Posted inଜାତୀୟ

ନୀତା ଅମ୍ବାନୀ ବିଏଚ୍‌ୟୁରେ ପ୍ରଫେସର ନିଯୁକ୍ତି ନେଇ ଦେଲେ ସଫେଇ

ନୂଆଦିଲ୍ଲୀ,୧୭।୩: ରିଲାୟନ୍ସ ଇଣ୍ଡଷ୍ଟ୍ରିର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ତଥା ରିଲାଏନ୍ସ ଫାଉଣ୍ଡେସନର ଚେୟାରମ୍ୟାନ ନୀତା ଅମ୍ବାନୀ ବନାରସ ହିନ୍ଦୁ ବିଶ୍ୱବିଦ୍ୟାଳୟ (ବିଏଚୟୁ)ର ଗେଷ୍ଟ ପ୍ରଫେସର ନିଯୁକ୍ତି ହେବା ରିପୋର୍ଟକୁ ତାଙ୍କ ମୁଖପାତ୍ର ନକଲି ବୋଲି କହିଛନ୍ତି। ବୁଧବାର ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ୍‌ର ମୁଖପାତ୍ର କହିଛନ୍ତି ଯେ, ବିଏଚୟୁ ପକ୍ଷରୁ ଜଣେ ଗେଷ୍ଟ ପ୍ରଫେସର ନିଯୁକ୍ତ ହେବା ନେଇ କୌଣସି ପ୍ରସ୍ତାବ ନାହିଁ। ଏହି ଖବର ନକଲି। ନୀତା ଅମ୍ବାନୀ ବିଶ୍ୱବିଦ୍ୟାଳୟରୁ କୌଣସି ପ୍ରସ୍ତାବ ଗ୍ରହଣ କରିନାହାଁନ୍ତି। ସୂଚନାଯୋଗ୍ୟ, ନିକଟରେ ଖବର ଆସିଥିଲା ଯେ ନୀତା ଅମ୍ବାନୀଙ୍କୁ ଜଣେ ପ୍ରଫେସର ନିଯୁକ୍ତ କରିବା ପାଇଁ ବନାରସ ହିନ୍ଦୁ ବିଶ୍ୱବିଦ୍ୟାଳୟର ସାମାଜିକ ବିଜ୍ଞାନ ବିଭାଗ ଦ୍ୱାରା ଏକ ପ୍ରସ୍ତାବ ପଠାଯାଇଛି। ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ମାଲିକ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀ ମୁମ୍ବାଇ ବିଶ୍ୱବିଦ୍ୟାଳୟରୁ ବି.କମ କରିଛନ୍ତି ଏବଂ ତାଙ୍କୁ ୨୦୧୪ରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଭାବରେ ନିଯୁକ୍ତ କରାଯାଇଥିଲା। ୨୦୧୦ ମସିହାରେ, ସେ ରିଲାଏନ୍ସ ଫାଉଣ୍ଡେସନ ଗଠନ କରିଥିଲେ। ଜଣେ ସଫଳ ମହିଳା ଉଦ୍ୟୋଗୀ ହେବାର ଭାବମୂର୍ତ୍ତି ହେତୁ ଏହି ପ୍ରସ୍ତାବ ଦିଆଯାଇଛି ବୋଲି କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri