ମୋକିମ୍‌ଙ୍କ ପାଇଁ ବାହାରି ପଡ଼ିଲେ ନିରଞ୍ଜନ: କହିଲେ କଟକରେ କେବଳ ତାଙ୍କ ପାଇଁ…

ଭୁବନେଶ୍ୱର, ୧୫।୧୨: ମହମଦ୍‌ ମୋକିମ୍‌ଙ୍କୁ ନେଇ ମୁହଁ ଖୋଲିଲେ ନିରଞ୍ଜନ ପଟ୍ଟନାୟକ। ନିରଞ୍ଜନ କହିଛନ୍ତି, ମୋକିମଙ୍କର କଂଗ୍ରେସ ପ୍ରତି ଅବଦାନ ବହୁତ। ୧୯୮୦ ପରଠୁ କଟକରେ କଂଗ୍ରେସ ଜିତି ପାରୁ ନ ଥିଲା, ମୋକିମ୍‌ ଜିତାଇଛନ୍ତି। ଲଗାତାର ୨ ଥର କଟକରେ କଂଗ୍ରେସ ଜିତିଲାଣି, ଏବେ ତାଙ୍କ ଝିଅ ବିଧାୟିକା। ନୂଆପଡ଼ା ନିର୍ବାଚନ ବେଳେ ନିର୍ଦ୍ଦିଷ୍ଟ ସମ୍ପ୍ରଦାୟର ଆବଶ୍ୟକତା ନାହିଁ ମନ୍ତବ୍ୟ ତାଙ୍କୁ ବାଧିଲା। ସେଥିପାଇଁ ଆମେ ସମସ୍ତେ ଦାୟୀ, ତାକୁ ଉପଶମ କରିବାର ଥିଲା। ନୂଆପଡ଼ାକୁ ନେଇ ଯେପରି କୁହାଗଲା ସେପରି କୁହାଯିବାର ନ ଥିଲା। ସେ ଯେଉଁ ଚିଠି ଲେଖିଲେ ସେଥିରେ କିଛି ସତ୍ୟ ଥାଇପାରେ।ମାତ୍ର ସେ ଯେପରି ଭାବେ ଗଣମାଧ୍ୟମକୁ ଯାଇ କହିଲେ ତାହା ଠିକ ନୁହେଁ।‘ମୋକିମ ବାବୁଙ୍କ ପରି ବ୍ୟକ୍ତିଙ୍କର ଦଳରେ ଆବଶ୍ୟକତା ରହିଛି। କଂଗ୍ରେସ ପ୍ରତି ତାଙ୍କର ଦୁର୍ବଳତା ଅଛି, ବୁଝାଇ ଅଣାଯିବା ଦରକାର ବୋଊି ନିରଞ୍ଜନ ପଟ୍ଟନାୟକ କହିଛନ୍ତି।

ସୂଚନାଯୋଗ୍ୟ, ଦଳ ବିରୋଧୀ କାର୍ଯ୍ୟ ପାଇଁ ମୋକିମ କଂଗ୍ରେସରୁ ବହିଷ୍କୃତ ହୋଇଛନ୍ତି। କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ମୋକିମ ବହିଷ୍କୃତ ହୋଇଛନ୍ତି। ପିସିସି ସଭାପତି ଭକ୍ତ ଦାସଙ୍କ ପ୍ରସ୍ତାବକୁ AICC ଅନୁମୋଦନ କରିଛି। ଦଳୀୟ ନେତୃତ୍ୱକୁ ଚ୍ୟାଲେଞ୍ଜ କରି ସୋନିଆଙ୍କୁ ଚିଠି ଲେଖିଥିଲେ ମୋକିମ। ଭକ୍ତଙ୍କ ନେତୃତ୍ୱକୁ ନେଇ ପ୍ରଶ୍ନ ଉଠାଇଥିଲେ ମୋକିମ। ଯେଉଁଥିପାଇଁ ତାଙ୍କୁ ଦଳରୁ ବହିଷ୍କୃତ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?