Posted inଜାତୀୟ

କୋଲିଙ୍କୁ ୧୪ତମ ଫାଶୀ ଦଣ୍ଡାଦେଶ

ନୂଆଦିଲ୍ଲୀ,୨୦ା୫:ଉତ୍ତର ପ୍ରଦେଶସ୍ଥିତ ନୋଏଡାର ବହୁଚର୍ଚ୍ଚିତ ନିଠାରୀ ମାମଲାରେ ଗୁରୁବାର ଗାଜିଆବାଦର ସ୍ବତନ୍ତ୍ର କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) କୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ଧାରାବାହିକ ଭାବେ ଯୁବତୀମାନଙ୍କୁ ଅପହରଣ ଓ ବଳାତ୍କାର ପରେ ହତ୍ୟା କରିବା ଅଭିଯୋଗରେ ସୁରିନ୍ଦର କୋଲି ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଦୀପିକା ଓରଫ ପାୟଲଙ୍କ ହତ୍ୟା ମାମଲାରେ କୋଲିଙ୍କୁ ଭାରତୀୟ ଦଣ୍ଡ ସଂହିତା (ଆଇପିସି) ଦଫା ୩୦୨ ବଳରେ ଫାଶୀ ଦଣ୍ଡାଦେଶ ଦିଆଯାଇଛି। ସେହିପରି କୋଲିଙ୍କ ମାଲିକ ମୋନିନ୍ଦର ସିଂ ପାନ୍ଧେରଙ୍କୁ ବେଆଇନ ଚାଲାଣ ନିରୋଧୀ ଆଇନର ଧାରା ୫ ବଳରେ ଦୋଷୀ ସାବ୍ୟସ୍ତ କରି ୭ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ଏହା ପୂର୍ବରୁ କୋଲିଙ୍କୁ ମୋଟ ୧୬ ମାମଲା ମଧ୍ୟରୁ ୧୩ଟିରେ ଏବଂ ମୋନିନ୍ଦରଙ୍କୁ ୫ ମାମଲାରୁ ୨ଟିରେ ମୃତ୍ୟୁ ଦଣ୍ଡାଦେଶ ମିଳିସାରିଛି।
କୁଖ୍ୟାତ୍‌ ନିଠାରୀ ମାମଲା ହେଉଛି ୨୦୦୬ ମସିହାର। ସେହିବର୍ଷ ମେ’ ୭ରେ ନିଠାରୀ ଗ୍ରାମର ପାୟଲ ନାମ୍ନୀ ଜଣେ ଯୁବତୀଙ୍କୁ ଚାକିରି ଦେବା ବାହାନାରେ ବ୍ୟବସାୟୀ ମୋନିନ୍ଦର ସିଂ ପାନ୍ଧେରଙ୍କ ନିକଟସ୍ଥ ନୋଏଡାର ସେକ୍ଟର-୩୧ ବାସଭବନକୁ ଡକାଯାଇଥିଲା। ପାୟଲ ସେଠାକୁ ଯାଇ ଆଉ ଘରକୁ ଫେରି ନ ଥିଲେ। ତାଙ୍କ ବାପା ନନ୍ଦଲାଲ ୮ ତାରିଖରେ ନୋଏଡା ଥାନା ସେକ୍ଟର ୨୦ରେ ଝିଅ ନିଖୋଜ ଥିବା ନେଇ ଏତଲା ଦେଇଥିଲେ। ଅଗଷ୍ଟ ୨୪ରେ ଗୌତମବୁଦ୍ଧ ନଗର କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ମୋନିନ୍ଦର ଓ ସୁରିନ୍ଦରଙ୍କ ବିରୋଧରେ ଅପହରଣ ଅଭିଯୋଗ ଆଣି ଏଫ୍‌ଆଇଆର୍‌ କରିଥିଲେ। ଡିସେମ୍ବର ୨୯ରେ ମୋନିନ୍ଦରଙ୍କ ଘର ପଛପଟେ ଥିବା ଏକ ନାଳରୁ ପୋଲିସ ୧୯ ଶିଶୁ ଓ ମହିଳାଙ୍କ କଙ୍କାଳ ଜବତ କରିଥିଲା। ଏଥିସହ ମୋନିନ୍ଦର ଓ ସୁରିନ୍ଦରଙ୍କୁ ଗିରଫ କରି ଜେଲ ପଠାଇଥିଲା। ପରବର୍ତ୍ତୀ ସମୟରେ ଏହାର ଗମ୍ଭୀରତାକୁ ଦେଖି ସବୁ ମାମଲାର ତଦନ୍ତ ଭାର ସିବିଆଇକୁ ହସ୍ତାନ୍ତର କରାଯାଇଥିଲା। ସିବିଆଇ ଉଭୟଙ୍କ ବିରୋଧରେ ଅପହରଣ, ବଳାତ୍କାର ଓ ହତ୍ୟା ଅଭିଯୋଗରେ ଚାର୍ଜଶିଟ୍‌ ଦାଖଲ କରିଥିଲା। ଦଣ୍ଡାଦେଶ ପାଇବାରେ ସୁରିନ୍ଦରଙ୍କ ପାଇଁ ଏହା ହେଉଛି ୧୪ତମ ମାମଲା।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ବପ୍ନ ଆଜି ହେବ ସାକାର! ନିଷ୍ପତ୍ତି ନେବେ ଆୟର

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମୁକାବିଲା ଆଜି ରାଞ୍ଚିରେ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ବିଜୟ ହାସଲ…

ବିକ୍ଷୋଭ ବେଳେ ଦୁଇ କଂଗ୍ରେସ ନେତ୍ରୀଙ୍କ ମଧ୍ୟରେ ମାରପିଟ, ପରସ୍ପରକୁ ମାରିଲେ ଚାପୁଡ଼ା

ନୂଆଦିଲ୍ଲୀ,୯ା୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR)ରେ ଅନିୟମିତତା ଅଭିଯୋଗକୁ ନେଇ ହରିୟାଣାର ଫରିଦାବାଦରେ ବିରୋଧୀ…

ଭଦ୍ରକର ଏହି ଦୁଇ କଲେଜର ନିର୍ବାଚନ ବାତିଲ

ଭଦ୍ରକ,୯ା୧୦(ସନାତନ ରାଉତ): ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରିବା ପାଇଁ ଦିନ ଧାର୍ଯ୍ୟ ହୋଇଥିଲା। କିନ୍ତୁ ଶୁକ୍ରବାର ଭଦ୍ରକ ଜିଲାର ଦୁଇଟି କଲେଜରେ…

କୋହଲିଙ୍କ ଏହି ସ୍କିଲ୍‌ ଚୋରାଇବାକୁ ଚାହୁଁଛନ୍ତି ଅଭିଷେକ: କହୁ କହୁ କହିଦେଲେ ମନର କଥା

ନୂଆଦିଲ୍ଲୀ,୯।୧୦: ଭାରତୀୟ କ୍ରିକେଟ୍‌ର ଯୁବ ତାରକା ଅଭିଷେକ ଶର୍ମା ନିଜ ବିସ୍ଫୋରକ ବ୍ୟାଟିଂ ପାଇଁ ବେଶ ପରିଚିତ। ଛକା ଓ ଚୌକା ବର୍ଷା କରିବାରେ ମାହିର ଏହି…

୧୦ମ-ଯୁକ୍ତ ୨ ଶିକ୍ଷା ପଦ୍ଧତିକୁ ନେଇ କଟକ ଜିଲା ଶିକ୍ଷାଧିକାରୀଙ୍କ ଚାଞ୍ଚଲ୍ୟକର ବୟାନ, ରାଜ୍ୟରେ ଆଲୋଡ଼ନ

କଟକ ସଦର,୯ା୧୦(ସୁଶାନ୍ତ କୁମାର ଜେନା): ସାରା ରାଜ୍ୟରେ ୧୦ମ ଯୁକ୍ତ ୨ ଶିକ୍ଷା ପଦ୍ଧତି ଭୂ-୧୯୮୩ରେ ପ୍ରଚଳନ କରାଯାଇଥିଲା। ସେହିଦିନଠାରୁ ଅଦ୍ୟାବଧି ଏହି ବ୍ୟବସ୍ଥା ଅନୁଯାୟୀ ମାଟ୍ରିକ…

ଛାତ୍ର ସଂସଦ ନିର୍ବାଚନ: ନୋମିନେଶନ ଜାରି

ଭୁବନେଶ୍ୱର,୯ା୧୦: ଛାତ୍ର ସଂସଦ ନିର୍ବାଚନ ନେଇ ରାଜ୍ୟର ବିଭିନ୍ନ କଲେଜରେ ନୋମିନେଶନ ଜାରି ରହିଛି। ଶୁକ୍ରବାର ସକାଳ ୧୦ଟାରୁ ଦିନ ଗୋଟାଏ ଭିତରେ ପ୍ରାର୍ଥୀମାନେ ସେମାନଙ୍କର ନୋମିନେଶନ…

ବଢ଼ିଲା ଶ୍ରମିକଙ୍କ ଭତ୍ତା: ଏଣିକି ଦିନକୁ ମିଳିବ…

ଭୁବନେଶ୍ୱର,୯ା୧୦(ରବିନାରାୟଣ ଜେନା):ରାଜ୍ୟର ବିଭିନ୍ନ ସଂଗଠିତ ଓ ଅଣସଂଗଠିତ କ୍ଷେତ୍ରରେ ନିୟୋଜିତ କର୍ମଜୀବୀଙ୍କ ହିତକୁ ଦୃଷ୍ଟିରେ ରଖି ସରକାର ଗୁରୁବାର ମହଙ୍ଗାଭତ୍ତା ବୃଦ୍ଧି କରିଛନ୍ତି। ଶ୍ରମ ଓ କର୍ମଚାରୀ…

ଜିନ୍‌ ଥେରାପି କ୍ଷେତ୍ରରେ ବିଜ୍ଞାନୀଙ୍କ ବଡ଼ ସଫଳତା, ଦୃଷ୍ଟିହୀନଙ୍କୁ ମିଳିବ ଆଂଶିକ ଦୃଷ୍ଟିଶକ୍ତି

ଲଣ୍ଡନ/ୱାଶିଂଟନ,୯।୧୦: ଆଲୋକ ବ୍ୟବହାର କରି ସ୍ନାୟୁ କୋଷ (ନର୍ଭ ସେଲ୍‌) ଗୁଡ଼ିକୁ ସକ୍ରିୟ ଓ ନିଷ୍କ୍ରିୟ କରିବା ପ୍ରକ୍ରିୟା ଉପରେ ଆଧାରିତ ‘ଓପ୍ଟୋଜେନେଟିକ୍‌ ଥେରାପି’ ଦୃଷ୍ଟିହୀନ ଲୋକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?