ପ୍ରଧାନମନ୍ତ୍ରୀଙ୍କୁ ନିରଞ୍ଜନଙ୍କ ଚିଠି

ଭୁବନେଶ୍ୱର,୧୩ା୧(ବ୍ୟୁରୋ): ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ତମ ଜନ୍ମ ବାର୍ଷିକୀ ପାଳନ କରିବା ପାଇଁ କେନ୍ଦ୍ର ସରକାର ଏକ ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ଏହି ଉପଲକ୍ଷେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ ୮୫ ଜଣିଆ କମିଟି ଗଠନ କରାଯାଇଛି। ଉକ୍ତ କମିଟିରେ ଓଡିଶାକୁ ଅଣଦେଖା କରାଯାଇଛି ବୋଲି ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକ ଉଦ୍‌ବେଗ ପ୍ରକାଶ କରିଛନ୍ତି। ଏହି କମିଟିରେ ଓଡ଼ିଶାରୁ କେବଳ ୩ ଜଣ ଥିବାବେଳେ ପଶ୍ଚିମବଙ୍ଗରୁ ୨୬ ଜଣ ରହିଛନ୍ତି। ଏହା ଓଡ଼ିଶା ପାଇଁ ଦୁଃଖ ଓ ପରିତାପର ବିଷୟ ବୋଲି ନିରଞ୍ଜନ କହିଛନ୍ତି। ଏହି ପ୍ରସଙ୍ଗରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ ଚିଠି ଲେଖିଛନ୍ତି। ଉକ୍ତ ଚିଠିରେ ସେ ଉଲ୍ଲେଖ କରିଛନ୍ତି, ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓଡିଶାର କଟକ ଜିଲାରେ ଜନ୍ମଗ୍ରହଣ କରି ବାଲ୍ୟଶିକ୍ଷା ସମାପ୍ତ କରିଛନ୍ତି। ତାଙ୍କ ଜନ୍ମସ୍ଥାନ ଜାନକୀନାଥ ଭବନକୁ ରାଜ୍ୟ ସରକାର ନେତାଜୀ ସଂଗ୍ରହାଳୟରେ ପରିଣତ କରିଛନ୍ତି। ଯେଉଁଠାରେ ନେତାଜୀଙ୍କ ସହ ଜଡିତ ସ୍ମାରକପତ୍ର ପ୍ରଦର୍ଶିତ ହେଉଛି। ଏଠାରେ ଉପଲବ୍ଧ ଥିବା ଅବିସ୍ମରଣୀୟ ଫଟୋଚିତ୍ର, କାଗଜପତ୍ର, ସ୍ମୃତିକୁ ଜାତି ଉଦ୍ଦ୍ୟେଶରେ ସୁରକ୍ଷିତ ରଖିବା ପାଇଁ ସୁବାଷ ବୋଷଙ୍କ ଜନ୍ମପୀଠକୁ ଜାତୀୟ ସଂଗ୍ରହାଳୟରେ ପରିବର୍ତ୍ତନ କରିବା ପାଇଁ ନିରଞ୍ଜନ ନିବେଦନ କରିଛନ୍ତି। ନେତାଜୀ ଓଡ଼ିଶା ମାଟିର ଯୋଗ୍ୟତମ ଦାୟାଦ। ସେ ଛାତ୍ର ଆନ୍ଦୋଳନର ପ୍ରବର୍ତ୍ତକ ଅଟନ୍ତି। ଏଣୁ କେନ୍ଦ୍ର ସରକାର ଗଠନ କରିଥିବା କମିଟିରେ ଓଡ଼ିଶାର ରାଜ୍ୟପାଳ, ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି, ଆଜାଦ ହିନ୍ଦ ଫୌଜ ସହ ସମ୍ପୃକ୍ତ ବ୍ୟକ୍ତିବିଶେଷ, ରାଜନେତା, ବୁଦ୍ଧଜୀବୀ, ଖବରଦାତାଙ୍କ ସମେତ ବିଭିନ୍ନ ବର୍ଗରେ ପାରଦର୍ଶିତା ଲାଭ କରିଥିବା ୨୫ଜଣ ବ୍ୟକ୍ତି ବିଶେଷଙ୍କୁ ଏହି କମିଟିରେ ସ୍ଥାନୀତ କରିବାକୁ ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri