କେନ୍ଦୁଝର ଗସ୍ତରେ ନୀତି ଆୟୋଗ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ, ବିଭିନ୍ନ କାର୍ଯ୍ୟର ତଦାରଖ

କେନ୍ଦୁଝର,୧୦ା୧୨(ସ୍ବ.ପ୍ର.): ନୀତି ଆୟୋଗର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ପରମେଶ୍ୱରନ ଆୟାରଙ୍କ ନେତୃତ୍ୱରେ ଆୟୋଗର ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ଶନିବାର କେନ୍ଦୁଝର ଗସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମର ତଦାରଖ କରିଛନ୍ତି। ରାଜ୍ୟ ସରକାରଙ୍କ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା,କେନ୍ଦ୍ର ସରକାରଙ୍କ ଜନଜାତି ବ୍ୟାପାର ମନ୍ତ୍ରଣାଳୟର ସଚିବ ଅନୀଲ କୁମାର ଝା,ଆୟୋଗର ନିର୍ଦ୍ଦେଶକ ଅମିତ ବର୍ମା ପ୍ରମୁଖ ଏହି ଗସ୍ତରେ ସାମିଲ ହୋଇଥିଲେ। ଜିଲାପାଳ ଆଶିଷ ଠାକ୍‌ରେ ଜିଲାରେ ଚାଲିଥିବା ବିଭିନ୍ନ ଉନ୍ନୟନ ଓ କଲ୍ୟାଣମୂଳକ କାର୍ଯ୍ୟକ୍ରମ ତଥା ଅନୁସୂଚିତ ଜନଜାତି ତଥା ଅଞ୍ଚଳର ବିକାଶ ପାଇଁ ନିଆଯାଉଥିବା ପଦକ୍ଷେପ ସମ୍ପର୍କରେ ଆୟୋଗର ପ୍ରତିନିଧିମାନଙ୍କୁ ଅବଗତ କରାଇଥିଲେ। ନୀତି ଆୟୋଗର ପ୍ରତିନିଧି ଦଳ ପ୍ରଥମେ ଗୋନାସିକା ଏଜୁକେଶନାଲ କମ୍ପ୍ଲେକ୍ସ (ଗୋନାସିକା ଛାତ୍ରୀ ନିକେତନ) ପରିଦର୍ଶନ କରି ଛାତ୍ରୀମାନଙ୍କ ସହ ବାର୍ତ୍ତାଳାପ କରିଥିଲେ। ବିଦ୍ୟାଳୟର ରୂପାନ୍ତରଣ,ଶିକ୍ଷାଦାନ ପ୍ରଣାଳୀ,ଶିକ୍ଷାଦାନ ସହ ଆନୁସଙ୍ଗିକ ବ୍ୟବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ।

ସେହିପରି ଏହି ପ୍ରତିନିଧି ଦଳ ବାଂଶପାଳ ବ୍ଲକ ଅନ୍ତର୍ଗତ ଘୁଙ୍ଗି ଗ୍ରାମ, କୁଣ୍ଢେଇ ଗ୍ରାମ ଆଦି ଯାଇଥିଲେ। ଏହାପରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ମିଲେଟ କାଫେ ପରିଦର୍ଶନ କରିବା ସହ ମିଲେଟ କାଫେର ପରିଚାଳନା ଅନୁଧ୍ୟାନ କରି ମାଣ୍ଡିଆରୁ ପ୍ରସ୍ତୁତି ଖାଦ୍ୟ ଗ୍ରହଣ କରିଥିଲେ। ଜିଲାରେ ମାଣ୍ଡିଆ ଚାଷକୁ ପ୍ରୋତ୍ସାହନ, ମାଣ୍ଡିଆ ପ୍ରକିୟାକରଣ, ମାଣ୍ଡିଆ ଜାତୀୟ ଖାଦ୍ୟକୁ ଲୋକପ୍ରିୟ କରିବା ପାଇଁ ଜିଲା ପ୍ରଶାସନ ତରଫରୁ ନିଆଯାଉଥିବା ପଦକ୍ଷେପ ସମ୍ପର୍କରେ ଜିଲାପାଳ ଅବଗତ କରାଇଥିଲେ।

କେନ୍ଦୁଝରରୁ ଆୟୋଗର ପ୍ରତିନିଧିମାନେ ମୟୂରଭଞ୍ଜ ଗସ୍ତରେ ଯିବେ ଏବଂ ରାଜ୍ୟସ୍ତରରେ ରାଜ୍ୟ ସରକାରଙ୍କ ସହ ଆଲୋଚନା କରିବେ ବୋଲି ସିଇଓ ସୂଚନା ଦେଇଥିଲେ। ଏହି ଗସ୍ତ ସମୟରେ କେନ୍ଦୁଝର ଜିଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ବିଷ୍ଣୁପ୍ରସାଦ ଆଚାର୍ଯ୍ୟ,କେନ୍ଦୁଝର ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକ ତପନ କୁମାର ନାଏକ,ଜିଲା ମଙ୍ଗଳ ଅଧିକାରୀ ପ୍ରଦ୍ୟୁମ୍ନ କୁମାର ଦାଶ,ବାଂଶପାଳ ବିଡିଓ ଉଗ୍ରସେନ ଓରାମ,ତହସିଲଦାର ସପନ କୁମାର ସାହୁ,ଡିଏମ୍‌ଏଫ୍‌ ଟିମ୍‌ ଲିଡର ନିର୍ମଳ ଯୋଶୀ,ଜନଜାତି ଶିକ୍ଷା ସଂଯୋଜକ ଦୁର୍ଗା ପ୍ରସାଦ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri