ପିସିସି ସଭାପତି ପରିବର୍ତ୍ତନ ନେଇ ମୁହଁ ଖୋଲିଲେ ନିରଞ୍ଜନ

ଭୁବନେଶ୍ୱର,୧୫।୪ (ବ୍ୟୁରୋ): ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ଅନୁମତି ପରେ ଓଡିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ସଭାପତି ପରିବର୍ତ୍ତନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହାକୁ ନେଇ କଂଗ୍ରେସ ଶିବିର ଚଳଚଞ୍ଚଳ ରହିଥିବାବେଳେ ଗୁରୁବାର ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ମୁହଁ ଖୋଲିଛନ୍ତି। ନିରଞ୍ଜନ କହିଛନ୍ତି, ଜଣେ ଯଦି ସଭାପତି ହେବ, ସେ କ’ଣ ସବୁଦିନ ପାଇଁ ସଭାପତି ହୋଇ ରହି ପାରିବ! କଂଗ୍ରେସରେ ଦୁଇତିନି ବର୍ଷ ଅନ୍ତରାଳରେ ପିସିସି ସଭାପତି ପରିବର୍ତ୍ତନ ହୁଏ। ରାଜ୍ୟ କଂଗ୍ରେସରେ ଏହି ପରିବର୍ତ୍ତନର ଆବଶ୍ୟକତା ରହିଛି। ଏହି ପରିବର୍ତ୍ତନ ଯେତେଶୀଘ୍ର ହେବ ସେତେ ଭଲ। ସେହିପରି ନିଜ ଇସ୍ତଫା ନେଇ ନିରଞ୍ଜନ କହିଛନ୍ତି, ୨୦୧୯ରେ ଇସ୍ତଫା ଦେଇ ସାରିଛି। ଏକଥା ମୁଁ ଅସ୍ବୀକାର କରୁନି। ତେବେ ସଭାପତି ନିଷ୍ପତ୍ତି କେବେ ହେବ, ତାହା ଏଆଇସିସି ଉପରେ ନିର୍ଭର କରେ। ଯିଏ ଦଳକୁ ସମ୍ଭାଳି ପାରିବ ଓ ଦଳକୁ ଆହୁରି ଆଗକୁ ନେଇ ପାରିବ ସେପରି ଲୋକ ଦଳ ନେତୃତ୍ୱ ନେଲେ ଭଲ। ଆମ କଂଗ୍ରେସ ନେତାଙ୍କର ଯଦି ସଦ୍‌ବୁଦ୍ଧି ଥିବ, ତେବେ ଉପଯୁକ୍ତ ବ୍ୟକ୍ତିକୁ ଦାୟିତ୍ୱ ଦେବେ।
ଅପରପକ୍ଷରେ ପିସିସି ପୂର୍ବତନ ସଭାପତି ଜୟଦେବ ଜେନା କହିଛନ୍ତି, ନିରଞ୍ଜନ ୨ଥର ଇସ୍ତଫା ଦେଇଥିବା କହିଛନ୍ତି। ହେଲେ କେଉଁ କାରଣରୁ ସେ ଇସ୍ତଫା ଦେଇଛନ୍ତି ଓ କାହିଁକି ଏଆଇସିସି ଇସ୍ତଫା ଗ୍ରହଣ କରିନାହାନ୍ତି, ତାହା କେବଳ ନିରଞ୍ଜନ ସ୍ପଷ୍ଟ କରିପାରିବେ। ସେହିପରି ଏଆଇସିସି ସମ୍ପାଦକ ଶରତ ରାଉତ ନିରଞ୍ଜନଙ୍କୁ ସମାଲୋନା କରି କହିଛନ୍ତି, ନିରଞ୍ଜନ ଦଳ ସମ୍ଭାଳିବାକୁ ଅସମର୍ଥ। ଇସ୍ତଫା ଦେଇଛନ୍ତି କି ନାହିଁ, କେହି ବି ତାଙ୍କୁ ଏ ବିଷୟରେ ପ୍ରଶ୍ନ କରିନାହାନ୍ତି, ସେ ନିଜେ ଏହି ବିଷୟରେ କହି ବୁଲୁଛନ୍ତି।
ପରିବର୍ତ୍ତନ ନେଇ ରାଜ୍ୟ ପ୍ରଭାରୀ ଡ. ଏ. ଚେଲ୍ଲାକୁମାରଙ୍କୁ ଏଆଇସିସି ଦାୟିତ୍ୱ ପ୍ରଦାନ କରିବା ପରେ ସେ ରାଜ୍ୟର ବରିଷ୍ଠ ନେତାଙ୍କ ସହ ଆଲୋନା କରି ମନୋନୟନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଅତି ଶୀଘ୍ର ପିସିସି ପରିବର୍ତ୍ତନ ହେବାକୁ ଯାଉଥିବା ବେଳେ କଂଗ୍ରେସର ୯ ବିଧାୟକଙ୍କ ମଧ୍ୟରୁ ଜଣଙ୍କୁ କରାଯାଉ ବୋଲି ବିଧାୟକମାନେ ଦାବି କରୁଛନ୍ତି। ତେବେ ପୂର୍ବତନ ସଭାପତି ଜୟଦେବ ଜେନା ଓ ଶରତ ପଟ୍ଟନାୟକ ଏହି ପଦବୀ ଦୌଡ଼ରୁ ନିଜକୁ ଦୂରରେ ରଖିଥିବାବେଳେ ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମ କହିଛନ୍ତି, ପ୍ରଭାରୀ ଓ ହାଇକମାଣ୍ଡଙ୍କ ନିଷ୍ପତ୍ତି ଉପରେ ପୂର୍ଣ୍ଣ ବିଶ୍ୱାସ ରହିଛି। ଯାହାବି ନିଷ୍ପତ୍ତି ନିଆଯିବ ତାହାକୁ ସମସ୍ତେ ଗ୍ରହଣ କରିବେ। ଚଳିତ ମାସ ଶେଷ ସୁଦ୍ଧା ସଭାପତି ପଦ ନବକଳେବର ହେବା ପାଇଁ ଯାଉଛି ବୋଲି ସେ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri