ଓଡ଼ିଶା ସରକାରଙ୍କ ମିଲେଟ ମିଶନକୁ ନୀତି ଆୟୋଗଙ୍କ ପ୍ରଶଂସା

ନୂଆଦିଲ୍ଲୀ,୩୦।୮:ରାଜ୍ୟରେ ମାଣ୍ଡିଆ ଚାଷର ପ୍ରସାର ସହ ପୌଷ୍ଟିକତାରେ ଉନ୍ନତି ଲାଗି ଓଡ଼ିଶା ସରକାର ୨୦୧୭ରେ ଆରମ୍ଭ କରିଥିବା ‘ମିଲେଟ ମିଶନ’କୁ ନୀତି ଆୟୋଗ ଉଚ୍ଚ ପ୍ରଶଂସା କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଓଡ଼ିଶା ସରକାରଙ୍କ ଏହି ମିଶନକୁ ଜାତିସଂଘର ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମ(ୟୁଏନ୍‌ଡବ୍ଲ୍ୟୁଏଫ୍‌ପି) ପକ୍ଷରୁ ମଧ୍ୟ ପ୍ରଶଂସା କରାଯାଇଛି। ସରକାରଙ୍କ ଏହି କାର୍ଯ୍ୟକ୍ରମ ଦ୍ୱାରା କେବଳ ପ୍ରାକ୍‌ ବିଦ୍ୟାଳୟ ଶିଶୁଙ୍କ ପୋଷଣ ସ୍ଥିତିରେ ଉନ୍ନତି ହୋଇଛି ତାହା ନୁହେଁ, ଏହା ଦ୍ୱାରା ଲୋକଙ୍କ ମଧ୍ୟରେ ମାଣ୍ଡିଆ ଉପଯୋଗ ବଢ଼ିବା ସହ ମହିଳା ସ୍ବୟଂସହାୟକ ଗୋଷ୍ଠୀଙ୍କୁ ଆୟର ଅତିରିକ୍ତ ଉତ୍ସ ଯୋଗାଇ ଦେଇଛି ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ କହିଛି। ଗତ ୧୨ ତାରିଖରେ ରାଜ୍ୟ ସରକାର ମିଲେଟ ମିଶନ କାର୍ଯ୍ୟକାରିତା ଲାଗି ୨୦୨୧-୨୨ରୁ ୨୦୨୬-୨୭ ପର୍ଯ୍ୟନ୍ତ ୬ ବର୍ଷ ନିମନ୍ତେ ୨,୮୦୮.୪୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ୨୦୧୭-୧୮ରେ ପ୍ରଥମେ ୭ ଜିଲାର ୩୦ଟି ବ୍ଲକରେ ଆରମ୍ଭ ହୋଇଥିବା ଏହି ମିଶନ ଏବେ ୧୫ ଜିଲାର ୮୪ ବ୍ଲକ୍‌କୁ ପ୍ରସାରିତ ହୋଇଥିବାବେଳେ ଚଳିତ ଆର୍ଥତ୍କ ବର୍ଷରୁ ଏହାକୁ ୧୪୨ ବ୍ଲକ୍‌ରେ ପହଞ୍ଚାଇବାକୁ ଲକ୍ଷ୍ୟଧାର୍ଯ୍ୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ଲଘୁଚାପ, ୬ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୮ା୮(ବନ୍ଦନା ସେଠୀ) – ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଉପରିବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର…

ଏମ୍‌ପି ସୁଜିତ କୁମାରଙ୍କଠାରୁ ୫୦ ଲକ୍ଷର ଠକେଇ: ପୂର୍ବତନ ମନ୍ତ୍ରୀଙ୍କ ପୁଅ ଗିରଫ

ଭୁବନେଶ୍ୱର,୨୮ା୮(ତ୍ରିନାଥ ମହାନ୍ତି): ଜମି ଠକେଇ ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା କ୍ଷେତ୍ରର ପୂର୍ବତନ ବିଜେଡି ବିଧାୟକ ନୃସିଂହ ଚରଣ ସାହୁଙ୍କ ପୁଅ…

ଯଜ୍ଞସ୍ଥଳରୁ ଆନ୍ଦୋଳନକାରୀ ହିରାମଲ୍‌ଙ୍କୁ ଉଠାଇ ନେଲା ପୋଲିସ: କୋର୍ଟ ଚାଲାଣ ନକରି ଥାନାରେ ରଖିବାକୁ ନେଇ…

ଥୁଆମୂଳ ରାମପୁର, ୨୮।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ଡିଜିମାଳି ପାହାଡ଼ରେ ଖଣି ଖନନକୁ ନେଇ ବିରୋଧ ଓ ଆନ୍ଦୋଳନ ଚାଲିଥିବା ବେଳେ…

ବାରାହା ଫାସରେ ଶାଳୀ-ଭିଣୋଇ: ମୃତ ଶରୀରରକୁ ଉଠାଇ ନେଇ ଗୁମ୍ଫା ଭିତରେ….

ବଲାଙ୍ଗୀର, ୨୮/୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୁଞ୍ଜାଡ଼ିହି ଜଙ୍ଗଲରେ ବାରାହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍ ତାରରେ ଲାଗି ଜଣେ…

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

ହିମାଳୟରେ ମହାସଙ୍କଟ! ୨୦୫୦ ସୁଦ୍ଧା ତରଳିଯିବ ୪୫% ଗ୍ଲେସିୟର: ଭାରତ ଉପରେ ବଢ଼ିବ ମହାବନ୍ୟାର ବିପଦ!

ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri