ନିଟ୍‌ (ୟୁଜି) ୨୦୨୩ରେ ଜିନ୍ଦେଗୀ ଫାଉଣ୍ଡେଶନର ବାଜିମାତ୍‌

ଭୁବନେଶ୍ୱର,୧୮।୬: ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ନିଟ୍‌ (ୟୁଜି) ଫଳାଫଳରେ ଜିନ୍ଦେଗୀ ଫାଉଣ୍ଡେଶନର ୧୩ରୁ ୧୩ ଜଣ ଛାତ୍ର ବାଜିମାତ୍‌ କରିଛନ୍ତି। ଉଲ୍ଲେଖଯୋଗ୍ୟ, ନିଟ୍‌ (ୟୁଜି) ୨୦୨୩ର ଫଳାଫଳ ନିକଟରେ ପ୍ରକାଶିତ ହୋଇଯାଇଛି। ଉକ୍ତ ଫଳାଫଳ ଅନୁଯାୟୀ ଜିନ୍ଦେଗୀ ଫାଉଣ୍ଡେଶନର ୧୩ ଛାତ୍ରୀଛାତ୍ର ସଫଳତାର ସହ କୃତିତ୍ୱ ହାସଲ କରିଛନ୍ତି। ଏ ସମ୍ପର୍କରେ ଜିନ୍ଦେଗୀ ଫାଉଣ୍ଡେଶନର ପ୍ରତିଷ୍ଠାତା ଅଜୟ ବାହାଦୁର ସିଂ କହିଛନ୍ତି, ଫାଉଣ୍ଡେଶନର ସମସ୍ତ ସଫଳ ଛାତ୍ରୀଛାତ୍ରଙ୍କୁ ସେମାନଙ୍କର ଆଶା ଓ ଲକ୍ଷ୍ୟ ପୂରଣ ସହ ଆଗାମୀ ଭବିଷ୍ୟତ ପାଇଁ ଶୁଭେଚ୍ଛା ଜଣାଉଛି। ଏପରିକି ୨୦୨୩-୨୪ ଶିକ୍ଷା ବର୍ଷରେ ଫାଉଣ୍ଡେଶନ ୧୩ ଛାତ୍ରୀଛାତ୍ର ଦେଶର ବିଭିନ୍ନ ମେଡିକାଲ କଲେଜରେ ନାମ ଲେଖାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି। ଫାଉଣ୍ଡେଶନର ଛାତ୍ର ବିଶ୍ୱରଞ୍ଜନ ୭୨୦ରୁ ୬୪୦ ନମ୍ବର ଓ ସୂର୍ଯ୍ୟକାନ୍ତ ୬୦୪ ନମ୍ବର ରଖିଥିବାବେଳେ ଅନ୍ୟମାନେ ମଧ୍ୟ ଭଲ ନମ୍ବରରେ କୃତକାର୍ଯ୍ୟ ହୋଇଛନ୍ତି। ଉଲ୍ଲେଖଯୋଗ୍ୟ, ଗତ ୭ବର୍ଷ ମଧ୍ୟରେ ଫାଉଣ୍ଡେଶନର ୧୦୩ ଜଣ ଛାତ୍ର ମେଡିକାଲ କଲେଜରେ ନାମ ଲେଖାଇବା ସହ କେତେଜଣ ଛାତ୍ର ଚିକିତ୍ସକ ମଧ୍ୟ ହୋଇସାରିଛନ୍ତି। ସୂଚନାଯୋଗ୍ୟ, ୨୦୧୭ରେ ଜିନ୍ଦେଗୀ ଫାଉଣ୍ଡେଶନ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri