ବଜାରରେ ନିଶାନ୍‌ର ଅଲ୍‌ ନ୍ୟୁ ଏକ୍ସ-ଟ୍ରେଲ୍‌

ଭୁବନେଶ୍ୱର,୭।୯ (ଅଭୟ ଦାଶ): ନିଶାନ୍‌ ଇଣ୍ଡିଆର ବହୁ ପ୍ର୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଅଲ୍‌ ନ୍ୟୁ ଏକ୍ସ-ଟ୍ରେଲ୍‌ର ଅନାବରଣ ଓ ବଜାର ପ୍ରବେଶ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏହି ପରିପ୍ରେକ୍ଷୀର କମ୍ପାନୀର ସ୍ବୀକୃତିପ୍ରାପ୍ତ ଡିଲର ଜାହ୍ନବୀ ନିଶାନ (ଜାହ୍ନବୀ ଅଟୋମୋଇଲ୍ସ ପ୍ରାଇଭେଟ୍‌ ଲିମିଟେଡ୍‌)ର ଭୁବନେଶ୍ୱର ନିକଟସ୍ଥ ପାହାଳ ପ୍ରାଚୀ ବଜାରସ୍ଥିତ ଶୋ’ରୁମ୍‌ଠାରେ ଏକ ସ୍ବତନ୍ତ୍ର ଅନାବରଣ ଉତ୍ସବର ଆୟୋଜନ କରାଯାଇଥିଲା। ଏହି ଅବସରରେ ଧରିତ୍ରୀ ଏବଂ ଓଡ଼ିଶା ପୋଷ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଆଦ୍ୟାଶା ସତପଥୀ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଅଲ୍‌ ନ୍ୟୁ ଏକ୍ସ-ଟ୍ରେଲ୍‌ର ଅନାବରଣ ସହ ବଜାର ପ୍ରବେଶ କରାଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ବା ଏସ୍‌ବିଆଇର ଡିଜିଏମ୍‌ (ରିଟେଲ ଏବଂ ରିଅଲ ଇଷ୍ଟେଟ ବିଭାଗ) ନୀତୀଶଙ୍କ ସମେତ ସୁଶୀଲ ବେହେରା, ସୁଭାଷ ପାଣି, ମହେଶ ଉପାଧ୍ୟାୟ ଏବଂ ପାହାଳ ଗ୍ରାମର ବରିଷ୍ଠ ନାଗରିକ ତଥା ସଭାପତି ପଦ୍ମନାଭ ପଟ୍ଟନାୟକ ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ।

ଉଲ୍ଲେଖଯୋଗ୍ୟ, ଅଲ୍‌ ନ୍ୟୁ ଏକ୍ସ-ଟ୍ରେଲ୍‌ରେ ଅନେକ ଅତ୍ୟାଧୁନିକ ବୈଶିଷ୍ଟ୍ୟ ସାମିଲ ଥିବାବେଳେ ଆକର୍ଷଣୀୟ ଡିଜାଇନ ଓ ସୁରକ୍ଷା ବ୍ୟବସ୍ଥା ଉକ୍ତ ମଡେଲକୁ ଆହୁରି ଚିତ୍ତାକର୍ଷକ କରିଛି। ସେହିଭଳି ଟେକ୍ନୋଲୋଜି ଦୃଷ୍ଟିରୁ ଏହା ବେଶ୍‌ ଉଚ୍ଚକୋଟୀର ହୋଇଥିଲାବେଳେ ଏହାର ଫିଚରଗୁଡିକ ମଧ୍ୟ ଆଧୁନିକ ପ୍ରଣାଳୀରେ ସାମିଲ ରହିଛି। ସେହିପରି ଏହାର ବଡି ଡିଜାଇନ ସାଙ୍ଗକୁ ୩ଟି ଆକର୍ଷଣୀୟ କଲରରେ ଉପଲବ୍ଧ ଥିଲାବେଳେ ଏହାର ବଜାର ମୂଲ୍ୟ(ଏକ୍ସ ଶୋ’ରୁମ୍‌ ମୂଲ୍ୟ) ୪୯.୯୨ ଲକ୍ଷ ଟଙ୍କା ରହିଛି। ଏ ସମ୍ପର୍କରେ ଜାହ୍ନବୀ ନିଶାନ (ଜାହ୍ନବୀ ଅଟୋମୋଇଲ୍ସ ପ୍ରାଇଭେଟ୍‌ ଲିମିଟେଡ୍‌)ର ଏମ୍‌ଡି ଅମିତ କୁମାର ଜୟସ୍ବାଲ କହିଥିଲେ, ଆମେ ଆମର ଶୋ’ରୁମ୍‌ ପରିସରରେ ନିଶାନ ଏକ୍ସ-ଟ୍ରେଲ୍‌ର ଅନାବରଣ ସହ ବଜାର ପ୍ରବେଶକରାଇ ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଦୀର୍ଘଦିନ ଧରି ଅପେକ୍ଷାକରି ରହିଥିବା ଆଶାୟୀ ଗ୍ରାହକଙ୍କୁ ଏହି ମଡେଲ ହସ୍ତାନ୍ତର କରାଇ ଆମର ସମସ୍ତ କର୍ମଚାରୀ ଆନନ୍ଦିତ ହୋଇଛୁ। ସେହିଭଳି ଜାହ୍ନବୀ ନିଶାନର ଜିଏମ୍‌ ସଞ୍ଜୟ ପଣ୍ଡା ଅନାବରଣ ଉତ୍ସବର ସଂଯୋଜନା ସହ ଧନ୍ୟବାଦ ଅଭିଭାଷଣ ପ୍ରଦାନ କରିଥିଲେ। ଏହି ଅବସରରେ ଶୋ’ରୁମ୍‌ର ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ସମେତ ଆଶାୟୀ ଗ୍ରାହକମାନେ ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ଶାନ୍ତି ଆଲୋଚନାରେ ଏହି ମୁଖ୍ୟ ପ୍ରସଙ୍ଗ ରଖିବ ଇରାନ, ବିଦେଶରେ ଅଟକି ଥିବା…

ତେହରାନ,୨୧ା୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଜୁଆଖେଳ ଚଢ଼ାଉବେଳେ ପୋଲିସକୁ ହତ୍ୟା ଉଦ୍ୟମ: ଫେରାର ଥିବା ୨ ଅଭିଯୁକ୍ତ ୫ ମାସ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର କେ.ନୂଆଗାଁ ଥାନା ଦେଓଖାଳି ଗ୍ରାମର କୁନା ପ୍ରଧାନ ଏବଂ ରଜତ ପ୍ରଧାନଙ୍କୁ ଗିରଫ କରି ରବିବାର…

ଉଗ୍ରରୂପ ଧାରଣ କଲା ପାରିବାରିକ ବିବାଦ: ଖୁଡ଼ୀକୁ ମାରିଦେଲେ ପୁତୁରା, ପୁତୁରାବୋହୂ

ଜଗନ୍ନାଥପ୍ରସାଦ,୨୧ା୬(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଏକଘରିଆ ପଲ୍ଲୀ ଜରିପଙ୍କାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି…

ଏଟିଏମ୍‌ ଅଚଳ, ୧୫ ଦିନ ହେଲା ଗ୍ରାହକ ହନ୍ତସନ୍ତ

ଦାରିଙ୍ଗବାଡ଼ି,୨୧ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ପ୍ରମୁଖ ବଜାର ସିମନବାଡ଼ି ଛକରେ ଥିବା ୧ ମାତ୍ର ଏଟିଏମ୍‌ ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ ଏଟିଏମ୍‌ ଉପରେ…

ଖାଇବା ତେଲ ପ୍ରତି କୃଷକ ଗୁରୁତ୍ୱ ଦେବାକୁ ଆହ୍ବାନ

ବରଗଡ଼,୨୧ା୬(ପ୍ରେମାନନ୍ଦ ଖମାରୀ): ରାଜ୍ୟ ସରକାରଙ୍କ ୨ବର୍ଷ ପୂର୍ତ୍ତି ଉତ୍ସବ ବିକାଶ ଧାରା, ଓଡ଼ିଶା ସାରା ଅବସରରେ ଜାତୀୟ ଖାଇବା ତେଲ ମିଶନଅଏଲ ପାମ (ଏନ୍‌ଏମ୍‌ଇଓ-ଓପି) ୨୦୨୬-୨୭ ଅଧୀନରେ…

ତାମିଲନାଡୁରେ ବଡ଼ ଅଘଟଣ: ସି-ଫୁଡ୍ ଫ୍ୟାକ୍ଟ୍ରିରେ ଆମୋନିଆ ଗ୍ୟାସ ଲିକ୍, ୨ ମୃତ ଓ ୪୬ ଗୁରୁତର

ଚେନ୍ନାଇ,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ୍ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍ ହେବା ଯୋଗୁ ଏକ ବଡ଼ ଦୁର୍ଘଟଣା ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri