ଓଡ଼ିଶା ସରକାରଙ୍କ ମିଲେଟ ମିଶନକୁ ନୀତି ଆୟୋଗଙ୍କ ପ୍ରଶଂସା

ନୂଆଦିଲ୍ଲୀ,୩୦।୮:ରାଜ୍ୟରେ ମାଣ୍ଡିଆ ଚାଷର ପ୍ରସାର ସହ ପୌଷ୍ଟିକତାରେ ଉନ୍ନତି ଲାଗି ଓଡ଼ିଶା ସରକାର ୨୦୧୭ରେ ଆରମ୍ଭ କରିଥିବା ‘ମିଲେଟ ମିଶନ’କୁ ନୀତି ଆୟୋଗ ଉଚ୍ଚ ପ୍ରଶଂସା କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଓଡ଼ିଶା ସରକାରଙ୍କ ଏହି ମିଶନକୁ ଜାତିସଂଘର ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମ(ୟୁଏନ୍‌ଡବ୍ଲ୍ୟୁଏଫ୍‌ପି) ପକ୍ଷରୁ ମଧ୍ୟ ପ୍ରଶଂସା କରାଯାଇଛି। ସରକାରଙ୍କ ଏହି କାର୍ଯ୍ୟକ୍ରମ ଦ୍ୱାରା କେବଳ ପ୍ରାକ୍‌ ବିଦ୍ୟାଳୟ ଶିଶୁଙ୍କ ପୋଷଣ ସ୍ଥିତିରେ ଉନ୍ନତି ହୋଇଛି ତାହା ନୁହେଁ, ଏହା ଦ୍ୱାରା ଲୋକଙ୍କ ମଧ୍ୟରେ ମାଣ୍ଡିଆ ଉପଯୋଗ ବଢ଼ିବା ସହ ମହିଳା ସ୍ବୟଂସହାୟକ ଗୋଷ୍ଠୀଙ୍କୁ ଆୟର ଅତିରିକ୍ତ ଉତ୍ସ ଯୋଗାଇ ଦେଇଛି ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ କହିଛି। ଗତ ୧୨ ତାରିଖରେ ରାଜ୍ୟ ସରକାର ମିଲେଟ ମିଶନ କାର୍ଯ୍ୟକାରିତା ଲାଗି ୨୦୨୧-୨୨ରୁ ୨୦୨୬-୨୭ ପର୍ଯ୍ୟନ୍ତ ୬ ବର୍ଷ ନିମନ୍ତେ ୨,୮୦୮.୪୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ୨୦୧୭-୧୮ରେ ପ୍ରଥମେ ୭ ଜିଲାର ୩୦ଟି ବ୍ଲକରେ ଆରମ୍ଭ ହୋଇଥିବା ଏହି ମିଶନ ଏବେ ୧୫ ଜିଲାର ୮୪ ବ୍ଲକ୍‌କୁ ପ୍ରସାରିତ ହୋଇଥିବାବେଳେ ଚଳିତ ଆର୍ଥତ୍କ ବର୍ଷରୁ ଏହାକୁ ୧୪୨ ବ୍ଲକ୍‌ରେ ପହଞ୍ଚାଇବାକୁ ଲକ୍ଷ୍ୟଧାର୍ଯ୍ୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ବେଆଇନ କୁକୁଡ଼ା ଲଢ଼େଇ ଖେଳକୁ ବନ୍ଦ କରିବାକୁ ଯାଇଥିଲା ପୋଲିସ, ଗାଡିକୁ ଘେରିଗଲେ ଲୋକେ, ଆଉ ତା’ପରେ…

ପାଟଣା,୩୧।୧୨(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ଡାଳପକା ପଞ୍ଚାୟତ ଉପାନ୍ତ କେନ୍ଦୁଯୋଡା ଗ୍ରାମ ରେସାନ୍ତାଳ ସମ୍ପ୍ରଦାୟ ଦାମୋଦର...

ଅନଲାଇନରେ ଅର୍ଡର କରୁଛନ୍ତି? ଆଜି ଆସିବନି ପାର୍ସଲ, ଡେଲିଭେରୀ ଏଜେଣ୍ଟଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୧।୧୨: ଯଦି ଆପଣ ଆଜି ପାର୍ଟି କରିବାକୁ ମନସ୍ଥ କରିଛନ୍ତି ଏବଂ ଅନଲାଇନରେ ଖାଦ୍ୟ ଏବଂ ପାନୀୟ ଅର୍ଡର କରିବାକୁ ଯୋଜନା କରୁଛନ୍ତି, ତେବେ ଏହା...

ବୁଲୁଛି ଗୋଠଛଡା ଦନ୍ତା: ଭୟଭୀତ ଅବସ୍ଥାରେ ଲୋକେ

ଆନନ୍ଦପୁର ୩୧।୧୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଆନନ୍ଦପୁର,ଘସିପୁରା ଅଞ୍ଚଳରେ ବୁଧବାର ସକାଳୁ ସକାଳୁ ଏକ ଗୋଠଛଡା ଦନ୍ତାହାତୀ ବୁଲୁଥିବା ବେଳେ...

୨୦୨୬ରେ ଏହି ୪ ରାଶିରେ ଆସିବ ବଡ଼ ପରିବର୍ତ୍ତନ: ପାଇବେ ଭଲ ଖବର, ବର୍ଷ ସାରା କେମିତି ରହିବ ଜାଣନ୍ତୁ…

ଗ୍ରହମାନଙ୍କର ଗତି ଏବଂ ଗମନରେ ପରିବର୍ତ୍ତନ ଦେଶ ଏବଂ ବିଶ୍ୱ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପକାଇଥାଏ। ଗ୍ରହମାନଙ୍କର ରାଶି ଏବଂ ନକ୍ଷତ୍ରରେ ପରିବର୍ତ୍ତନ ରାଶିମାନଙ୍କ...

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri