ଭୋଜି କରିବାକୁ ଯାଇ ଆଉ ଫେରିଲେନି ନିତାଇ: ସ୍ତ୍ରୀ ଫୋନ କରିବାକୁ ମାଲିକ କହିଲେ…

ମହାକାଳପଡ଼ା,୩।୧(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ତନ୍ତିଆପାଳ ସାମୁଦ୍ରିକ ଥାନା ଅଧୀନ ଏକ ଜଙ୍ଗଲରୁ ସନ୍ଦେହଜନକ ଭାବେ ଏକ ମୃତଦେହ ମିଳିଛି। ମୃତକ ଜଣଙ୍କ ହେଲେ ପୂର୍ବ ସୁନିତି ବୋବାଙ୍ଗ ଡିହ ଗ୍ରାମର ନିତାଇ ମାନ୍ନା(୩୫)। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଅଦ୍ୟାବଧି ମୃତ୍ୟୁକୁ ନେଇ ବିଭିନ୍ନ ମହଲରେ ଆଲୋଚନା ହେଉଛି। ନିକଟରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଅଘଟଣ ଘଟିଥିବା ସନ୍ଦେହ କରାଯାଉଛି। ଶୁକ୍ରବାର ରାତିରେ ନିକଟରେ ଏକ ଚାଳିଆ ଘରେ ଭୋଜିଭାତ ହୋଇଥିବା ଅଞ୍ଚଳରେ ଆଲୋଚନା ହେଉଛି। ଅପରପକ୍ଷରେ ତାଙ୍କ ଶରୀରରେ ବିଭିନ୍ନ ସ୍ଥାନରେ ଦାଗ ହୋଇଥିବା କୁହାଯାଉଛି। ତନ୍ତିଆପାଳ ପୋଲିସ ଘଟଣାସ୍ଥଳରେ ପହଞ୍ଚି ବିଭିନ୍ନ ପ୍ରସଙ୍ଗକୁ ନେଇ ସ୍ଥାନୀୟ ଲୋକ ମାନଙ୍କୁ ପଚରାଉଚରା କରୁଛି।
ମିଳିଥିବା ସୂଚନା ଅନୁସାରେ, ମୃତ ନିତାଇଙ୍କ ପତ୍ନୀ ଯମୁନା ମାନ୍ନା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗ ପତ୍ରରେ ଦର୍ଶାଇଛନ୍ତି,ମୋ ସ୍ବାମୀ ବୁଦ୍ଧଦେବ ଗିରିଙ୍କ ମାଛ ଧରିବା ବୋଟରେ କାର୍ଯ୍ୟ କରନ୍ତି। ଶୁକ୍ରବାର ରାତିରେ ବୋଟ ମଲିକ ପୁଅ ସୁମନ୍ତ ଗିରି ଭୋଜି ଖାଇବା ପାଇଁ ମୋ ପୁଅକୁ ତାଙ୍କ ଘରକୁ ଡାକିଥିଲେ। ପୁଅ ଭୋଜି ଖାଇ ଘରକୁ ଫେରିଥିଲେ। ହେଲେ ସ୍ବାମୀ ଫେରି ନ ଥିଲେ। ମୁଁ ଫୋନ ଯୋଗେ ମାଲିକ ବୁଦ୍ଧଦେବଙ୍କୁ ସ୍ବାମୀ ଘରକୁ ଫେରିବା ନେଇ କହିଥିଲେ। ମାଲିକ କହିଥିଲେ ସେ ଯିବେ। ରାତିରେ ଶୋଇବା ପରେ ସ୍ବାମୀ ଆସି ନ ଥିଲେ। ହେଲେ ଶନିବାର ସକାଳେ ଜଙ୍ଗଲ ପାଶର୍‌ବରେ ସ୍ବାମୀଙ୍କ ମୃତ୍ୟୁ ହୋଇଥିବା ଦେଖିଲି। ପରେ ତାଙ୍କ ଶରୀରରେ ବିଦ୍ୟୁତ କରେଣ୍ଟ ଲାଗିଲା ଭଳି ଜଣାପଡୁଛି। ନ୍ୟାୟ ଦାବିରେ ତନ୍ତିଆପାଳ ସାମୁଦ୍ରିକ ପୋଲିସକୁ ଗୁହାରୀ ଜଣାଇବା ସହିତ ଶବ ବ୍ୟବଚ୍ଛେଦ କରିବା ପାଇଁ ନିବେଦନ କରିଛନ୍ତି।
ଏ ସଂକ୍ରାନ୍ତରେ ଥାନା ଅଧିକାରୀ ରତିକାନ୍ତ ନାୟକଙ୍କ ମତାମତ ନେବାରେ ତଦନ୍ତ ଆରମ୍ଭ ହୋଇଛି। ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ରେ ପିଟିହୋଇ ମହିଳା ଗୁରୁତର

ବଲାଙ୍ଗୀର, ୨୪।୮: ବଲାଙ୍ଗୀର ସହର ନିକଟସ୍ଥ ଝୁଜେନପାଲି ରେଳ ଫାଟକଠାରେ ଟ୍ରେନ୍‌ରେ ପିଟି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ମହିଳା ଜଣକ ପାଟଣାଗଡ଼ ଥାନା ଅନ୍ତର୍ଗତ…

ଝାଡ଼ଖଣ୍ଡ-ରାଉରକେଲା ପୋଲିସର ବଡ଼ ଅପରେଶନ, ଜଙ୍ଗଲରୁ ଜବତ ହେଲା ବିପୁଳ ବିସ୍ଫୋରକ

ରାଉରକେଲା,୨୪।୮: ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନା ନିକଟ ଜଙ୍ଗଲରୁ ସୋମବାର ବିପୁଳ ପରିମାଣର ବିସ୍ଫୋରକ ଜବତ ହୋଇଛି। ମାଓବାଦୀମାନେ ଜଙ୍ଗଲରେ ଏହି ବିସ୍ଫୋରକ ଲୁଚାଇ ରଖିଥିବା ଜଣାପଡିଛି।…

ଗଞ୍ଜାମ ତହସିଲରେ କର୍ମଚାରୀ ଅଭାବ : ଏକାଥରକେ ୬ କର୍ମଚାରୀଙ୍କ ବଦଳି, କାର୍ଯ୍ୟ ବାଧାପ୍ରାପ୍ତ

ଗଞ୍ଜାମ, ୨୪।୮ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ଐତିହାସିକ ପୋତାଗଡ଼ ରାସ୍ତାରେ ଅବସ୍ଥିତ ଗଞ୍ଜାମ ତହସିଲ କାର୍ଯ୍ୟାଳୟରେ କର୍ମଚାରୀ ଅଭାବ ଯୋଗୁ ବିଭିନ୍ନ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ…

୨,୨୪୮ କୋଟି ତୁରନ୍ତ ଫେରାଅ, ୨୧ ବିଭାଗକୁ ଅର୍ଥ ବିଭାଗର ପତ୍ର

ଭୁବନେଶ୍ୱର,୨୪ା୮(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ୨୧ଟି ବିଭାଗ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା ଅର୍ଥ ଖର୍ଚ୍ଚ କରିପାରି ନ ଥିବାରୁ ଏବେ ସମସ୍ୟା ସୃଷ୍ଟି ହୋଇଛି। ୨୦୨୫-୨୬ ଆର୍ଥିକବର୍ଷର…

ମନ୍ଦିରକୁ ଯାଇଥିଲେ ମା’, ଫେରିଲା ବେଳକୁ ଝୁଲି ପଡିଥିଲେ ଝିଅ

ଉଦଳା,୨୪।୮(ସନ୍ତୋଷ ବାଛିନୀ): ଘର ଭିତରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଉଦଳା ଥାନା ଏନଏସି ୧୦ ନମ୍ବର ୱାର୍ଡରେ ଏଭଳି ଅଭାବନୀୟ ଘଟଣା ଘଟିଛି…

ଟ୍ରେନରେ ସୁଟକେସ, ରୋଷେଇ ଘରେ ମଣିଷ ଶରୀରର ଅଙ୍ଗ, ସିସିଟିଭି ଖୋଲିଦେଲା ରହସ୍ୟ

ଆଗ୍ରା,୨୪।୮: କିଛି ଦିନ ପୂର୍ବରୁ, ଆଗ୍ରାରେ ଏକ ଟ୍ରେନରେ ଏକ ସୁଟକେସ ଭିତରେ ପଚିଯାଇଥିବା ଶରୀରର ଅଂଶ ମିଳିବା ସହିତ ଏକ ମାମଲା ସାମ୍ନାକୁ ଆସିଥିଲା। ଏବେ,…

ମାନବିକତା ଦେଖାଇଲେ ଶିଶୁରୋଗ ବିଶେଷଜ୍ଞ: ବାଟେଘାଟେ କରୁଛନ୍ତି ଶିଶୁଙ୍କ ଚିକିତ୍ସା

କେସିଙ୍ଗା, ୨୪/୮ (ତୁମେଶ୍ୱର ସାହୁ): ଶି ଶୁଙ୍କ ପ୍ରତି ଜଣେ ଡାକ୍ତରଙ୍କ ଅନାବିଳ ମାନବିକତା ଏବେ କେସିଙ୍ଗା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। କଳାହାଣ୍ଡି ଜିଲାକେସିଙ୍ଗା ସହରସ୍ଥିତ…

ସରକାରୀ ସେବାରେ ବିଳମ୍ବ ହେଲେ ଅଧିକାରୀଙ୍କୁ ଜରିମାନା, ଦିନକୁ କଟିବ ୨୫୦ ଟଙ୍କା

ଭୁବନେଶ୍ବର,୨୪।୮: ସରକାରୀ ସେବା ପ୍ରଦାନ ବ୍ୟବସ୍ଥାକୁ ଅଧିକ ପାରଦର୍ଶୀ ଓ ଉତ୍ତରଦାୟୀ କରିବା ପାଇଁ ଓଡ଼ିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ବ୍ୟବସ୍ଥା ଲାଗୁ କରିଛନ୍ତି । ଏଣିକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri