ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନୀତି ଆୟୋଗ ଉପାଧ୍ୟକ୍ଷ

ଭୁବନେଶ୍ବର, ୨୯ା୭(ବ୍ୟୁରୋ): ନୂଆଦିଲ୍ଲୀରେ ଆସନ୍ତା ଅଗଷ୍ଟ ୭ରେ ଅନୁଷ୍ଠିତ ହେବ ନୀତି ଆୟୋଗର ୭ମ ପରିଚାଳନା ପରିଷଦ ବୈଠକ। ଏଥିରେ ଯୋଗଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ ମିଳିଛି। ନୀତି ଆୟୋଗ ଉପାଧ୍ୟକ୍ଷ ସୁମନ କୁମାର ବେରୀ, ସଦସ୍ୟ ବିନୋଦ କେ. ପାଉଲଙ୍କ ସହ ଅନ୍ୟ ଅଧିକାରୀମାନେ ଗୁରୁବାର ସରକାରୀ ଗସ୍ତରେ ଓଡ଼ିଶା ଆସିଥିବାବେଳେ ଉକ୍ତ କାର୍ଯ୍ୟକ୍ରମରେ ଯୋଗଦେବାକୁ ମୁଖ୍ୟମନ୍ତ୍ରୀଙ୍କୁ ଆମନ୍ତ୍ରଣ କରିଛନ୍ତି। ଗସ୍ତ ଅବସରରେ ଅଧିକାରୀମାନେ ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ର, ଓଡ଼ିଶା କ୍ରାଫ୍ଟ ମ୍ୟୁଜିୟମ୍‌ କଳାଭୂମି ପରିଦର୍ଶନ କରିବା ସହିତ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ୍‌ କରିଛନ୍ତି।
ନୀତି ଆୟୋଗ ଉପାଧ୍ୟକ୍ଷ ଏବଂ ଅନ୍ୟ ସଦସ୍ୟମାନେ ଭୁବନେଶ୍ୱରରେ ପହଞ୍ଚତ୍ବା ପରେ ମହିଳାଙ୍କ ଦ୍ୱାରା ପରିଚାଳିତ ଏକ ଉଦ୍ୟୋଗ, ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ‘୫-ଟି’ ଅଧୀନରେ ରୂପାନ୍ତରିତ ହୋଇଥିବା ହାଇସ୍କୁଲ, ଅଙ୍ଗନଓ୍ବାଡି କେନ୍ଦ୍ର ବୁଲି ଦେଖିଥିଲେ। ପିପିଲିଠାରେ ଥିବା ୱେଲ୍‌ନେସ୍‌ କେନ୍ଦ୍ର, ରାଜ୍ୟ ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ ବିକାଶମୂଳକ କାର୍ଯ୍ୟକ୍ରମଗୁଡ଼ିକୁ ନିରୀକ୍ଷଣ କରିଥିଲେ। ନୀତି ଆୟୋଗ ଉପାଧ୍ୟକ୍ଷ, ଓଡ଼ିଶାର ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଏବଂ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀଙ୍କୁ ନେଇ ଲୋକସେବା ଭବନର କନ୍‌ଭେନ୍‌ସନ୍‌ ସେଣ୍ଟରଠାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା।
ଉନ୍ନୟନ କମିଶନର ପାୱାର ପଏଣ୍ଟ ମାଧ୍ୟମରେ ପ୍ରୋଜେକ୍ଟ ଉପସ୍ଥାପନ କରିଥିଲେ। ପଞ୍ଚାୟତିରାଜ ଓ ପାନୀୟ ଜଳ ଏବଂ ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ରାଜ୍ୟରେ ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ ହୋଇଥିବା ସଫଳତା ଉପରେ ଆଲୋକପାତ କରିଥିଲେ। ରାଜ୍ୟ ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ ହେଉଥିବା କାର୍ଯ୍ୟକ୍ରମର ସଫଳତାକୁ ନୀତି ଆୟୋଗ ଉପାଧ୍ୟକ୍ଷ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri