Posted inଜାତୀୟ

ନିର୍ମଳା ସୀତାରମଣ ଦେଶର ସବୁଠାରୁ ଶକ୍ତିଶାଳୀ ମହିଳା

ନୂଆଦିଲ୍ଲୀ,୨।୧୨: ଫର୍ଚୁନ ଇଣ୍ଡିଆ ଦ୍ୱାରା ପ୍ରକାଶିତ ଭାରତର ୫୦ଟି ଶକ୍ତିଶାଳୀ ମହିଳାଙ୍କ ତାଲିକାରେ ଏହା ପ୍ରକାଶ ପାଇଛି। ଏହି ତାଲିକାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଦେଶର ସବୁଠାରୁ ଶକ୍ତିଶାଳୀ ମହିଳା ହୋଇଥିବାବେଳେ ରିଲାଏନ୍ସ ଫାଉଣ୍ଡେସନର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷା ନୀତା ଅମ୍ବାନୀ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ମୁଖ୍ୟ ବୈଜ୍ଞାନିକ ସୋମ୍ୟା ସ୍ବାମୀନାଥନ ତୃତୀୟ, ବାୟୋକନ କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ କିରଣ ମଜୁମଦାର ଖାଁ ଚତୁର୍ଥ ଏବଂ ଭାରତ ବାୟୋଟେକର ସହ-ପ୍ରତିଷ୍ଠାତା ତଥା ଯୁଗ୍ମ ପରିଚାଳନା ନିର୍ଦ୍ଦେଶିକ ସୁଚିତ୍ରା ଏଲା ପଞ୍ଚମ ସ୍ଥାନରେ ଅଛନ୍ତି।

ଫର୍ଚୁନ ପକ୍ଷରୁ ସୀତାରମଣଙ୍କ ବିଷୟରେ କୁହାଯାଇଛି ଯେ, ମାର୍ଚ୍ଚ ୨୦୨୦ରେ ଲକ୍‌ଡାଉନ ଲାଗୁ ହେବାର ୩୬ ଘଣ୍ଟା ପରେ ଖବରଦାତା ସମ୍ମିଳନୀ କରିବାରେ ସେ ହେଉଛନ୍ତି ପ୍ରଥମ କେନ୍ଦ୍ର ମନ୍ତ୍ରୀ। ସେତେବେଳେ କରୋନା ମହାମାରୀର ମୁକାବିଲା ତଥା ଅର୍ଥନୀତିର ଉନ୍ନତି ପାଇଁ ସରକାରଙ୍କ ଯୋଜନା ବିଷୟରେ ପୁରା ଦେଶ ଜାଣିବାକୁ ଚାହୁଁଥିଲା। ସେହି ଭୟାନକ ଅବଧିରେ, ସେ ଅର୍ଥମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇଥିଲେ।

ନୀତା ଅମ୍ବାନୀଙ୍କ ବିଷୟରେ କୁହାଯାଇଛି ଯେ ଏପ୍ରିଲ, ୨୦୨୦ରେ ଲକ୍‌ଡାଉନ ସମୟରେ ସେ ରିଲାଏନ୍ସ ଫାଉଣ୍ଡେସନ ହସପିଟାଲର ପରିଚାଳନା ଦଳ ସହ ଏକ ବୈଠକ କରି ଗରିବ ଲୋକ ମହାମାରୀ ଦ୍ୱାରା କେତେ ପ୍ରଭାବିତ ହେବେ ତାହା ଜାଣିବା ପାଇଁ କହିଥିଲେ। ଏହା ପରେ ସେ ମୁମ୍ବାଇରେ ବିଏମସି ସହ ମିଶି ୫୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ ନିର୍ମାଣ ଦାୟିତ୍ୱରେ ଥିଲେ। ତା’ପରେ ଏହାର କ୍ଷମତା ୨,୦୦୦ ଶଯ୍ୟାକୁ ବୃଦ୍ଧି କରାଯାଇଥିଲା। ଅମ୍ଳଜାନ ଯୋଗାଣ ମଧ୍ୟ ବୃଦ୍ଧି କରାଯାଇଥିଲା ଏବଂ ଚିକିତ୍ସା ମଧ୍ୟ ମାଗଣା ଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri