ସୁରଙ୍କୁ ନିରଞ୍ଜନଙ୍କ ନୋଟିସ

ଭୁବନେଶ୍ୱର,୨୭ା୪(ବ୍ୟୁରୋ): ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ ନିଜର ମନ୍ତବ୍ୟକୁ ନେଇ ଗଣମାଧ୍ୟମରେ ଚର୍ଚ୍ଚାରେ ରହିଥାଆନ୍ତି। ବିଭିନ୍ନ ପ୍ରସଙ୍ଗ ଉପରେ ମତ ଦେଇ ଗଣମାଧ୍ୟମର ଦୃଷ୍ଟି ଆକର୍ଷଣ କରିଥାଆନ୍ତି। ବେଳେ ବେଳେ ତାଙ୍କର ଏହି ମନ୍ତବ୍ୟ ଦଳ ପାଇଁ ବୁମେରାଂ ହୋଇଥାଏ। ଗତ କିଛିଦିନ ହେବ ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ପରିବର୍ତ୍ତନକୁ ନେଇ କଂଗ୍ରେସ ରାଜନୀତି ଏବେ ସରଗରମ ରହିଛି। ଦଳମର ବିଧାୟକ ଓ ନେତାମାନେ ପିସିସି ସଭାପତି ପରିବର୍ତ୍ତନ କରିବା ନେଇ ଦଳୀୟ ଫୋରମରେ ଆଲୋଚନା ନ କରି ବିଭିନ୍ନ ସମୟରେ ଗଣମାଧ୍ୟମରେ ବୟାନ ଦେଉଛନ୍ତି। ଯାହକି ଦଳ ପାଇଁ କ୍ଷତିକାରକ ପରିସ୍ଥିତି ସୃଷ୍ଟି କରୁଛି। ରାଜ୍ୟରେ ଦଳର ସ୍ଥିତି ଅତ୍ୟନ୍ତ ଖରାପ ଅବସ୍ଥାରେ ଥିବା ବେଳେ ଦଳୀୟ ନେତାମାନଙ୍କର ଏଭଳି ମନ୍ତବ୍ୟ କଂଗ୍ରେସ ପାଇଁ ଅଡୁଆ ପରିସ୍ଥିତି ସୃଷ୍ଟି କରୁଛି। ଏପରି ସ୍ଥଳେ ଗତ ୨୩ ତାରିଖରେ ସୁରେଶ ରାଉତରାୟ ପିସିସି ପରିବର୍ତ୍ତନକୁ ନେଇ ଏକ ବିବାଦୀୟ ବୟାନ ଦେଇଥିଲେ। ସେ କହିଥିଲେ ଯେ ପିସିସି ସଭାପତି କିଏ ହେବେ ତାହା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି କରନ୍ତି। ଏହାକୁ ନେଇ କଂଗ୍ରେସ ମହଲରେ ଅସନ୍ତୋଷ ଦେଖାଦେଇଛି। ମଙ୍ଗଳବାର ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ସୁରେଶ ରାଉତରାୟଙ୍କୁ ନିଜର ବିବାଦୀୟ ମନ୍ତବ୍ୟ ପାଇଁ ନୋଟିସ ଜାରି କରିଛନ୍ତି।
ନୋଟିସରେ ନିରଞ୍ଜନ ଦର୍ଶାଇଛନ୍ତି ଯେ ଖୁବ୍‌ ନିକଟରେ ଗଣମାଧ୍ୟମରେ ଦଳର ଆଭ୍ୟନ୍ତରୀଣ ବ୍ୟାପାର ସମ୍ପର୍କରେ ଆପଣ ମନ୍ତବ୍ୟ ଦେଇ କହିଛନ୍ତି ଯେ କଂଗ୍ରେସରେ କିଏ ସଭାପତି ହେବେ ସେ ସଂକ୍ରାନ୍ତରେ ନବୀନବାବୁ ନିଷ୍ପତ୍ତି ନିଅନ୍ତି। ଏହି ମନ୍ତବ୍ୟ କଂଗ୍ରେସ ପାଇଁ ଅତ୍ୟନ୍ତ କ୍ଷତିକାରକ। ଏଥିପାଇଁ ଦଳ ସମାଲୋଚିତ ହେବା ସହ ଭାବମୂର୍ତ୍ତି କ୍ଷୁର୍ଣ୍ଣ ହୋଇଛି। ଆପଣଙ୍କ ଭଳି ଜଣେ ବରିଷ୍ଠ ନେତାଙ୍କ ପକ୍ଷେ ଏଭଳି ବୟାନ ଶୋଭା ପାଉନାହିଁ। କେଉଁ ପରିସ୍ଥିତିରେ ଏଭଳି ବୟାନ ଦେଇଛନ୍ତି ସେ ସମ୍ପର୍କରେ ସନ୍ତୋଷଜନକ ଉତ୍ତର ଖୁବ୍‌ଶୀଘ୍ର ଦେବାକୁ କୁହାଯାଇଛି। ଏହି ଉତ୍ତର ମିଳିବା ପରେ ଏହାକୁ ଅଖିଳ ଭାରତ କଂଗ୍ରେସ କମିଟିକୁ ପଠାଯିବ ବୋଲି ନିରଞ୍ଜନ ପରୋକ୍ଷରେ ଚେତାବନୀ ଦେଇଛନ୍ତି। ଏହାର ପ୍ରତିକ୍ରିୟାରେ ସୁର କହିଛନ୍ତି ଯେ ଉତ୍ତର ଦେବି। ମୁଁ କିଛି ସେମିତି ବିରାଟ ଭୁଲ କରିନି। ମୁଁ ଯାହା କହିଛି ଆଗରୁ ପିସିସି ସଭାପତି ସେୟା କହିଥିଲେ। ଜୟଦେବ ଜେନା ମଧ୍ୟ କହିଥିଲେ। ଆକ୍ରୋଶମୂଳକ ଭାବେ ଏହି ନୋଟିସ ଦିଆଯାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri