ଇଣ୍ଡିଆ ବୁକ ଅଫ ରେକର୍ଡରେ ସ୍ଥାନିତ ହେଲା ନିଷ୍ଠା ପରିବାର

ବରଗଡ଼,୨।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ସ୍ବେଛାସେବୀ ଅନୁଷ୍ଠାନ ନିଷ୍ଠା ପରିବାର ପକ୍ଷରୁ ଗତ ଜାନୁୟାରୀ ୧ତାରିଖରୁ ଫେବୃଆରୀ ୨୦ ତାରିଖ ପର୍ଯ୍ୟନ୍ତ ଦୀର୍ଘ ୫୧ଦିନ ଧରି ରେଡ୍‌ଡ୍ରପ ଅଲଟ୍ରା ମାରାଥନ ଅଭିଯାନରେ ରକ୍ତଦାନ ଶିବିର କରି ଇତିହାସ ରଚିଛି।

କ୍ରମାଗତ ୫୧ଦିନ ଧରି ଅନୁଷ୍ଠିତ ଶିବିରରେ ୨୭୭୨ୟୁନିଟ ରକ୍ତ ସଂଗ୍ରହ କରିଥିବା ଯୋଗୁ ଇଣ୍ଡିଆ ବୁକ୍‌ ଅଫ ରେକର୍ଡରେ ନିଷ୍ଠା ପରିବାର ସ୍ଥାନ ପାଇଛି । ଏହି ଅବସରରେ ବରଗଡ଼ ବିଜୁ ପଟ୍ଟନାୟକ ଟାଉନ ହଲରେ ରବିବାର ଏକ ସମାରୋହ ହୋଇଥିଲା । ସମାରୋହରେ ବରଗଡ଼ ବିଧାୟକ ଅଶ୍ୱିନୀ ଷଡଙ୍ଗୀ ମୁଖ୍ୟ ଅତିଥି, ଇଣ୍ଡିଆ ବୁକ ଅଫ ରେକର୍ଡ ଅନୁଷ୍ଠାନର କ୍ରୀଷ୍ଣ କୁମାର ଗୁପ୍ତା ସ୍ବତନ୍ତ୍ର ଅତିଥି, ବରଗଡ଼ ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁ, ବରଗଡ଼ ରକ୍ତ ଭଣ୍ଡାର ଅଧିକାରୀ ସୁଶାନ୍ତ କର, ଡିପିଏମ୍‌ ଗିରିଜା ଶଙ୍କର ମିଶ୍ର ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ରକ୍ତଦାନ କ୍ଷେତ୍ରରେ ଜନସାଧାରଣଙ୍କୁ ସଚେତନ କରିବାରେ ନିଷ୍ଠା ପରିବାର ଭୂମିକାକୁ ଭୂୟସୀ ପ୍ରଶଂସା କରିଥିଲେ।

ନିଷ୍ଠା ପରିବାରର ଉପ ସଭାପତି ମଦନ ମୋହନ ଦାଶଙ୍କ ସଂଯୋଜନା ଓ ସଭାପତି ରକ୍ଷପାଲ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ନିଷ୍ଠାର ସମ୍ପାଦକ ଲୋକନାଥ ସାହୁ ବିବରଣୀ ପାଠ ଓ ଅନ୍ୟତମ ଉପଦେଷ୍ଟା ଅଶ୍ୱିନୀ ତ୍ରିପାଠୀ ସଭାର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। ସଭା ଆରମ୍ଭରେ ଇଣ୍ଡିଆ ବୁକ୍‌ ଅଫ ରେକର୍ଡ ଅନୁଷ୍ଠାନର କ୍ରୀଷ୍ଣ କୁମାର ଗୁପ୍ତା ନିଷ୍ଠା ପରିବାରର ଗୁଣଗାନ କରି ୫୧ଦିନ ଧରି କ୍ରମାଗତ ଭାବରେ ୨୭୭୨ୟୁନିଟ ରକ୍ତ ସଂଗ୍ରହ କରିଥିବା ଯୋଗୁ ଇଣ୍ଡିଆ ବୁକ ଅଫ ରେକର୍ଡରେ ନିଷ୍ଠା ପରିବାର ସ୍ଥାନ ପାଇଛି ବୋଲି ଘୋଷଣା କରିଥିଲେ।

ଏହି ଘୋଷଣା ସମୟରେ ବିଜୁ ପଟ୍ଟନାୟକ ହଲ କରତାଳିରେ ପ୍ରକମ୍ପିତ ହୋଇ ଉଠିଥିଲା। ଉପଦେଷ୍ଟା ସଚି ପଣ୍ଡାଙ୍କ ସଂଯୋଜନାରେ ଅନୁଷ୍ଠିତ ସମ୍ବର୍ଦ୍ଧନା ସମାରୋହରେ ନିଷ୍ଠା ପରିବାରର ପ୍ରତ୍ୟେକ ସହଯୋଗୀ ସଂଗଠନମାନଙ୍କୁ ଉତ୍ତରୀୟ ଓ ପ୍ରଶଂସା ପତ୍ର ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା ।

ବରଗଡ଼ ରକ୍ତ ଭଣ୍ଡାର ତରଫରୁ ନିଷ୍ଠା ପରିବାରକୁ ସମ୍ବର୍ଦ୍ଧିତ କରାଯାଇଥିବା ବେଳେ ନିଷ୍ଠା ପରିବାର ତରଫରୁ ବରଗଡ଼, ବୁର୍ଲା, ସମ୍ବଲପୁର ଓ ପଦମପୁର ରକ୍ତ ଭଣ୍ଡାର ସହ ନିଷ୍ଠାର ମହିଳା ସଦସ୍ୟାଙ୍କ ମା’ମାନଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯାଇଥିଲା ।

କାର୍ଯ୍ୟକ୍ରମରେ ବରଗଡ଼ ସ୍ବେଚ୍ଛାସେବୀ ସଂଗଠନ ସଂକଳ୍ପ ପରିବାର, ପଶ୍ଚିମ ଓଡ଼ିଶା ଯୁବା ମଞ୍ଚ, ସେବା ଫାଉଣ୍ଡେସନ, ଆନନ୍ଦ ସେବା ସଦନ, କୋଶଳ ଡିଫେନ୍ସ ଏକାଡେମୀ, ବରଗଡ଼ ଫିଜିକାଲ ଏକାଡେମୀ, ଇଗଲ ସୋସିଆଲ ଗ୍ରୁପ, ଦୃଷ୍ଟି ଓ ସମ୍ବଲପୁରର ସମ୍ବଳ, ପରିଚୟ, ଶିକ୍ଷା, ପଦମପୁରର ସହଯୋଗ ଅନୁଷ୍ଠାନ, କୋଶଳ ସଂଗ୍ରାମୀ ଅର୍ପଣ ଦାଶ ନାୟକ, ରମଣୀ ଦନ୍ତା ପ୍ରମୁଖ ଯୋଗ ଦେଇ ନିଷ୍ଠା ପରିବାରକୁ ପ୍ରଶଂସା କରିଥିଲେ। ନିଷ୍ଠା ପରିବାରର ସମ୍ପାଦକ ଲୋକନାଥ ସାହୁଙ୍କ ଧନ୍ୟବାଦ ଅର୍ପଣ ପରେ ସାନ ନୃତ୍ୟ ଏକାଡେମୀ ଦ୍ୱାରା କୁନି କୁନି ଛାତ୍ରୀମାନଙ୍କ ଦ୍ୱାରା ଏକ ଆକର୍ଷଣୀୟ ସମ୍ବଲପୁରୀ ନୃତ୍ୟ ପ୍ରଦର୍ଶନ କରାଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଅମିତ ଶାହାଙ୍କୁ ଭେଟିଲେ ଗୌତମ ଗମ୍ଭୀର: ଦେଲେ ଏହି ବିଶେଷ ଉପହାର, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ସୋମବାର କେନ୍ଦ୍ରୀୟ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତକାରର ଫଟୋ ଗମ୍ଭୀର…

ସୁପୋଷିତ ଓଡ଼ିଶା ମିଶନ: ୨୧,୫୯୪ ଅଙ୍ଗନୱାଡି କେନ୍ଦ୍ରରେ ସର୍ଭେ କାର୍ଯ୍ୟ ଆରମ୍ଭ

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ମାଧ୍ୟମରେ ରାଜ୍ୟର ୨୧,୫୯୪ଟି ଅଙ୍ଗନୱାଡି କେନ୍ଦ୍ରରେ ଜାତୀୟ ସେବା ଯୋଜନା (NSS)ର ବିଭିନ୍ନ ଶାଖାରେ କାର୍ଯ୍ୟରତ ୪,୩୩୪ ଜଣ ସ୍ବେଚ୍ଛାସେବୀ…

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ଗଭୀର ଅବପାତର ରୂପ ନେଲା ଲଘୁଚାପ, ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ଆରମ୍ଭ

ଗଞ୍ଜାମ,୨୧।୯(ବିଦ୍ୟାଧର ସାହୁ ): ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତର ରୂପ ନେଇ ବଙ୍ଗୋପସାଗର ଆଡ଼କୁ ଗତି କରିବା ନେଇ ଭାରତୀୟ ପାଣିପାଗ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ଶନିଙ୍କ ଚାଲିବ ଦିଗ ବଦଳ: ୨୦୨୭ରେ କାହା ଉପରେ ଚଢ଼ିବ ସାଢେସାତୀ? କେଉଁ ରାଶି ପାଇବେ ମୁକ୍ତି, ପଢନ୍ତୁ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ସାଢେସାତୀକୁ ଏକ କଠିନ ସମୟ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଏହି ସମୟରେ ବ୍ୟକ୍ତିଙ୍କୁ ସ୍ବାସ୍ଥ୍ୟ, ବ୍ୟବସାୟ, ଚାକିରି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?