ନୀରବଙ୍କ ଜାମିନ ଆବେଦନ ଖାରଜ

ଲଣ୍ଡନ: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି)ର ଋଣ ଠକେଇ ମାମଲାରେ ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ନୀରବ ମୋଦିଙ୍କ ପ୍ରତ୍ୟପଣ ମାମଲା ଶୁଣାଣି ଲଣ୍ଡନ କୋର୍ଟରେ ହେଉଥିବା ବେଳେ ତାଙ୍କ ଜାମିନକୁ ପୁଣି ଥରେ ଖାରଜ କରାଯାଇଛି। ବର୍ତ୍ତମାନ ସୁଦ୍ଧା କୋର୍ଟ ତାଙ୍କ ଜାମିନ ଆବେଦନକୁ ୭ଥର ଖାରଜ କରି ଦେଇଛନ୍ତି ବୋଲି ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି। ପିଏନ୍‌ବିରେ ୧୩,୦୦୦ କୋଟି ଟଙ୍କା ଠକେଇରେ ନୀରବ ଏବଂ ତାଙ୍କ ମାମୁ ମେହୁଲ ଚୋକ୍‌ସି ସାମିଲ ଅଛନ୍ତି। ଉଭୟେ ଦେଶ ଛାଡି ପଳାୟନ କରିଥିବା ବେଳେ ଗତ ବର୍ଷ ମାର୍ଚ୍ଚରେ ନୀରବଙ୍କୁ ଲଣ୍ଡନ ପୋଲିସ ଗିରଫ କରିଥିଲା। ସେ ପୂର୍ବରୁ ଗତ ବର୍ଷ ମାର୍ଚ୍ଚ ୨୦, ମାର୍ଚ୍ଚ ୨୯, ମେ ୮ ଏବଂ ନଭେମ୍ବର ୬ରେ ଜାମିନ ଆବେଦନ କରିଥିଲେ। ଏହି ଆବେଦନକୁ ଲଣ୍ଡନର ଓ୍ବେଷ୍ଟମିନଷ୍ଟର ଡିଷ୍ଟ୍ରିକ୍ଟ କୋର୍ଟ ପୂର୍ବରୁ ଖାରଜ କରିଛନ୍ତି। ସେହିଭଳି ଗତ ବର୍ଷ ଜୁନ୍‌ ୧୨ ଏବଂ ଚଳିତ ବର୍ଷ ମାର୍ଚ୍ଚ ୫ରେ ଲଣ୍ଡନ ହାଇକୋର୍ଟ ନୀରବଙ୍କ ଜାମିନ ପାଇବା ଆବେଦନକୁ ଖାରଜ କରି ଦେଇଥିଲେ। ସୋମବାର ଓ୍ବେଷ୍ଟମିନଷ୍ଟର କୋର୍ଟରେ ପୁଣି ଆବେଦନ କରାଯାଇଥିଲା। ଏହାକୁ କୋର୍ଟ ଖାରଜ କରିଥିବା ଜଣାପଡିଛି। ମୁମ୍ବାଇ ସ୍ଥିତ ବାର୍ଡିହାଉସ ଶାଖାରୁ ଲେଟର ଅଫ୍‌ ଅଣ୍ଡରଟେକିଂ ଜାଲିଆତି କରି ସେ ୬୪୯୮ କୋଟି ଟଙ୍କା ଠକେଇ କରିଥିବା ଅଭିଯୋଗ ଆସିଛି। ତାଙ୍କୁ ଭାରତ ଫେରାଇ ଆଣିବା ଲାଗି କେନ୍ଦ୍ର ସରକାରଙ୍କ ବ୍ରିଟେନ ସରକାରଙ୍କ ସହାୟତା ଲୋଡ଼ିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ୟୁରୋପ, ଆମେରିକା ପରେ ଭାରତ ଟାର୍ଗେଟରେ ଏସବୁ ଧନୀ ଦେଶ; ଖୁବଶୀଘ୍ର ହେବ ବାଣିଜ୍ୟ ଚୁକ୍ତି

ନୂଆଦିଲ୍ଲୀ,୫।୨: ଅନେକ ଆଲୋଚନା ପରେ ଭାରତ ୟୁରୋପ, ଆମେରିକା ସହିତ ବାଣିଜ୍ୟ ଚୁକ୍ତି କରିବାରେ ସଫଳ ହୋଇଛି। ଏହି ଚୁକ୍ତି ଭାରତ ଅର୍ଥନୀତି ପାଇଁ ଖୁବ ସୁଯୋଗ…

Baba Venga: ଡରାଉଛି ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ; ୨୦୨୬ରେ ବଢିବ ନା ଶସ୍ତା ହେବ ସୁନା?

ପ୍ରସିଦ୍ଧ ବୁଲଗେରିଆନ୍ ଭବିଷ୍ୟବ୍ୟକ୍ତା ବାବା ଭେଙ୍ଗା, ଚଳିତ ବର୍ଷ ପାଇଁ ଅନେକ ଭୟଙ୍କର ଚେତାବନୀ ଦେଇଥିଲେ। ସେ ଭବିଷ୍ୟବାଣୀ କରିଥିଲେ ଯେ ବିଶ୍ୱ ଏକ ଗମ୍ଭୀର ଆର୍ଥିକ…

ହୋଲି-ଦୀପାବଳିରେ ମାଗଣା ଗ୍ୟାସ ସିଲିଣ୍ଡର; ଜାଣନ୍ତୁ ଆପଣଙ୍କୁ କିପରି ମିଳିବ ଲାଭ…

ନୂଆଦିଲ୍ଲୀ,୫।୨: ଯଦି ଆପଣ ଦିଲ୍ଲୀରେ ରହୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଖୁସି ଖବର। ଦିଲ୍ଲୀର ରେଖା ଗୁପ୍ତା ସରକାର ନିଜର ନିର୍ୱାଚନୀ ପ୍ରତିଶ୍ରୁତି ପୂରଣ କରି…

UPI New Rules: ବଦଳିଲା UPI ଟ୍ରାଞ୍ଜାକ୍ସନ ପଦ୍ଧତି, ଜାଣନ୍ତୁ କେଉଁମାନେ ହେବେ ପ୍ରଭାବିତ

ନୂଆଦିଲ୍ଲୀ,୫।୨: ଭାରତରେ ଡିଜିଟାଲ ପେମେଣ୍ଟ ଆମ ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି। ପନିପରିବା କିଣିବା ଠାରୁ ଆରମ୍ଭ କରି ଅନଲାଇନ ସପିଂ, ବିଦ୍ୟୁତ୍‌ ବିଲ…

ଏବେ ବି ଆପଣଙ୍କ ପାଖରେ ଅଛି କି ୨୦୦୦ ଟଙ୍କିଆ ନୋଟ: ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୫।୨: ଯଦି ଆପଣଙ୍କ ପାଖରେ ଏବେ ବି ୨୦୦୦ ଟଙ୍କିଆ ନୋଟ ଅଛି, ତେବେ ଭବିଷ୍ୟତରେ ଏହାକୁ ବ୍ୟବହାର କରିବା କଷ୍ଟକର ହୋଇଯିବ। ନଭେମ୍ବର ୨୦୧୬ରେ ସରକାର…

ଭାରତରେ ‘ଡାଟା ସେଣ୍ଟର’ ଆଣିବ ନିଯୁକ୍ତିର ସୁଅ: ଇଣ୍ଟରନେଟ୍ ଯୁଗ ପରି ଆସିବ ବିପ୍ଳବ

ନୂଆଦିଲ୍ଲୀ,୪ା୨: ଭାରତରେ ନିଯୁକ୍ତିର ବନ୍ୟା ସୃଷ୍ଟି କରିବ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI)। ଆଗାମୀ ଦିନରେ ‘ଡାଟା ସେଣ୍ଟର’ଗୁଡ଼ିକ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ। ପୂର୍ବରୁ ଦେଶରେ…

ଏହି ସ୍ଥାନରେ ଏବେ ବି ଶସ୍ତାରେ ମିଳୁଛି ସୁନା, ଭାରତ ତୁଳନାରେ ଏତେ କମ୍‌…

ନୂଆଦିଲ୍ଲୀ,୪।୨: ପ୍ରତିଦିନ ସୁନାର ମୂଲ୍ୟ ବଦଳୁଛି। ବଜେଟ ଦିନ, ଫେବୃଆରୀ 1 ଏବଂ 2 ରେ ଏକ ବଡ଼ ହ୍ରାସ ପରେ, ସୁନାର ମୂଲ୍ୟ ପୁଣି ଥରେ…

ବଡ଼ ଘୋଷଣା: ଏହି ରୁଟ୍‌ର ଟ୍ରେନ କ୍ୟାନସଲ୍‌, ଦେଖନ୍ତୁ ଲିଷ୍ଟ…

ନୂଆଦିଲ୍ଲୀ,୪।୨: ପ୍ରତିଦିନ ସାରା ଦେଶରେ ଲକ୍ଷ ଲକ୍ଷ ଯାତ୍ରୀ ଟ୍ରେନରେ ଯାତ୍ରା କରନ୍ତି ଏବଂ ଏକ ବଡ଼ ସଂଖ୍ୟାରେ ଉତ୍ତରାଖଣ୍ଡ ଏବଂ ଉତ୍ତର ପ୍ରଦେଶ ମଧ୍ୟରେ ଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri