କିରିକୁଟି ସରକାରୀ ଉଚ୍ଚ ବିଦ୍ୟାଳୟରେ ‘ନିଶା ମୁକ୍ତ ଓଡ଼ିଶା’ ଅଭିଯାନ: ଗଞ୍ଜେଇ ଚାଷ-ନିଶାରୁ ଦୂରେଇ ରହିବାକୁ…

ଦାରିଙ୍ଗବାଡ଼ି,୨୫।୮ (ଅରୁଣ ସାହୁ): କନ୍ଧମାଳ ଏସପି ରମେନ୍ଦ୍ର ପ୍ରସାଦ ଏବଂ ବାଲିଗୁଡ଼ା ଏସଡିପିଓ ଶୁଭମ ଭୋସଲେଙ୍କ ନିର୍ଦ୍ଦେଶକ୍ରମେ ମଙ୍ଗଳବାର ଦାରିଙ୍ଗବାଡ଼ି ଥାନା କିରିକୁଟି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସରରେ ‘ନିଶା ମୁକ୍ତ ଓଡ଼ିଶା’ ତଥା ନିଶାମୁକ୍ତ ଅଞ୍ଚଳ କାର୍ଯ୍ୟକ୍ରମ ଆଇଆଇସି ସଂଗ୍ରାମ କେଶରୀ ଜେନାଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି।

ଏହି କାର୍ଯ୍ୟକ୍ରମରେ ଦାରିଙ୍ଗବାଡ଼ି ତହସିଲଦାର ଧୀରଜ ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ। ବିଦ୍ୟାଳୟର ପ୍ରଧାନଶିକ୍ଷକ ଲଳିତ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ଆଇଆଇସି ସଂଗ୍ରାମ କେଶରୀ ଜେନା, ସିଆରସିସି ରାକେଶ ସାହୁ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ମହନ୍ତ ଚରଣ ବିଶୋଇ, ତହସିଲ ସୁପରଭାଇଜର ବିପିନ ବିହାରୀ ପ୍ରଧାନ, ରାଜସ୍ୱ ନିରୀକ୍ଷକ ଚାନ୍ଦିନୀ ଦିଗାଲ, ସରପଞ୍ଚ ମଧୁସ୍ମିତା ପ୍ରଧାନ ଏବଂ ସମିତି ସଭ୍ୟ ଜ୍ଞାନି ସୁନ୍ଦର ନାୟକ ପ୍ରମୁଖ ସମ୍ମାନିତ ଅତିଥି ଭାବେ ମଞ୍ଚାସୀନ ଥିଲେ। ଖେଳ ଶିକ୍ଷକ ସାମନ୍ତ ପ୍ରଧାନ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ସହକାରୀ ଶିକ୍ଷୟତ୍ରୀ ସ୍ୱାଗତିକା ଦିଗାଲ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ।

ମୁଖ୍ୟ ଅତିଥି ନିଜ ଅଭିଭାଷଣରେ ନିଶା ନିବାରଣ ଅଭିଯାନର ମୁଖ୍ୟ ଉଦ୍ଦେଶ୍ୟ, ବେଆଇନ ଗଞ୍ଜେଇ ଚାଷକୁ ରୋକିବା, ଏବଂ ଯୁବପିଢ଼ି ନିଶା ଓ ମୋବାଇଲ୍‌ ଆସକ୍ତିରୁ ଦୂରରେ ରହି ଶିକ୍ଷାକୁ ଗୁରୁତ୍ୱ ଦେବା ସମ୍ପର୍କରେ ଆଲୋକପାତ କରିଥିଲେ। ସେହିପରି ଆଇଆଇସି ଜେନା ନିଶାମୁକ୍ତ ସମାଜ ଗଠନରେ ଛାତ୍ରଛାତ୍ରୀଙ୍କ ଭୂମିକା ସମ୍ପର୍କରେ ସଚେତନ କରାଇଥିଲେ।

ଏହି ଅବସରରେ କିରିକୁଟି, ସିମନବାଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟ, ତିଲୋରୀ ଆଶାକିରଣ ଉଚ୍ଚ ବିଦ୍ୟାଳୟ ଏବଂ ସୁଜାମାଜୁ ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ରମାନଙ୍କ ମଧ୍ୟରେ ଏକ ବନ୍ଧୁତ୍ୱପୂର୍ଣ୍ଣ ଭଲିବଲ୍ ମ୍ୟାଚ୍ ଅନୁଷ୍ଠିତ ହୋଇଥିଲା। ଏଥିରେ ସୁଜାମାଜୁ ବିଦ୍ୟାଳୟ ପ୍ରଥମ, ସିମନବାଡ଼ି ବିଦ୍ୟାଳୟ ଦ୍ୱିତୀୟ ଏବଂ କିରିକୁଟି ବିଦ୍ୟାଳୟ ତୃତୀୟ ସ୍ଥାନ ହାସଲ କରିଥିଲେ। କୃତୀ ପ୍ରତିଯୋଗୀମାନଙ୍କୁ ମାନପତ୍ର ସହ ପୁରସ୍କାର ରାଶି ପ୍ରଦାନ କରାଯାଇଥିଲା। କନ୍ଧମାଳ ପୋଲିସର ପ୍ରତ୍ୟକ୍ଷ ସହଯୋଗରେ କାର୍ଯ୍ୟକ୍ରମଟି ସଫଳତା ସହ ସମ୍ପନ୍ନ ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣା: ଆଉ ୬ ଗିରଫ, ମୋଟ ଗିରଫ ସଂଖ୍ୟା ୮କୁ ବୃଦ୍ଧି

ଦାରିଙ୍ଗବାଡ଼ି,୨୫।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗ୍ରାମରେ ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣାରେ ପୋଲିସକୁ ବଡ଼…

ପାଟଣା ବ୍ଲକ୍‌ର ୪୧ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ପଦୋନ୍ନତି: ନିଯୁକ୍ତିପତ୍ର ବାଣ୍ଟିଲେ …

ପାଟଣା,୨୫।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଅଧୀନରେ କାର୍ଯ୍ୟରତ ୪୧ ଜଣ ଶିକ୍ଷକ-ଶିକ୍ଷୟିତ୍ରୀ ଚତୁର୍ଥ ବର୍ଗରୁ ତୃତୀୟ ବର୍ଗକୁ ପଦୋନ୍ନତି ପାଇଛନ୍ତି।…

ସୋନାଲିସା ଓ ମିହିର ରଞ୍ଜନଙ୍କୁ ସମ୍ମାନିତ କଲା ସମ୍ବର୍ଦ୍ଧନା ମଞ୍ଚ

ପାଟଣା,୨୫।୮(ବୀର କିଶୋର ଦାଶ): ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ମଞ୍ଚ, ସ୍ୱାମ ପାଟଣା ପକ୍ଷରୁ ମଙ୍ଗଳବାର ପାଟଣା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଏକ ବିଶେଷ ସମ୍ବର୍ଦ୍ଧନା…

ପାଣି ଡ୍ରମ ଭିତରେ କୁଣ୍ଡଳୀ ମାରି ବସିଥିଲା ବିରାଟକାୟ ଅଜଗର, ପରିବାର ଲୋକଙ୍କ ମଧ୍ୟରେ ଖେଳିଗଲା ଆତଙ୍କ, ତା’ ପରେ…

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଶିକରପାଇ ଅଞ୍ଚଳରେ ଏକ ବିଶାଳ ଅଜଗର ସାପ ଉଦ୍ଧାର ହେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ନିଟ୍ ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଆଦିବାସୀ ଝିଅ ପୂର୍ଣ୍ଣିମା, ସମଗ୍ର କୋକସରା ଅଞ୍ଚଳରେ ଖୁସିର ଲହରୀ

କୋକସରା,୨୫।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ଗ୍ରାମର ମେଧାବୀ ଆଦିବାସୀ ଝିଅ ପୂର୍ଣ୍ଣିମା ପୁଝାରୀ ସର୍ବଭାରତୀୟ ନିଟ୍ (NEET UG) ପରୀକ୍ଷାରେ ସଫଳତା…

କାମ କରୁଥିବା ବେଳେ ହେଲା ଛାତିରେ ଯନ୍ତ୍ରଣା, ହୃଦଘାତରେ ଚାଲିଗଲା କ୍ୟାସିୟର ଅରବିନ୍ଦଙ୍କ ଜୀବନ

ଭବାନୀପାଟଣା,୨୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ସମଗ୍ର ଶିକ୍ଷା ପ୍ରକଳ୍ପ କାର୍ଯ୍ୟାଳୟର କ୍ୟାସିୟର (କୋଷାଧ୍ୟକ୍ଷ) ଅରବିନ୍ଦ ପଣ୍ଡାଙ୍କର ୫୬ ବର୍ଷ ବୟସରେ ହୃଦଘାତରେ ମଙ୍ଗଳବାର ପୂର୍ବାହ୍ନରେ ପରଲୋକ…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

ବିନା କୋଚିଂରେ ନିଟ୍‌ରେ ସଫଳ ହେଲେ ସୁବ୍ରତ, ଭୀମ ଭୋଇ ମେଡିକାଲ କଲେଜରେ ପଢ଼ିବେ…

କର୍ଲାମୁଣ୍ଡା,୨୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଞ୍ଜା ପଞ୍ଚାୟତର ରେଙ୍ଗାଲି ଗ୍ରାମର ମେଧାବୀ ଛାତ୍ର ସୁବ୍ରତ ଶେଖର ରଣା ଜାତୀୟ ଯୋଗ୍ୟତା ପ୍ରବେଶିକା ପରୀକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri