି କ଼୍ବାର୍ଟର ଫାଇନାଲ୍‌ ଖେଳିବେ । ୧୦.୩୦ରେ ପୁରୁଷ ହକି ଟିମ୍‌ ସେମିଫାଇନାଲ୍‌ ଖେଳିବ ।


Enter your email to get our daily news in your inbox.

All Right Reserved By Dharitri.Com

ପିଏମ୍‌ ସୂର୍ଯ୍ୟଘର ଯୋଜନା: ସବ୍‌ସିଡି ଅର୍ଥ ବ୍ୟାଙ୍କ ଖାତାକୁ ଆସିବା ପାଇଁ ମନ୍ତ୍ରୀଙ୍କୁ ଗୁହାରି

କଟକ ସଦର,୨୫ା୮(ସୁଶାନ୍ତ କୁମାର ଜେନା): କଟକ ସଦର ନିର୍ବାଚନ ମଣ୍ଡଳୀରେ ପିଏମ୍‌ ସୂର୍ଯ୍ୟଘର ଯୋଜନା ଆଖି ଦୃଶିଆ ଅଗ୍ରଗତି ହୋଇପାରୁ ନ ଥିବାରୁ ଉପମୁଖ୍ୟମନ୍ତ୍ରୀ ତଥା ବିଦ୍ୟୁତ୍‌…

ସରକାରକୁ ପୁଣି ଅଲ୍ଟିମେଟମ୍‌ ଦେଲା CJP: ୩ ଦାବି ପୂରଣ ନ ହେଲେ…ସରକାରଙ୍କଠାରେ ପଶିଲା ଛନ୍‌କା

ନୂଆଦିଲ୍ଲୀ,୨୬।୮: କକ୍ରୋଚ ଜନତା ପାର୍ଟି (CJP) ପୁଣି ଥରେ ଦିଲ୍ଲୀରେ ପ୍ରଦର୍ଶନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ଦଳ ପକ୍ଷରୁ ସେପ୍ଟେମ୍ବର ୫ ତାରିଖରେ ଶାନ୍ତିପୂର୍ଣ୍ଣ ପ୍ରଦର୍ଶନ…

ଜମିପଟ୍ଟା ପାଇଁ ତହସିଲ ଅଫିସ ଦୌଡୁଥିଲେ ମାଲିକ, ବିଧାୟକ ପହଞ୍ଚି ସମସ୍ତଙ୍କୁ…

ମହାକାଳପଡ଼ା,୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରାଠାରେ ଏକ ସ୍ବତନ୍ତ୍ର ଉତ୍ସବରେ ମଙ୍ଗଳବାର ବିଧାୟକ ଡ. ଦୁର୍ଗାପ୍ରସନ୍ନ ନାୟକ ଯୋଗଦେଇ କୂଳନାଞ୍ଜୁରା, ବିଲ ନାଞ୍ଜୁରା…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ୫୦,୦୦୦ ଝିଅଙ୍କୁ ମିଳିବ ସ୍କୁଟି

ଲକ୍ଷ୍ନୌ,୨୬।୮: ଲକ୍ଷ୍ନୌରେ ‘ଲୋକମାତା ଅହଲ୍ୟାବାଇ ମାତୃଶକ୍ତି ଯାତ୍ରା ଯୋଜନା’ର ଶୁଭାରମ୍ଭ ଏବଂ ସ୍ବତନ୍ତ୍ର ବସ ପାଇଁ ପତାକା ପ୍ରଦର୍ଶନ ଅବସରରେ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଝିଅମାନଙ୍କ…

ବଢୁଛି ଶିଶୁ ଶ୍ରମିକ, ନାବାଳିକା ଯୌନ ନିର୍ଯାତନା: ସଚେତନତା ନେଇ…

ମହାକାଳପଡ଼ା, ୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ବଙ୍ଗ ଭାଷାଭାଷୀ ବହୁଳ ପଞ୍ଚାୟତମାନଙ୍କରେ ଶିଶୁ ଶ୍ରମିକ, ନାବାଳିକା ଶିଶୁଙ୍କୁ ଯୌନ ନିର୍ଯାତନା, ଶିଶୁ ଚାଲାଣ…

ବଢିଲା କ୍ୟାନସର ରୋଗୀଙ୍କ ଚିନ୍ତା! ୧ ଲକ୍ଷ ଟଙ୍କାର ଇଞ୍ଜେକ୍ସନରେ କେବଳ ପାଣି ଆଉ ଜୀବାଣୁ

ନୂଆଦିଲ୍ଲୀ,୨୬।୮: ଯେତେବେଳେ ପ୍ରାୟ ଏକ ଲକ୍ଷ ଟଙ୍କା ମୂଲ୍ୟର ଏକ ଇଞ୍ଜେକ୍ସନ ଜଣେ ଗରିବ କର୍କଟ ରୋଗୀଙ୍କ ମାଗଣା ଚିକିତ୍ସା ପାଇଁ ଉଦ୍ଦିଷ୍ଟ ସରକାରୀ ହସ୍ପିଟାଲରୁ ଗାଏବ…

ପୁରୀରେ ପୁଣି ହତ୍ୟାକାଣ୍ଡ

ପୁରୀ, ୨୬।୮ (ଅଜିତ୍ କୁମାର ମହାନ୍ତି): ପୁରୀରେ ପୁଣି ଏକ ହତ୍ୟାକାଣ୍ଡ ଘଟିଥିବା ଜଣାପଡ଼ିଛି। ଗତ ଦୁଇ ଦିନ ମଧ୍ୟରେ ପୁରୀରେ ଦୁଇଟି ହତ୍ୟାକାଣ୍ଡ ଘଟିଥିବାରୁ ଏହାକୁ…

ଜଳୁନି ଷ୍ଟ୍ରିଟ ଲାଇଟ: ଚେତାବନୀ ଦେଲେ ଲକ୍ଷ୍ମୀପୁର ଗ୍ରାମବାସୀ, ପଞ୍ଚାୟତ ନିର୍ବାଚନରେ…

ଗଞ୍ଜାମ,୨୬।୮(ବିଦ୍ୟାଧର ସାହୁ): ସରକାର ପଞ୍ଚାୟତର ବିକାଶ ହେଉଛି ବୋଲି ଡିଣ୍ଡିପ ପିଟୁଥିବାବେଳେ ଏବେ ବି କିଛି ପଞ୍ଚାୟତ ଅବହେଳିତ ଅବସ୍ଥାରେ ରହିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri