ବାହାନଗା ରେଳ ଦୁର୍ଘଟଣା ପୀଡ଼ିତଙ୍କ ପିଲାଙ୍କୁ ନିଷ୍ଟ୍‌ର ସହାୟତା

ଭୁବନେଶ୍ୱର,୧୫।୬: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ନିଷ୍ଟ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ସାଇନ୍ସ ଆଣ୍ଡ୍‌ ଟେକ୍ନୋଲୋଜି (ଏନ୍‌ଆଇଏସ୍‌ଟି), ବ୍ରହ୍ମପୁର ପକ୍ଷରୁ ବାଲେଶ୍ୱର ବାହାନଗା ରେଳ ଦୁର୍ଘଟଣା ପୀଡ଼ିତଙ୍କ ପିଲାମାନଙ୍କ ପାଇଁ ଏକ ବଡ଼ ଘୋଷଣା କରାଯାଇଛି। ଏ ନେଇ ଅନୁଷ୍ଠାନ ପକ୍ଷରୁ ଏକ ଖବରଦାତା ସମ୍ମିଳନୀର ଆୟୋଜନ କରାଯାଇଥିଲା। ଉକ୍ତ ସମ୍ମିଳନୀରେ ଅନୁଷ୍ଠାନ ରେଳ ଦୁର୍ଘଟଣା ପୀଡ଼ିତଙ୍କ ପିଲାମାନଙ୍କୁ ମାଗଣାରେ ପାଠ ପଢ଼ାଇବା ସହ ଅନ୍ୟାନ୍ୟ ସୁବିଧା ପ୍ରଦାନ କରିବା ଲାଗି ଘୋଷଣା କରିଥିବା ବେଳେ ନିଷ୍ଟ୍‌ର ପ୍ରତିଷ୍ଠାତା ଡ. ସୁକାନ୍ତ ମହାପାତ୍ର ରେଳ ଦୁର୍ଘଟଣାରେ ପ୍ରଭାବିତ ପରିବାର ପ୍ରତି ଗଭୀର ସମବେଦନା ଜଣାଇବା ସହ ଉକ୍ତ ପରିବାରର ଯେଉଁ ପିଲାମାନେ ନିଷ୍ଟ୍‌ରେ ଇଞ୍ଜିନିୟରିଂ, ମ୍ୟାନେଜମେଣ୍ଟ କିମ୍ବା ବିଜ୍ଞାନରେ ପଢ଼ିବାକୁ ଚାହଁୁଛନ୍ତି, ସେମାନଙ୍କ ପାଇଁ ଶତ ପ୍ରତିଶତ ଏକାଡେମିକ୍‌ ଫି’ଛାଡ଼ କରାଯିବ ବୋଲି ସେ ଘୋଷଣା କରିଛନ୍ତି। ଅପରପକ୍ଷରେ ରେଳ ଦୁର୍ଘଟଣାରେ ପୀଡ଼ିତ ପରିବାରର ସଦସ୍ୟମାନଙ୍କୁ ଉତ୍ସର୍ଗୀକୃତ ହେଲ୍‌ପ ଡେକ୍ସ +୯୧-୯୭୭୭୧୪୬୪୭୮ରେ ଯୋଗାଯୋଗ କରିବାକୁ ମହାପାତ୍ର ଅନୁରୋଧ କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ପ୍ରଫେସର ସବ୍ୟସାଚୀ ରଥ, ଡିନ୍‌, ସ୍କୁଲ ଅଫ୍‌ ମ୍ୟାନେଜମେଣ୍ଟ, ନିଷ୍ଟ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ସାଇନ୍ସ ଆଣ୍ଡ୍‌ ଟେକ୍ନୋଲୋଜି (ଏନ୍‌ଆଇଏସ୍‌ଟି), ବ୍ରହ୍ମପୁର ଏବଂ ଡ. ପ୍ରିୟଦର୍ଶୀ ତ୍ରିପାଠୀ, ପ୍ରିନ୍ସିପାଲ, ନିଷ୍ଟ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ସାଇନ୍ସ ଆଣ୍ଡ୍‌ ଟେକ୍ନୋଲୋଜି (ଏନ୍‌ଆଇଏସ୍‌ଟି), ବ୍ରହ୍ମପୁର ପ୍ରମୁଖ ଉପସ୍ଥିତ ରହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଜୁନିୟର ମହିଳା ହକି: ଓ୍ବେଲ୍ସକୁ ହରାଇଲା ଭାରତ

ସାଣ୍ଟିଆଗୋ, ୮ା୧୨: ଏଫ୍‌ଆଇଏଚ୍‌ ଜୁନିୟର ମହିଳା ହକି ବିଶ୍ୱକପ୍‌ର ୯ମ ସ୍ଥାନ ପାଇଁ ହୋଇଥିବା ଏକ କ୍ଲାସିଫିକେଶନ ମ୍ୟାଚ୍‌ରେ କ୍ୱାର୍ଟରଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିଥିବା ଭାରତ...

ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା ଏମିତି ଏକ ଜନ୍ତୁ, ତା’ପରେ…

ଭଞ୍ଜନଗର,୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ସୋରାଦେବୀ ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଅଜଣା ଜନ୍ତୁକୁ ଧକ୍କା ଦେଇ ଜଣେ...

ଏହି ଷ୍ଟାର ଫୁଟ୍‌ବଲ ଖେଳାଳିଙ୍କୁ ବ୍ଲାକ୍‌ମେଲ କରି ଜେଲଗଲେ ମହିଳା

ସିଓଲ,୮ା୧୨: ଫୁଟବଲ ଷ୍ଟାର ସନ୍‌ ହିଅଙ୍ଗ ମିନ୍‌ଙ୍କୁ ବ୍ଲାକ୍‌ମେଲ କରିଥିବା ଅଭିଯୋଗରେ ଦକ୍ଷିଣ କୋରିଆର ଏକ କୋର୍ଟ ଜଣେ ମହିଳାଙ୍କୁ ୪ବର୍ଷ ଜେଲ ଦଣ୍ଡ କରିଛି।...

ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଲେ

ଭୁବନେଶ୍ୱର,୧୨।୮: ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଦେଲେ। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ସହିଦ୍‌ନଗରରେ। ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ମରଣାତ୍ମକ ଆକ୍ରମଣ ହୋଇଛି।...

ଭୟାବହ ଅଗ୍ନିକାଣ୍ଡ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ କଲେ ଫଳ ଦୋକାନୀ, ତହସିଲଦାର କଲେ ଆଲୋଚନା

ବଲାଙ୍ଗୀର, ୮।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ବସଷ୍ଟାଣ୍ଡ ସମ୍ମୁଖ ତଥା ଜିଲାପାଳ କାର୍ଯ୍ୟାଳୟ ନିକଟ ଫଳ ମାର୍କେଟରେ ସୋମବାର ଅପରାହ୍ନ ପ୍ରାୟ ୩ଟା ସମୟରେ...

ଭାରତରେ ଷ୍ଟାରଲିଙ୍କ୍ ଇଣ୍ଟରନେଟ ମୂଲ୍ୟ ଘୋଷଣା କଲେ ମସ୍କ: ମାସିକ ଖର୍ଚ୍ଚ ଏତିକି ଟଙ୍କା

ନୂଆଦିଲ୍ଲୀ,୮।୧୨: ଏଲନ୍ ମସ୍କଙ୍କ ସାଟେଲାଇଟ୍ ଇଣ୍ଟରନେଟ୍ ସେବା ଷ୍ଟାରଲିଙ୍କ୍ ଭାରତରେ ଏହାର ମୂଲ୍ୟ ଘୋଷଣା କରିଛି। ଖୁବ୍ ଶୀଘ୍ର ଭାରତରେ ଆରମ୍ଭ ହେବାକୁ ଥିବା ଏହି...

ଓଡ଼ିଶା ସରକାରଙ୍କ ବିଭିନ୍ନ ଯୋଜନାକୁ ଗ୍ରହଣ କରିବେନି ବୋଲି ଏକାଠି ହେଲେ୭ ଗ୍ରାମବାସୀ  

ପଟ୍ଟାଙ୍ଗି,୮।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତର ଫାଟୁସିନେରୀ ଗ୍ରାମ ନିକଟ ଓଡିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ପଞ୍ଚାୟତର ୭ଟି...

ଡିସେମ୍ବର ୩୧ ସୁଦ୍ଧା ଶେଷ କରନ୍ତୁ ଏହି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଆଉ ମିଳିବନି ବାରମ୍ବାର ସୁଯୋଗ

ନୂଆଦିଲ୍ଲୀ,୮।୧୨: ଡିସେମ୍ବର ଆରମ୍ଭ ହେବା ସହିତ, ଟିକସ, ଡକ୍ୟୁମେଣ୍ଟ ଏବଂ ସରକାରୀ ଯୋଜନା ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଶେଷ ତାରିଖ ପାଖେଇ ଆସୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri