Posted inଜାତୀୟ

ଜ୍ୱାଇଁ ସମସ୍ତଙ୍କ ଘରେ ଅଛନ୍ତି, ହେଲେ କଂଗ୍ରେସରେ ଏହା ଏକ ବିଶେଷ ନାମ: ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୨ ।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଶୁକ୍ରବାର ରାଜ୍ୟ ସଭାରେ ବଜେଟକୁ ନେଇ ହେଉଥିବା ଚର୍ଚ୍ଚାର ଉତ୍ତର ଦେବାକୁ ଯାଇ କଂଗ୍ରେସକୁ ଟାର୍ଗେଟ କରିଛନ୍ତି । ଏଥିପାଇଁ ସେ ‘ଦାମାଦ’ ବା ଜ୍ୱାଇଁ ଶବ୍ଦର ବ୍ୟବହାର କରିଛନ୍ତି । ସେ କହିଛନ୍ତି ମୋତେ ଲାଗୁନାହିଁ ଦାମାଦ ବା ଜ୍ୱାଇଁ ଶବ୍ଦ କଂଗ୍ରେସର ଟ୍ରେଡ ମାର୍କ । ଜ୍ୱାଇଁ ସବୁ ଘରେ ଅଛନ୍ତି ହେଲେ କଂଗ୍ରେସରେ ଏହା ଏକ ବିଶେଷ ନାମ । ଏହା ପୂର୍ବରୁ ସେ ବିରୋଧୀଙ୍କୁ ଟାର୍ଗେଟ କରି କହିଥିଲେ ବିରୋଧୀ ଦଳରେ କେତେଜଣ ଅଛନ୍ତି ଯେଉଁମାନେ ଆମ ଉପରେ ଦୋଷ ଲଦିବା ସେମାନଙ୍କ ଅଭ୍ୟାସରେ ପରିଣତ ହୋଇଗଲାଣି । ଏହାପରେ ବି ଆମେ ଗରିବଙ୍କ ପାଇଁ କାମ କରୁଛୁ । ଦୋଷ ଦେବା ଲାଗି ମିଥ୍ୟା ନାରେଟିଭ ପ୍ରସ୍ତୁତ କରାଯାଉଛି କୁହାଯାଉଛି କି ଏ ସରକାର କେବଳ ପୁଞ୍ଜିପତିଙ୍କ ପାଇଁ କାମ କରୁଛି । ସୂଚନାଯୋଗ୍ୟ, ଫେବୃୟାରୀ ୧ରେ ଲୋକ ସଭାରେ ଅର୍ଥମନ୍ତ୍ରୀ ଆର୍ଥିକ ବର୍ଷ ୨୦୨୦-୨୧ର ବଜେଟ ଉପସ୍ଥାପନ କରିଥିଲେ । ନିୟମ ଅନୁଯାୟୀ, ଅର୍ଥମନ୍ତ୍ରୀ ଲୋକ ସଭାରେ ପ୍ରଥମେ ବଜେଟର ଚର୍ଚ୍ଚାକୁ ନେଇ ଉତ୍ତର ରଖିଥାଆନ୍ତି ଏହାପରେ ରାଜ୍ୟ ସଭାରେ । ହେଲେ ଏଥର କେନ୍ଦ୍ର ସରକାରଙ୍କ ୩ କୃଷି ଆଇନକୁ ନେଇ ବିରୋଧୀଙ୍କ ବିରୋଧ ଯୋଗୁ ଲୋକ ସଭାରେ ଚର୍ଚ୍ଚା ରାଜ୍ୟ ସଭା ପରେ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

ବିରୋଧୀଙ୍କ ହଟ୍ଟଗୋଳ, ସଂସଦ ଅଚଳ! ଲୋକ ସଭାରେ ୧୯% ଏବଂ ରାଜ୍ୟ ସଭାରେ ୩୯% କାର୍ଯ୍ୟ ସହିତ ମୌସୁମୀ ଅଧିବେଶନ ଶେଷ

ନୂଆଦିଲ୍ଲୀ,୧୩।୮: ଗୁରୁବାର (୧୩ ଅଗଷ୍ଟ, ୨୦୨୬) ଦିନ ଲୋକ ସଭା କାର୍ଯ୍ୟ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଥିଲା। ମୌସୁମୀ ଅଧିବେଶନ ସମୟରେ, ଲୋକ ସଭାରେ ୧୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri