‘ଜନକଲ୍ୟାଣରେ ଭାଗୀଦାର ହେଉ ଏନ୍‌ଆଇଟି’

ରାଉରକେଲା ଅଫିସ,୧୪ ।୮: ରାଉରକେଲା ସ୍ଥିତ ଜାତୀୟ ପ୍ରଯୁକ୍ତି ପ୍ରତିଷ୍ଠାନ(ଏନ୍‌ଆଇଟି)ର ୧୯ତମ ସମାବର୍ତ୍ତନ ଉତ୍ସବ ଶନିବାର ଭୁବନେଶ୍ୱର ବେହେରା ପ୍ରେକ୍ଷାଳୟରେ ଉଦ୍‌ଘାଟିତ ହୋଇଛି। ସମାରୋହରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏନ୍‌ଆଇଟି ବ୍ଲକ ଚେନ୍‌ ଆଧାରିତ ଟେକ୍ନୋଲୋଜି ସାହାଯ୍ୟରେ ସୁନ୍ଦରଗଡ଼ବାସୀଙ୍କ କଲ୍ୟାଣରେ ଭାଗୀଦାର ହେବାକୁ ଆହ୍ବାନ ଦେଇଛନ୍ତି।
ଏନ୍‌ଆଇଟିର ନିର୍ଦ୍ଦେଶକ ପ୍ରଫେସର କେ. ଉମାମହେଶ୍ୱର ରାଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମାରୋହରେ କେନ୍ଦ୍ରମନ୍ତ୍ରୀ ପ୍ରଧାନ ଛାତ୍ରୀଛାତ୍ରଙ୍କୁ ସମ୍ବୋଧିତ କରି କହିଥିଲେ, ରାଉରକେଲା ଏନ୍‌ଆଇଟି ପରି ସମ୍ମାନଜନକ ଅନୁଷ୍ଠାନ ଶିଳ୍ପ ବିପ୍ଳବ ୪.୦ରୁ ଉଭା ହେଉଥିବା ସୁଯୋଗର ସମ୍ପୂର୍ଣ୍ଣ ବ୍ୟବହାର କରି ସୁନ୍ଦରଗଡ଼ ଜିଲାକୁ ଏକ ଲାବରେଟୋରିରେ ପରିଣତ କରିବା ପାଇଁ ଚେଷ୍ଟା କରିବା ଆବଶ୍ୟକ। ଏହି ଏନ୍‌ଆଇଟି ବ୍ଲକ ଚେନ୍‌ ଆଧାରିତ ଟେକ୍ନୋଲୋଜି ସାହାଯ୍ୟରେ ସୁନ୍ଦରଗଡ଼ର ସବୁ ଲୋକଙ୍କ ସହ ସଂଯୋଗ ସ୍ଥାପନ କରିବା ଦରକାର। ଆମର ସମୃଦ୍ଧ ଭାଷାଗତ ପରମ୍ପରାକୁ ପ୍ରୋତ୍ସାହନ ଏବଂ ସଂରକ୍ଷଣ କରିବା ପାଇଁ ଆମେ ଟେକ୍ନୋଲୋଜି ବ୍ୟବହାର କରିବା ଜରୁରୀ ବୋଲି କେନ୍ଦ୍ରମନ୍ତ୍ରୀ ପ୍ରଧାନ ମତ ଦେଇଥିଲେ। ଏହି ଅବସରରେ ବ୍ଲକ ଚେନ୍‌ ଆଧାରିତ ଡିଜିଟାଲ ମାନପତ୍ର ପ୍ରଦାନ ସେବାକୁ ସେ ଉଦ୍‌ଘାଟନ କରିଥିଲେ। ପରେ ଛାତ୍ରୀଛାତ୍ରଙ୍କୁ ମେଡ଼ାଲ ଓ ସ୍ନାତକ, ସ୍ନାତକୋତ୍ତର, ପିଏଚ୍‌ଡ଼ି ଡିଗ୍ରୀ ଓ ପୁରାତନ ଛାତ୍ରୀଛାତ୍ରଙ୍କୁ ବିଶିଷ୍ଟ ଆଲୁମନାସ ପୁରସ୍କାର-୨୦୨୧ ପ୍ରଦାନ କରାଯାଇଥିଲା। ସମାରୋହରେ ସୁନ୍ଦରଗଡ଼ ଏମ୍‌ପି ଜୁଏଲ ଓରାମ ଓ ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଏହି ଉତ୍ସବରେ ଆରଏସ୍‌ପିର ଭାରପ୍ରାପ୍ତ ନିର୍ଦ୍ଦେଶକ ଅତନୁ ଭୌମିକଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଓ ଏନ୍‌ଆଇଟିର ବରିଷ୍ଠ ପ୍ରଫେସରମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri