କଙ୍ଗନାଙ୍କୁ ୨୦୦ କୋଟି ଦେବେ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀ ! ଜାଣନ୍ତୁ ଏହା କେତେ ସତ…

ବମ୍ବେ: ନିଜର ବିବାଦୀୟ ବୟାନକୁ ନେଇ ସର୍ବଦା ଚର୍ଚ୍ଚାରେ ରହିଥାନ୍ତି ଅଭିନେତ୍ରୀ କଙ୍ଗନା ରାଣାଓ୍ବତ। ଏବେ ମଧ୍ୟ ସେଭଳି କିଛି ଚାଲିଛି। ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ପରେ ମହାରାଷ୍ଟ୍ର ସରକାରଙ୍କ ବିରୋଧରେ କଟାକ୍ଷ କରି ସେ ଆଲୋଚନାର ପରିସରକୁ ଆସିଛନ୍ତି। ଏଭଳିସ୍ଥିତିରେ କଙ୍ଗନାଙ୍କ ମଣିକର୍ଣ୍ଣିକା ଷ୍ଟୁଡିଓର କିଛି ଅବୈଧ ନିର୍ମାଣକୁ ବିଏମ୍‌ସି ଭାଙ୍ଗି ଦେଇଥିଲା। ଏହାକୁ ନେଇ ରାଜନୀତି ଜୋରଦାର ଚାଲିଥିବା ବେଳେ ଏକ ଗୁଜବ ପ୍ରଚାରିତ ହେଉଛି। କଙ୍ଗନାଙ୍କୁ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀଙ୍କ ପକ୍ଷରୁ ୨୦୦ କୋଟି ଟଙ୍କା ଦିଆଯିବ ବୋଲି କୁହାଯାଉଛି।

ତେବେ ଏହା ସତ ନୁହେଁ। ଅମ୍ବାନୀ ପରିବାର ପକ୍ଷରୁ ଏଭଳି କିଛି କଥା କୁହାଯାଇନାହିଁ। ହେଲେ କିଛି ବ୍ୟବହାରକାରୀ ଏଭଳି ମିଥ୍ୟା ଖବର ଶେୟାର କରି ଲୋକଙ୍କୁ ଭୁଆଁ ବୁଲାଉଛନ୍ତି।

ସେ ଯାହା ହେଉନା କାହିଁକି ବିଏମ୍‌ସିର କାର୍ଯ୍ୟାନୁଷ୍ଠାନ ଉପରେ ଅନେକ ପ୍ରତିକ୍ରିୟା ରଖୁଛନ୍ତି। ବେଆଇନ ନିର୍ମାଣ ହୋଇଥିବାରୁ ଏପରି କରିବା ଠିକ୍‌ ହୋଇଛି ବୋଲି କେହି କେହି କହୁଥିବା ବେଳେ କେହି କେହି ଶିବସେନା କଙ୍ଗନାଙ୍କ ଉପରେ ରାଗ ସୁଝାଉଥିବା କହୁଛନ୍ତି। ଇତିମଧ୍ୟରେ କରଣୀ ସେନା, ରିପବ୍ଲିକ୍‌ ପାର୍ଟି ଅଫ୍‌ ଇଣ୍ଡିଆ ଭଳି ସଂଗଠନ କଙ୍ଗନାଙ୍କୁ ଭେଟି ଘଟଣାର ନିନ୍ଦା କରିଛନ୍ତି। ବିଏମ୍‌ସିର କାର୍ଯ୍ୟାନୁଷ୍ଠାନ ଦ୍ୱାରା ୨ କୋଟି ଟଙ୍କାର କ୍ଷୟକ୍ଷତି ହୋଇଥିବା କଙ୍ଗନା କହିଛନ୍ତି। ତାଙ୍କୁ ଉକ୍ତ ଟଙ୍କା ବିଏମ୍‌ସି ପ୍ରଦାନ କରୁ ବୋଲି ସେ ଦାବି ମଧ୍ୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri