ଜାମିନ ପାଇବା ପରେ ନିଶାଙ୍କ ବଡ଼ ପ୍ରତିକ୍ରିୟା, କହିଲେ ମୁଁ ଆଉ…

ବଲାଙ୍ଗୀର,୧୦।୨(ସୁନିଲ କୁମାର ମହାନ୍ତି): ଜାମିନ ପାଇବା ପରେ ନିଶା ମହାରଣା ବିସ୍ଫୋରକ ବୟାନ ଦେଇ କହିଛନ୍ତି, ମୁଁ ପୁଣି ମଞ୍ଚ ଚଢ଼ିବି। କୌଣସି ମଞ୍ଚରେ ଅଶ୍ଳୀଳ ନୃତ୍ୟ କରିବିନି, କିନ୍ତୁ ଆଇଟମ ନାଚିବି। ହଟ୍‌ କଷ୍ଟ୍ୟୁମ ପିନ୍ଧିବି, ଆଇଟମ ଜଲୱା ଦେଖାଇବି। ଚନ୍ଦନଭାଟି ନୃତ୍ୟ ପ୍ରସଙ୍ଗରେ ମଧ୍ୟ ପ୍ରତିକ୍ରିୟା ରଖି ନିଶା କହିଛନ୍ତି, କମିଟି ସଦସ୍ୟ ମୋତେ ହଟ୍‌ ଆଇଟମ ପ୍ରଦର୍ଶନ ପାଇଁ କହିଥିଲେ।ସବୁ କମିଟି ମୋତେ ଅଶ୍ଳୀଳ ପ୍ରଦର୍ଶନ ପାଇଁ କୁହନ୍ତି ନାହିଁ।ଯଦି ମୁଁ ସେମାନଙ୍କ କଥା ନ ମାନିବି, ତାହେଲେ ମୋ ପାଇଁ ଅସୁବିଧା। ମୁଁ ଅଶ୍ଳୀଳ ପ୍ରଦର୍ଶନ କରିବିନି, ଯଦି ଆଉ କିଏ କଲା ମୁଁ ଅଭିଯୋଗ କରିବି ବୋଲି ନିଶା କହିଛନ୍ତି।

ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଚନ୍ଦନଭାଟି ଗାଁର ଏକ ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାକୁ ନେଇ କିଛି ଦିନ ତଳେ ନିଶା ମହାରଣାଙ୍କ ବିରୁଦ୍ଧରେ ମାମଲା ରୁଜୁ ହୋଇଥିଲା। ଏହି ମାମଲାରେ ନିଶା ହାଇକୋର୍ଟର ଦ୍ୱାରସ୍ଥ ହୋଇଥିଲେ। ହାଇକୋର୍ଟ ସର୍ତ୍ତମୂଳକ ଆଗୁଆ ଜାମିନ ଦେଇଥିଲେ । ଆଜି ନିଶା ବଲାଙ୍ଗୀର ଏସଡ଼ିଜେଏମ କୋର୍ଟରେ ହାଜର ହେବା ପରେ ତାଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରାଯାଇଥିବା ଜଣାପଡ଼ିଛି। ଏହି ଘଟଣାରେ ପୋଲିସ ନିଜ ଆଡୁ ମାମଲା ରୁଜୁ କରିଥିଲା। ଏଭଳି ୨ ଆୟୋଜକଙ୍କୁ ମଧ୍ୟ ବଲାଙ୍ଗୀର ପୋଲିସ ଗିରଫ କରିଥିଲା। ତେବେ ଗିରଫ ଭୟରେ ଆଗୁଆ ଜାମିନ ଆବେଦନ କରିଥିଲେ ନିଶା ମହାରଣା। ଜାମିନ ପାଇବା ପରେ ଆଜି ମଙ୍ଗଳବାର ବଲାଙ୍ଗୀର ଏସଡିଜେଏମ କୋର୍ଟରେ ଆତ୍ମ ସମର୍ପଣ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିର ଛକରୁ ସିଲେଟପଡ଼ା ରାସ୍ତା ଶୋଚନୀୟ: ଆନ୍ଦୋଳନ ପାଇଁ ସଜବାଜ

କର୍ଲାମୁଣ୍ଡା,୨୮ା୩ (ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡ଼ା ରାସ୍ତା ଶୋଚନୀୟ ହୋଇପଡିଛି। ୨୦୧୫ରେ ପିଚୁ ରାସ୍ତା ନିର୍ମାଣ ହୋଇଥିଲେ…

ଇରାନର ପରମାଣୁ ପ୍ଲାଣ୍ଟ ଉପରେ ବଡ଼ ଆକ୍ରମଣ କଲା ଇସ୍ରାଏଲ, ଚେତାବନୀ ଦେଲେ ଇରାନୀ ମନ୍ତ୍ରୀ, କହିଲେ…

ନୂଆଦିଲ୍ଲୀ,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏକ ଅତ୍ୟନ୍ତ ବିପଜ୍ଜନକ ମୋଡ଼ରେ ପହଞ୍ଚିଛି। ଗତକାଲି ଇସ୍ରାଏଲୀ ବାୟୁସେନା ଦୁଇଟି ପ୍ରମୁଖ ଇରାନୀ ପରମାଣୁ ପ୍ରତିଷ୍ଠାନ ଏବଂ ଦୁଇଟି ବଡ଼…

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri