ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପରିବେଷଣ କରିଥିଲେ ନିଶା: ଗିରଫ ଭୟରେ ଆଗୁଆ ଜାମିନ ଆବେଦନ ପରେ ଏବେ…

ବଲାଙ୍ଗୀର,୬ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ନିଶା ମହାରଣାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଆଗୁଆ ଜାମିନ ମିଳିଛି। ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନକୁ ନେଇ ନିଶାଙ୍କ ନାଁରେ ମାମଲା ରୁଜୁ ହୋଇଥିଲା। ପୋଲିସ ନିଜ ଆଡୁ ମାମଲା ରୁଜୁ କରିଥିଲା। ଏହି ଘଟଣାରେ ୨ ଆୟୋଜକଙ୍କୁ ମଧ୍ୟ ପୋଲିସ ଗିରଫ କରିଥିଲା। ତେବେ ଗିରଫ ଭୟରେ ଆଗୁଆ ଜାମିନ ଆବେଦନ କରିଥିଲେ ନିଶା ମହାରଣା।

ସୂଚନା ଥାଉକି, ଗତ ଜାନୁଆରୀ ୮ରୁ ୧୨ ତାରିଖ ପର୍ଯ୍ୟନ୍ତ ଚନ୍ଦନଭାଟି ଗାଁରେ ଯାତ୍ରା ଚାଲିଥିଲା। ମଞ୍ଚରେ ନିଶା ମହାରଣା ଅଶ୍ଳୀଳ ନୃତ୍ୟ ପରିବେଷଣ କରିଥିଲେ। ଏନେଇ ସଦର ଥାନା ପୋଲିସ ନିଶାଙ୍କ ନାଁରେ ମାମଲା ରୁଜୁ କରିଥିଲା। ତେବେ ଏହି ଅଶ୍ଳୀଳକୁ ଖୋଦ୍‌ ପୋଲିସ ବାବୁ ବସି ଦେଖୁଥିଲେ। ନିଶା ମହାରାଣାଙ୍କ ଷ୍ଟେଜ ଶୋ’ ତଳେ ରହି ହସି ହସି ମଜା ଉଠାଉଥିଲେ ଚନ୍ଦନଭାଟି ଫାଣ୍ଡି ଅଧିକାରୀ। ଏହି ଭିଡିଓ ଭାଇରାଲ ହେବା ପରେ ଅଡୁଆରେ ପଡ଼ିଥିଲା ବଲାଙ୍ଗୀର ପୋଲିସ ଓ ସମ୍ପୃକ୍ତ ପୋଲିସ ବାବୁ।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେଉଁଥିରେ ତିଆରି ହୋଇଛି T20 World Cup Trophy ? ଜାଣନ୍ତୁ ଏହାର ଓଜନ ସହ ମୂଲ୍ୟ କେତେ

ନୂଆଦିଲ୍ଲୀ,୬।୨: ୨୦୨୬ T20 World Cup ଫେବୃଆରୀ ୭ରୁ ଆରମ୍ଭ ହେବ। ଏହି ଟୁର୍ଣ୍ଣାମେଣ୍ଟରେ କୋଡ଼ିଏଟି ଦଳ ଅଂଶଗ୍ରହଣ କରୁଛନ୍ତି। ସମସ୍ତ ଦଳକୁ ଚାରୋଟି ଗ୍ରୁପରେ ବିଭକ୍ତ…

ଶୁକ୍ରବାର ନମାଜ ସମୟରେ ଆତ୍ମଘାତୀ ବୋମା ବିସ୍ଫୋରଣ, ୧୨ ମୃତ

ଇସଲାମାବାଦ,୬।୨: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଏକ ଭୟଙ୍କର ବୋମା ବିସ୍ଫୋରଣ ହୋଇଛି। ସିଆ ମସଜିଦ, କସର୍‌-ଏ-ଖାଦିଜାତୁଲ କୁବ୍ରାରେ ଶୁକ୍ରବାର ନମାଜ ପାଠ ସମୟରେ ଏକ ଆତ୍ମଘାତୀ ବିସ୍ଫୋରଣ…

୪ ଦିନ ଚଳଚଞ୍ଚଳ ରହିବ ପଦ୍ମନାଭପୁର, ଆଜି ଲକ୍ଷ୍ମୀନୃସିଂହ ମନ୍ଦିରରେ…

ଦିଗପହଣ୍ଡି,୬ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ କୁମୁଟି ସାହିରେ ଶ୍ରୀଲକ୍ଷ୍ମୀନୃସିଂହ ଠାକୁରଙ୍କ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ନିମନ୍ତେ ଶୁକ୍ରବାର ଫାଲଗୁନ କୃଷ୍ଣପକ୍ଷ…

ଅସ୍ତ୍ରଶସ୍ତ୍ର ସହ ପୋଲିସ ଆଗରେ ଆତ୍ମସମର୍ପଣ କଲେ ୪ ମାଓବାଦୀ

ଫୁଲବାଣୀ,୬।୨: ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି ମାଓବାଦୀ ସଙ୍ଗଠନ । ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବାନେଇ କନ୍ଧମାଳ ପୋଲିସ ନିକଟରେ ଶୁକ୍ରବାର ୪ଜଣ ମାଓବାଦୀ…

Vaibhav Suryavanshi: ପୁଣି ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୬।୨: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୧୯ ବର୍ଷରୁ କମ ଏକଦିବସୀୟ ବିଶ୍ୱକପର ଫାଇନାଲ ମ୍ୟାଚ ଚାଲିଛି। ଭାରତୀୟ ଅଧିନାୟକ ଆୟୁଷ ମହାତ୍ରେ ଟସ ଜିତି ପ୍ରଥମେ…

Love-Relationshipକୁ ନେଇ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣି ଦେଲେ ସୁପ୍ରିମକୋର୍ଟ: ବ୍ରେକଅପ ପରେ ବଳାତ୍କାର ଅଭିଯୋଗ…

ନୂଆଦିଲ୍ଲୀ,୬।୨: ସୁପ୍ରିମକୋର୍ଟ ଗୁରୁବାର (ଫେବୃଆରୀ ୫, ୨୦୨୬) ଦିନ ଏକ ମାମଲାରେ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣି କରିଛନ୍ତି, ଯେଉଁଥିରେ କୁହାଯାଇଛି ଯେ ସମ୍ପର୍କ ଖରାପ ହେବା କିମ୍ବା ଭାଙ୍ଗିବା…

ବରଗଡ଼ ସିଭିଲ କୋର୍ଟକୁ ବୋମା ଧମକ, ଛାନିଆ ହୋଇ ବାହାରକୁ ଚାଲିଆସିଲେ…

ବରଗଡ,୬।୨(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ କୋର୍ଟକୁ ଶୁକ୍ରବାର ମିଳିଥିବା ବୋମା ଧମକ ହଇଚଇ ସୃଷ୍ଟି କରିଛି। ବରଗଡ଼ ସିଭିଲ କୋର୍ଟକୁ ମଧ୍ୟ ଇ-ମେଲରେ ଏଭଳି ଧମକ ଆସିଛି।…

କେରଳରେ ଯୁବ ଚାଷୀଙ୍କ ମୃତ୍ୟୁ ଘଟଣା: ପ୍ରଶାସନ ପରେ ବଢୁଛି ସହାୟତାର ହାତ

ଲୋଇସିଂହା,୬।୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ସନଅଗାଁ(କ) ଗ୍ରାମର ଯୁବ ଚାଷୀ ବଳରାମ ପଧାନ ତାଙ୍କ ଖରିଫ ଧାନ ବିକ୍ରି ଟଙ୍କା କୌଣସିକାରଣବଶତଃ କେରଳରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri