ଏସ୍‌ଡିଜେଏମ କୋର୍ଟରେ ଆତ୍ମସମର୍ପଣ କଲେ ନିଶା ମହାରଣା: ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ ପରେ…

ବଲାଙ୍ଗୀର,୧୦।୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଚନ୍ଦନଭାଟି ଗାଁର ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ନିଶା ମହାରଣାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଆଗୁଆ ଜାମିନ ମିଳିଛି। ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନକୁ ନେଇ ନିଶାଙ୍କ ନାଁରେ ମାମଲା ରୁଜୁ ହୋଇଥିଲା। ପୋଲିସ ନିଜ ଆଡୁ ମାମଲା ରୁଜୁ କରିଥିଲା। ଏହି ଘଟଣାରେ ୨ ଆୟୋଜକଙ୍କୁ ମଧ୍ୟ ବଲାଙ୍ଗୀର ପୋଲିସ ଗିରଫ କରିଥିଲା। ତେବେ ଗିରଫ ଭୟରେ ଆଗୁଆ ଜାମିନ ଆବେଦନ କରିଥିଲେ  ନିଶା ମହାରଣା। ଜାମିନ ପାଇବା ପରେ ଆଜି ମଙ୍ଗଳବାର ବଲାଙ୍ଗୀର ଏସ୍‌ଡିଜେଏମ କୋର୍ଟରେ ଆତ୍ମସମର୍ପଣ କରିଛନ୍ତି ।

Dharitri – Odisha’s No.1 Odia Daily

Share