ସରକାରଙ୍କ ନିକଟରେ ନେହୁରା ହେଲେ ନିରଞ୍ଜନ: ମାଗିଲେ ସହାୟତା

ଦାରିଙ୍ଗବାଡି, ୩୦।୧୨ (ଅରୁଣ ସାହୁ ): କିଛି କରିବାର ଇଚ୍ଛା ଅନେକ ହେଲେ ବାଧକ ସାଜିଛି ଅର୍ଥ। ଗୋପାଳନ, ଛେଳି ଲାଳନପାଳନ କରି ପରିବାର ପ୍ରତିପୋଷଣ ହେଉଥିବା ବ୍ୟକ୍ତିଙ୍କୁ ସରକାରୀ ସହାୟତା ନାହିଁ। ନିଜେ ଗୋପାଳନ କରିବା ସହ ଅନ୍ୟର ଗାଈ ବଳଦ, ଛେଳି ଚରାଇ ୨ ପଇସା ମିଳିଲେ ସେଥିରେ ନିଜେ ଓ ପରିବାର ଲୋକଙ୍କୁ ବଞ୍ଚାଇ ୨ ଓଳି ୨ ମୁଠା ଖାଇବାକୁ ଦେବା ସହ ନିଜେ ପାଳନ କରୁଥିବା ଗାଈ, ବଳଦ, ଛେଳି ଓ ବାଛୁରୀଙ୍କୁ ଖାଇବାକୁ ଦିଅନ୍ତି। ନିଜେ ଭଙ୍ଗା ଦଦରା ଘରେ ରହିବା ସହ ନିଜ ନିଜ ଗାଈ, ବଳଦ ଏବଂ ଛେଳି କୁ ରଖିବା ପାଇଁ ଭଲ ଘର ଟେ ନାହିଁ ଫଳରେ ଅଧିକାଂଶ ସମୟ ଗାଈ, ବଳଦ ବିଭିନ୍ନ ରୋଗର ଶୀକାର ହୁଅନ୍ତି ଓ ସେଥିପାଇଁ ବହୁ ଅର୍ଥ ଖର୍ଚ୍ଚ ହୋଇଯାଏ ଏଭଳି ଘଟଣା ଦେଖିବାକୁ ମିଳିଛି ଦାରିଙ୍ଗବାଡି ବ୍ଲକ ଗ୍ରୀନବାଡି ପଞ୍ଚାୟତ ସିକପାଟା ଗ୍ରାମର ନିରଞ୍ଜନ ପ୍ରଧାନଙ୍କ କ୍ଷେତ୍ରରେ।

ସେ ମୋଟ ୨୦ ଟି ଗାଈ, ବଳଦ ଓ ୧୦ ଟି ଛେଳି ରଖିଛନ୍ତି। ସେମାନଙ୍କୁ ସେ ଆର୍ଥିକ ଅନାଟନ ମଧ୍ୟରେ ମୁଣ୍ଡ ଗୁଞ୍ଜିବାକୁ ଭଲ ଘର ଟିଏ ଦେଇ ପାରିନାହାନ୍ତି। ବାରମ୍ବାର ପ୍ରଶାସନ ନିକଟରେ ଗୁହାରି କରି ଶେଷରେ ରାଜ୍ୟର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅନଲାଇନ ଅଭିଯୋଗ ଶୁଣାଣିରେ ଗୁହାରି କରିଛନ୍ତି। ଗୋପାଳନ କରିବାରେ ଅନେକ ଇଚ୍ଛା ରହିଥିଲେ ସୁଦ୍ଧା ତାଙ୍କୁ ସରକାରୀ ଯୋଜନା ନିକଟରେ ପହଞ୍ଚି ପାରୁ ନ ଥିବା ନିରଞ୍ଜନ କହିଛନ୍ତି। ସରକାର ଅତି କମରେ ଗୁହାଳ ଘର ଓ ଛେଳି ଏବଂ ଗୋପାଳନ ପାଇଁ ଆବଶ୍ୟକ ସରଞ୍ଜାମ ଓ ସୁବିଧା ଯୋଗାଇଦେଲେ ସେ ଆହୁରି ଅଧିକା ଛେଳି ଓ ଗୋପାଳନ କରିପାରନ୍ତେ ବୋଲି ପ୍ରତିକ୍ରିୟାରେ କହିଛନ୍ତି। ସେ ଏବେ ଲୋକଙ୍କ ଗାଈ, ଛେଳି, ବଳଦ ଚରାଇ ମାସିକ ସେ ବାବଦକୁ ଯାହା ଅର୍ଥ ପାଆନ୍ତି,ସେଥିରେ ସେ ପରିବାର ସହ ଅନ୍ୟ ଖର୍ଚ୍ଚରେ ସରିଯାଇଥାଏ। ଛୋଟ ଚାଷ ମଧ୍ୟ କରୁଥିବା ସେ କହିଛନ୍ତି। ଗ୍ରାମର ଜଣେ ଯୁବକ ତଥା ସାମାଜିକ କର୍ମୀ ଅକ୍ଷୟ ପରିଛା ତାଙ୍କୁ ସରକାରଙ୍କ ନିକଟରେ ତାଙ୍କ ଗୁହାରି ପହଞ୍ଚାଇଥିବା ଜଣାପଡ଼ିଛି।
ସୂଚନାଯୋଗ୍ୟ ଯେ, ନିରଞ୍ଜନ ଏକମାତ୍ର ରୋଜଗାରିଆ ତାଙ୍କ ଉପରେ ତାଙ୍କ ପୁଅ ବୋହୁ ଓ ସ୍ତ୍ରୀ ର୍ନିଭର କରନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ସାନଖେମୁଣ୍ଡି ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି: ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଶ୍ରମ ଦିବସ ସୃଷ୍ଟି, ବିନା ଗ୍ରାମସଭାରେ କାମକୁ ନେଇ ଅସନ୍ତୋଷ

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ମଙ୍ଗଳବାର ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଓ ଜନଶୁଣାଣିର ୨୦୨୬-୨୭ ଆର୍ଥିକ ବର୍ଷ ପ୍ରଥମ ଚକ୍ର…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ନିଶାମୁକ୍ତ ସମାଜ ଗଠନ ପାଇଁ ଆହ୍ୱାନ: ରମ୍ଭା ଥାନା ପକ୍ଷରୁ…

ରମ୍ଭା, ୨୫।୮ (ବିଦ୍ୟାଧର ସାହୁ): ସୁବଳୟା ସ୍ଥିତ ଗୋପାଳ କୃଷ୍ଣ ଉଚ୍ଚ ମାଧ୍ୟମିକ ମହାବିଦ୍ୟାଳୟରେ ରମ୍ଭା ପୋଲିସ ପକ୍ଷରୁ ସାଇବର୍ ଅପରାଧ ଓ ନିଶା ନିବାରଣ ସଚେତନତା…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri