ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ଭାବେ ମନୋନୀତ କରାଯାଇଥିବା ଜଣାପଡିଛି । ରାଜ୍ୟ ସରପଞ୍ଚ ମହାସଂଘ ପକ୍ଷରୁ କନ୍ଧମାଳ ଜିଲା ଦାରିଙ୍ଗିବାଡି ସ୍ଥିତ କଲ୍ୟାଣ ମଣ୍ଡପ ପରିସରରେ  ଏକ କାର୍ଯ୍ୟକାରିଣୀ ବୈଠକ  ଅନୁଷ୍ଠିତ ହୋଇଥିଲା । ରାଜ୍ୟ ସଭାପତି ରୋମାଞ୍ଚ ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ସଂଘ ର ଉପସଭାପତି ତଥା ଗଞ୍ଜାମ ଜିଲା ସରପଞ୍ଚ ସଂଘ ସଭାପତି ମନୋରଞ୍ଜନ ଗୈାଡ, କାର୍ଯ୍ୟକାରୀ ସଭାପତି ବୀରବର ସାହୁ , ସାଧାରଣ ସମ୍ପାଦକ ତପନ କୁମାର ଚକ୍ରବର୍ତ୍ତୀଙ୍କ ସମେତ ବିଭିନ୍ନ ଜିଲା ସରପଞ୍ଚ ସଂଘ ସଭାପତି ଏବଂ ଅନ୍ୟାନ୍ୟ କର୍ମକର୍ତ୍ତା ବୃନ୍ଦ ଯୋଗଦେଇଥିଲେ ।

ଏହି ଅବସରରେ ଦିଗପହଣ୍ଡି ବ୍ଲକ ୨୮ ନଂ ଜିଲା ପରିଷଦ ସଦସ୍ୟାଙ୍କ ପ୍ରତିନିଧି ଭାବେ ଦାୟିତ୍ୱ ନିର୍ବାହ କରି ପଞ୍ଚାୟତ ରାଜନୀତିରେ ସଫଳତା ହାସଲ କରିଥିବା ନିରଞ୍ଜନଙ୍କୁ ସର୍ବସମ୍ମତି କ୍ରମେ ରାଜ୍ୟମହାସଂଘର ଉପଦେଷ୍ଟା ଭାବେ ମନୋନୀତ କରାଯିବା ପରେ ତାଙ୍କୁ ଅଙ୍ଗବସ୍ତ୍ର, ପୁଷ୍ପଗୁଚ୍ଛ ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରାଯାଇଥିଲା । ସରପଞ୍ଚ ମହାସଂଘ ରାଜ୍ୟ ସଭାପତି  ଏବଂ ଉପସଭାପତି ତଥା କର୍ମକର୍ତ୍ତା ବୃନ୍ଦ ସଙ୍ଗଠନକୁ ଅଧିକା କ୍ରିୟାଶୀଳ କରିବା ଦିଗରେ ନବନିଯୁକ୍ତ ଉପଦେଷ୍ଟା କାର୍ଯ୍ୟ କରିବା ଦିଗରେ ସହାୟକ ହେବେ ବୋଲି ମତପୋଷଣ କରିଥିଲେ। ବୈଠକ ଶେଷରେ ମହାସଂଘ ର ମନୋନୀତ ଉପଦେଷ୍ଟା ନିରଞ୍ଜନ ସମସ୍ତ ଉପସ୍ଥିତ ସମସ୍ତ କର୍ମକର୍ତ୍ତାଙ୍କୁ କୃତଜ୍ଞତା ଜଣାଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri